Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘରେ ବିଦ୍ରୋହ: ୯ ବିଧାୟକ ଅସନ୍ତୁଷ୍ଟ

ରାଞ୍ଚି, ୩୦।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାରରେ ବିଦ୍ରୋହ ହେବା ପରେ ଏବେ ଝାଡ଼ଖଣ୍ଡରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ସରକାରଙ୍କୁ ସମର୍ଥନ ଦେଉଥିବା କଂଗ୍ରେସ ଦଳର ୯ ଜଣ ବିଧାୟକ ବିଦ୍ରୋହ କରିଛନ୍ତି। ଅସନ୍ତୁଷ୍ଟ ବିଧାୟକଙ୍କୁ ମନେଇବା ପାଇଁ ପ୍ରୟାସ ଜାରି ରହିଛି। ଇତିମଧ୍ୟରେ ବିଧାୟକଙ୍କ ଅଭିଯୋଗ କଂଗ୍ରେସ ହାଇକମାଣ୍ଡଙ୍କ ପାଖରେ ପହଞ୍ଚିଛି। ମେଣ୍ଟ ସରକାରରେ ହେମନ୍ତଙ୍କ କାର୍ଯ୍ୟ ଶୈଳୀ ଅସନ୍ତୁଷ୍ଟଙ୍କୁ ପସନ୍ଦ ଆସୁ ନ ଥିବା ଅଭିଯୋଗ ହୋଇଛି। ବିଧାୟକମାନେ ରାଜ୍ୟ କଂଗ୍ରେସ ମୁଖ୍ୟ ଆର୍‌ .ପିି. ସିଂଙ୍କ ଉପରେ ମଧ୍ୟ କ୍ଷୁବ୍ଧ ଥିବା କୁହାଯାଉଛି। ରାଜ୍ୟସଭା ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କ ନେତୃତ୍ୱରେ ଅସନ୍ତୁଷ୍ଟ ବିଧାୟକ ଦିଲ୍ଲୀ ଯାଇଥିଲେ। ସେମାନେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ରାଜନୈତିକ ପରାମର୍ଶଦାତା ଅହମ୍ମଦ ପଟେଲ ଏବଂ ଗୁଲାମନବୀ ଆଜାଦ୍‌ଙ୍କୁ ଭେଟି ରାଜ୍ୟକୁ ଫେରିଛନ୍ତି। ବିଧାୟକମାନେ କୌଣସି ସୂଚନା ନ ଦେଇ ନୀରବତା ଅବଲମ୍ବନ କରିଛନ୍ତି। ଝାଡ଼ଖଣ୍ଡର ୮୧ ବିଧାନସଭା ଆସନ ପାଇଁ ମ୍ୟାଜିକ୍‌ ନମ୍ବର ୪୨ ରହିଛି। ଏପରିସ୍ଥଳେ ହେମନ୍ତଙ୍କ ପାଖରେ ଜେଏମ୍‌ଏମ୍‌ର ୩୦, କଂଗ୍ରେସର ୧୬ ଏବଂ ଆରଜେଡିର ଜଣେ ବିଧାୟକ ଅଛନ୍ତି। ଫଳରେ ହେମନ୍ତଙ୍କୁ ୪୭ ବିଧାୟକଙ୍କ ସମର୍ଥନ ରହିଛି। ଅପରପକ୍ଷରେ ରାଜ୍ୟରେ ଭାଜପା ପାଖରେ ୨୫ ଜଣ ବିଧାୟକ ଅଛନ୍ତି। ମେଣ୍ଟ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଭାଜପା ଅପରେଶନ୍‌ ଲୋଟସ ଅଭିଯାନ ଲୁଚାଛପାରେ କରୁଥିବା ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri