ବିଜେଡିରେ ବିଦ୍ରୋହ: ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର!

ଭୁବନେଶ୍ୱର,୨୪।୩: ବିଜେଡିରେ ବିଦ୍ରୋହ। ଦଳ ଛାଡ଼ିପାରନ୍ତି ୧୪ କର୍ପୋରେଟର। ଚୌଦ୍ୱାର-କଟକର ସମସ୍ତ କର୍ପୋରେଟର ଏକାଠି ହୋଇଥିବା ଜଣାପଡିଛି। ପ୍ରଭାତ ଓ ସୌଭିକଙ୍କ କୁଶପୁତ୍ତଳିକା ଦାହକୁ କର୍ପୋରେଟର ବିରୋଧ କରିଛନ୍ତି।

ସୂଚନା ଯୋଗ୍ୟ, ସୋମବାର କଟକ ମହାନଗର ବିଜୁ ଜନତା ଦଳ ପକ୍ଷରୁ ସ୍ଥାନିୟ ମାଛୁଆ ବଜାର ଛକରେ ରାଜ୍ୟ ସଭା କ୍ରସ ଭୋଟିଂକୁ ନେଇ ପ୍ରତିବାଦ କରାଯାଇଥିଲା। ରାଜ୍ୟ ସଭାରେ କଟକର ତିନି ବିଧାୟକଙ୍କ କ୍ରସ ଭୋଟିଂକୁ ବିରୋଧ କରି ଏହି ପ୍ରତିବାଦ ହୋଇଥିଲା। ବିଜୁ ଜନତା ଦଳ ରାଜ୍ୟ କୋଷାଧ୍ୟକ୍ଷ ତଥା କଟକ ମେୟର ସୁବାସ ସିଂ ଓ କଟକ ଜିଲା ବିଜେଡି ସଭାପତି ପ୍ରଫୁଲ୍ଲ ସିଂଙ୍କ ନେତୃତ୍ୱରେ ଏହି ପ୍ରତିବାଦ କରାଯାଇଥିଲା। ଏଥିରେ ବିଜେଡିର ବହୁ କର୍ମୀ ଉପସ୍ଥିତ ଥିଲେ। ଏଥିରେ ବାଙ୍କି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ , ଚୌଦାର କଟକ ବିଧାୟକ ସୌଭିକ ବିଶ୍ୱାଳ ଓ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦ୍ଦୋଶଙ୍କ ବିରୁଦ୍ଧରେ ନାରାବାଜି ସହ ତିନି ଜଣଙ୍କ କୁଶ ପୁତ୍ତଳିକା ଦାହ କରାଯାଇଥିଲା। ତେବେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ବିଧାୟକ ସୌଭିକ ବିଶ୍ୱାଳଙ୍କ ସପକ୍ଷରେ କିଛି ସ୍ଥାନୀୟ ଲୋକ କୁଶ ପୁତ୍ତଳିକା ଦାହକୁ ବିରୋଧ କରିଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ସମିତିସଭ୍ୟଙ୍କ ଘରେ ଚାଲିଥିଲା ଦେଶୀମଦ ଭାଟି, ଚଢ଼ାଉ କରି ଭାଙ୍ଗିଲା ପୋଲିସ

ନନ୍ଦପୁର,୧୭ା୫(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଲମତାପୁଟ ବ୍ଲକର ମାଳିବେଲ ଗ୍ରାମପଞ୍ଚାୟତର ପୂର୍ବତନ ସମିତିସଭ୍ୟ ରମେଶ ବିଶୋଇଙ୍କ ଭିମାରୀପୁଟ ସ୍ଥିତ ଘରେ ସ୍ଥାପିତ…

ପଞ୍ଜାବକୁ ହରାଇ ପ୍ଲେଅଫ୍‌ରେ ସ୍ଥାନ ପକ୍କା କଲା ଆର୍‌ସିବି

ଧର୍ମଶାଳା,୧୭ା୫: ଭେଙ୍କଟେଶ ଆୟାରଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୨୩ ରନରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ଏହି…

ଆହତ ସତ୍ତ୍ୱେ ଖେଳିଲେ ବରୁଣ, ହସ୍ତକ୍ଷେପ କରିପାରେ ବିସିସିଆଇ

ନୂଆଦିଲ୍ଲୀ,୧୭ା୫: ଆହତ ସତ୍ତ୍ୱେ ବରୁଣ ଚକ୍ରବର୍ତ୍ତୀ ଶନିବାର ଗୁଜରାଟ ଟାଇଟନ୍ସ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ ପାଇଁ ସମ୍ପୂର୍ଣ୍ଣ ୪ ଓଭର ବୋଲିଂ କରିଥିଲେ। ଏହି…

ସୁନାଥରରେ ଗ୍ଯାସ ସିଲିଣ୍ଡର ବିସ୍ଫୋରଣ ଘଟଣା, ଆଠଦିନର ସଂଗ୍ରାମ ପରେ ଆଖିପୁଜିଲେ ପ୍ରଶନ

ପୁରୁଷୋତ୍ତମପୁର,୧୭ା୫(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ସୁନାଥର ଗ୍ରାମରେ ସିଲିଣ୍ଡର ବିସ୍ଫୋରଣ ଘଟଣାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଛି । ଗତ ରବିବାର ସନ୍ଧ୍ୟାରେ…

ଭାରସାମ୍ଯ ହରାଇ ଗଛକୁ ପିଟିଲା ଟ୍ରକ, ଡ୍ରାଇଭର ମୃତ

ପୁରୁଷୋତ୍ତମପୁର,୧୭ା୫( ସବିତା ମିଶ୍ର): ଗଞ୍ଜାମ ଜିଲା ପରୁଷୋତ୍ତମପୁର ଥାନା ଆନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ଯରାସ୍ତାର ବାଇଧର ମନ୍ଦିର ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବୁଲାଣି ଠାରେ ଏକ…

ନିଖିଲଙ୍କୁ ଗୋଡ଼ାଇ ଗୁଳି କରିଥିଲେ ଦୁର୍ବୃତ୍ତ, ୯ ଜଣଙ୍କୁ ବାନ୍ଧିଲା ପୋଲିସ

ଗୁଣପୁର,୧୭ା୫(ସୁଜାତା ପାଢ଼ୀ)- ରାୟଗଡ଼ା ଥାନା ପୋଲିସ ନିଖିଳଙ୍କୁ ଗୁଳି କରି ହତ୍ୟା କରାଯିବା ମାମଲାର ପର୍ଦ୍ଦାଫାଶ କରିଛି । ହତ୍ୟାକାଣ୍ଡରେ ଜଡ଼ିତ ଥିବା ୯ ଜଣଙ୍କୁ ଗିରଫ…

ଲକ୍ଷ୍ୟ ସ୍ଥିର ରହିଲେ ସଫଳତା ନିଶ୍ଚିତ ମିଳିବ, ମେଧାବୀ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଇ…

ଭଞ୍ଜନଗର,୧୭ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଘୁମୁସର ସ୍କଲାର୍ସ ରେକୋଗନାଇଜେଶନ କମିଟି ପକ୍ଷରୁ ରବିବାର ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମାଟ୍ରିକ ପରୀକ୍ଷାରେ ଭଲ ପ୍ରଦର୍ଶନ…

ଇଲେକ୍ଟ୍ରି ବିଲ୍‌ ନ ଦେଲେ ଜବତ ହେବ ଘରବାଡି ସମ୍ପତ୍ତି! କଠୋର ହେଲା ନିୟମ

ନୂଆଦିଲ୍ଲୀ,୧୭।୫: ରାଜ୍ୟବାସୀଙ୍କ ପାଇଁ ବଡ଼ ଖବର। ରାଜ୍ୟର ବିଜୁଳି ବିଭାଗ ଏବେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରସ୍ତୁତ ହେଉଛି। ବିଦ୍ୟୁତ ନିଗମ ଦୀର୍ଘ ସମୟ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri