ଭାରରେ ୧୨କି.ମି. ବୋହି ଆଣିବା ପରେ ମିଳିଲା ସ୍ବାସ୍ଥ୍ୟସେବା

ମାଲକାନଗିରି, ୨୬।୧ (ଡି.ଏନ.ଏ.) – ରାଜ୍ୟ ଓ କେନ୍ଦ୍ର ସରକାର ଜନସାଧାରଣଙ୍କୁ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେବାକୁ ବହୁ ଅର୍ଥ ବ୍ୟୟ କରୁଛନ୍ତି। ମାତ୍ର ବାସ୍ତବତା ଏହାଠାରୁ ବହୁଦୂରରେ। କେଉଁଠି ଡାକ୍ତରଖାନାରେ ଚିକିତ୍ସା ଅଭାବରୁ ରୋଗୀଙ୍କ ମୃତ୍ୟୁ ହେଉଛି ତ କେଉଁଠି ରାସ୍ତା ନ ଥିବାରୁ ରୋଗୀ ପାଖରେ ପହଞ୍ଚତ୍ପାରୁନି ଆମ୍ବୁଲାନ୍ସ। ପରିବାର ଲୋକେ ବାଧ୍ୟହୋଇ କାଉଡ଼ି ଅବା ଖଟିଆରେ ରୋଗୀଙ୍କୁ ବୋହି ନେଉଛନ୍ତି ଡାକ୍ତରଖାନା। ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ ବଣ୍ଡାଘାଟିରେ ମଙ୍ଗଳବାର ଏପରି ଏକ ଦୃଶ୍ୟ ଦେଖିବାକୁ ମିଳିଛି। ବଣ୍ଡାଘାଟିର ବେଲଗୁଡ଼ା ଗ୍ରାମର ସମ୍ବାରି କିର୍ସାନିଙ୍କ ଦେହ ଅସୁସ୍ଥ ହେବାରୁ ତାଙ୍କୁ ଡାକ୍ତରଖାନା ନେବା ସମସ୍ୟା ହୋଇଥିଲା। କାରଣ ଘାଟି ଅଞ୍ଚଳ ରୂପେ ପରିଚିତ ଉକ୍ତ ଗ୍ରାମକୁ ରାସ୍ତା ନ ଥିଲା। ମୋବାଇଲ ସେବା ମଧ୍ୟ ନ ଥିବାରୁ ପରିବାର ଲୋକେ ଏବଂ ଗ୍ରାମବାସୀ ଏକ କାଉଡ଼ି ଓ ଝୁଡ଼ିରେ ସମ୍ବାରିଙ୍କୁ ବସାଇ ଦୀର୍ଘ ୧୨ କି.ମି. ବୋହି ଆଣି ମୁଦୁଲିପଡ଼ା ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚାଥିଲେ। ସେଠାରେ ପ୍ରାଥମିକ ଚିକିତ୍ସା ପରେ ସମ୍ବାରିଙ୍କୁ ମୁଦୁଲିପଡ଼ାରୁ ଆମ୍ବୁଲାନ୍ସ ଯୋଗେ ଖଇରପୁଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଡାକ୍ତର ସ୍ଥାନାନ୍ତର କରିଥିଲେ। ଏବେ ସମ୍ବାରି ଖଇରପୁଟ ସ୍ବାସ୍ଥ୍ୟକେନ୍ଦ୍ରରେ ସୁସ୍ଥ ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri