Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଘରେ ବିଦ୍ରୋହ: ୯ ବିଧାୟକ ଅସନ୍ତୁଷ୍ଟ

ରାଞ୍ଚି, ୩୦।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାରରେ ବିଦ୍ରୋହ ହେବା ପରେ ଏବେ ଝାଡ଼ଖଣ୍ଡରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ସରକାରଙ୍କୁ ସମର୍ଥନ ଦେଉଥିବା କଂଗ୍ରେସ ଦଳର ୯ ଜଣ ବିଧାୟକ ବିଦ୍ରୋହ କରିଛନ୍ତି। ଅସନ୍ତୁଷ୍ଟ ବିଧାୟକଙ୍କୁ ମନେଇବା ପାଇଁ ପ୍ରୟାସ ଜାରି ରହିଛି। ଇତିମଧ୍ୟରେ ବିଧାୟକଙ୍କ ଅଭିଯୋଗ କଂଗ୍ରେସ ହାଇକମାଣ୍ଡଙ୍କ ପାଖରେ ପହଞ୍ଚିଛି। ମେଣ୍ଟ ସରକାରରେ ହେମନ୍ତଙ୍କ କାର୍ଯ୍ୟ ଶୈଳୀ ଅସନ୍ତୁଷ୍ଟଙ୍କୁ ପସନ୍ଦ ଆସୁ ନ ଥିବା ଅଭିଯୋଗ ହୋଇଛି। ବିଧାୟକମାନେ ରାଜ୍ୟ କଂଗ୍ରେସ ମୁଖ୍ୟ ଆର୍‌ .ପିି. ସିଂଙ୍କ ଉପରେ ମଧ୍ୟ କ୍ଷୁବ୍ଧ ଥିବା କୁହାଯାଉଛି। ରାଜ୍ୟସଭା ଏମ୍‌ପି ଧୀରଜ ପ୍ରସାଦ ସାହୁଙ୍କ ନେତୃତ୍ୱରେ ଅସନ୍ତୁଷ୍ଟ ବିଧାୟକ ଦିଲ୍ଲୀ ଯାଇଥିଲେ। ସେମାନେ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ରାଜନୈତିକ ପରାମର୍ଶଦାତା ଅହମ୍ମଦ ପଟେଲ ଏବଂ ଗୁଲାମନବୀ ଆଜାଦ୍‌ଙ୍କୁ ଭେଟି ରାଜ୍ୟକୁ ଫେରିଛନ୍ତି। ବିଧାୟକମାନେ କୌଣସି ସୂଚନା ନ ଦେଇ ନୀରବତା ଅବଲମ୍ବନ କରିଛନ୍ତି। ଝାଡ଼ଖଣ୍ଡର ୮୧ ବିଧାନସଭା ଆସନ ପାଇଁ ମ୍ୟାଜିକ୍‌ ନମ୍ବର ୪୨ ରହିଛି। ଏପରିସ୍ଥଳେ ହେମନ୍ତଙ୍କ ପାଖରେ ଜେଏମ୍‌ଏମ୍‌ର ୩୦, କଂଗ୍ରେସର ୧୬ ଏବଂ ଆରଜେଡିର ଜଣେ ବିଧାୟକ ଅଛନ୍ତି। ଫଳରେ ହେମନ୍ତଙ୍କୁ ୪୭ ବିଧାୟକଙ୍କ ସମର୍ଥନ ରହିଛି। ଅପରପକ୍ଷରେ ରାଜ୍ୟରେ ଭାଜପା ପାଖରେ ୨୫ ଜଣ ବିଧାୟକ ଅଛନ୍ତି। ମେଣ୍ଟ ସରକାରରେ ଅସ୍ଥିରତା ସୃଷ୍ଟି ପାଇଁ ଭାଜପା ଅପରେଶନ୍‌ ଲୋଟସ ଅଭିଯାନ ଲୁଚାଛପାରେ କରୁଥିବା ବିରୋଧୀ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ରାଏବରେଲିରେ ପ୍ରିୟଙ୍କାଙ୍କୁ ଟକ୍କର ଦେବେ ବରୁଣ ଗାନ୍ଧି? ୨୦୨୪ ନିର୍ବାଚନର ସବୁଠୁ ବଡ଼ ସର୍‌ପ୍ରାଇଜ୍‌ ଦେବ କି ଭାଜପା…

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ଆମେଠିରୁ ରାହୁଲ ଗାନ୍ଧୀ ଏବଂ ରାଏବରେଲିରୁ ପ୍ରିୟଙ୍କା ଗାନ୍ଧିଙ୍କୁ ପ୍ରାର୍ଥୀ କରିପାରେ। ଏନେଇ ଚର୍ଚ୍ଚା ହେଉଥିବା ବେଳେ ଭାଜପା ରାଏବରେଲିକୁ ନେଇ ସ୍ବତନ୍ତ୍ର...

ରାଜନୀତିକୁ ଏଣ୍ଟ୍ରି କରିବେ ଡି.କେ ଶିବକୁମାରଙ୍କ ଝିଅ! ଦେଲେ ସଙ୍କେତ…

ବେଙ୍ଗାଲୁରୁ,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଏପ୍ରିଲ ୨୬ରେ ୧୩ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୮୮ଟି ଆସନରେ ଭୋଟ ଗ୍ରହଣ କରାଯାଉଛି। ଦ୍ୱିତୀୟ...

ଭାଜପା ପ୍ରାର୍ଥୀ ଦେବାଶିଷଙ୍କ ନାମାଙ୍କନ ରଦ୍ଦ, ଯିବେ ହାଇକୋର୍ଟ

କୋଲକାତା,୨୬।୪: ନିର୍ବାଚନ ଆୟୋଗ ପଶ୍ଚିମବଙ୍ଗର ବୀରଭୂମ ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଦେବାଶିଷ ଧରଙ୍କ ନାମାଙ୍କନକୁ ବାତିଲ କରିଛନ୍ତି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭାଜପା...

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri