ବେପରୁଆ ଗାଡ଼ି ଚାଳନା, ବଢୁଛି ଦୁର୍ଘଟଣା

କଟକ ସଦର,୧୮ା୪(ଡି.ଏନ୍‌.ଏ.): କଟକ ସଦର ବ୍ଲକ ଅନ୍ତର୍ଗତ ୪୨ ମୌଜା ମୁଖ୍ୟ ରାସ୍ତାର ଝିଙ୍କିରିଆଠାରୁ ଚାନ୍ଦୁଲି ପର୍ଯ୍ୟନ୍ତ ୧୬ କିମି ଅଂଶରେ ଦୁର୍ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଗତ ଜାନୁୟାରୀରୁ ଏପ୍ରିଲ ମଧ୍ୟରେ ଅଧିକାଂଶ ଦିନ ଦୁର୍ଘଟଣା ଘଟିଛି। ଇତିମଧ୍ୟରେ ୪ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନେକ ଆହତ ହୋଇ ଚିକିତ୍ସିତ ହୋଇଛନ୍ତି। ବେପରୁଆ ବାଇକ ଚାଳନା ଦୁର୍ଘଟଣାର ମୁଖ୍ୟ କାରଣ ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ସନ୍ଧ୍ୟାହେଲେ ଯୁବକମାନେ ଉକ୍ତ ରାସ୍ତାରେ ବେପରୁଆ ଭାବେ ବାଇକ୍‌ ଚଳାଉଥିବାରୁ ଦୁର୍ଘଟଣା ଘଟୁଛି। ହେଲେ ଏ ଦିଗରେ ପୋଲିସ ପକ୍ଷରୁ ଉଚିତ୍‌ ପଦକ୍ଷେପ ନିଆଯାଉ ନ ଥିବାରୁ ଦୁର୍ଘଟଣା ରୋକି ହେଉନାହିଁ। ଆଗାମୀ ଦିନରେ ପୋଲିସ ଓ ପରିବହନ ବିଭାଗ ପକ୍ଷରୁ ଡ୍ରାଇଭିଂ ଲାଇସେନ୍ସ ଯାଞ୍ଚ କଡ଼ାକଡି ସହ ବେପରୁଆ ବାଇକ୍‌ ଚାଳକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଗଲେ ଦୁର୍ଘଟଣାକୁ ରୋକାଯାଇପାରିବ ବୋଲି ସ୍ଥାନୀୟ ବୁଦ୍ଧିଜୀବୀ ମହଲରେ ମତପ୍ରକାଶ ପାଇଛି। ଅପରପକ୍ଷରେ ପୋଲିସ କିଛି ନିଶାସକ୍ତ ବାଇକ୍‌ ଚାଳକଙ୍କୁ କାବୁ କରୁଛି। ହେଲେ ବ୍ରିଥ୍‌ ଆନାଲାଇଜର ମେଶିନ ନ ଥିବାରୁ ଜରିମାନା ଆଦାୟ କରିବାରେ ବାଧା ସୃଷ୍ଟି ହୋଇଛି। ଉକ୍ତ ରାସ୍ତାରେ ୧୦ ଚକିଆ ଗାଡ଼ି ଦୃତଗତିରେ ଚଳାଚଳ କରୁଛି। ଫଳରେ ଲୋକମାନେ ରାସ୍ତାରେ ନିରାପଦ ଭାବେ ଯାତାୟତ କରିବାକୁ ସୁରକ୍ଷିତ ମଣୁନାହାନ୍ତି। ଏପରି କି ଜଣେ ଲୋକ ଘରୁ ବାହାରକୁ ଯାଇ ନିରାପଦରେ ଫେରିବ କି ନାହିଁ ତାହାକୁ ନେଇ ସନ୍ଧେହ ପ୍ରକାଶ ପାଉଛି।
ସୂଚନାଯୋଗ୍ୟ, ଗତ ମାର୍ଚ୍ଚ ୯ ତାରିଖରେ ୪୨ ମୌଜାର ଅଶୋକ ତ୍ରିପାଠୀ ନାମକ ବ୍ୟକ୍ତି ବାଇକ୍‌ରେ କଟକ ଅଭିମୁଖେ ଯାଉଥିବାବେଳେ ସମ୍ମୁଖରୁ ବୋଲେରୋ ତାଙ୍କୁ ଧକ୍କା ଦେଇଥିଲା। ଏଥିରେ ସେ ଗୁରୁତର ହେବାରୁ ଚିକିତ୍ସା ଲାଗି କଟକ ବଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେହିପରି ମାର୍ଚ୍ଚ ୧୨ ତାରିଖ ରାତିରେ ଝିଙ୍କିରିଆ ଅଞ୍ଚଳର ମନୋରଞ୍ଜନ ଦେବତ୍ତା(୨୫) ଓ ତାଙ୍କ ମାଆ ପ୍ରତିମା ଦେବତ୍ତା(୪୫) ଏକ ସ୍କୁଟିରେ ଘରକୁ ଫେରୁଥିବାବେଳେ ଏକ ଗାଡ଼ି ସେମାନଙ୍କୁ ଧକ୍କା ଦେଇଥିଲା। ଏଥିରେ ଉଭୟ ଗୁରୁତର ହୋଇ କଟକ ବଡ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ଗତ ଗୁରୁବାର ସନ୍ଧ୍ୟାରେ ବ୍ରହ୍ମପୁର ପେଟ୍ରୋଲ ଟାଙ୍କି ସମ୍ମୁଖରେ ୨ ବାଇକ ମଧ୍ୟରେ ମୁହଁାମୁହିଁ ଧକ୍କା ହୋଇଥିଲା। ଏଥିରେ କନ୍ଦରପୁର ଥାନା ଅଧୀନ ଅଥଙ୍ଗା ଗ୍ରାମର ଅଜୟ ଭୋଇ(୨୪) ଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏ ସମ୍ପର୍କରେ ୪୨ ମୌଜା ଥାନା ଅଧିକାରୀ ଗିରିଶ ଚନ୍ଦ୍ର ମହାରଣା କହିଛନ୍ତି, ଯାଞ୍ଚ କରାଯାଇ ବେଆଇନ ଗାଡ଼ି ଚାଳକଙ୍କଠାରୁ ଜରିମାନା ଆଦାୟ କରାଯାଉଛି। ଅଭିଭାବକମାନେ ନାବାଳକଙ୍କୁ ବାଇକ୍‌ ଚଲାଇବାର ସୁଯୋଗ ଦେବା ଉଚିତ୍‌ ନୁହେଁ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୬ ବର୍ଷ ପରେ ହତ୍ୟା ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର,୧୦/୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନୂଆଁପଲ୍ଲୀ ଗ୍ରାମର ଟୁକୁନା ନାଇକଙ୍କୁ ପୋଲିସ ଏକ ହତ୍ୟା ମାମଲାରେ ସୋମବାର ଗିରଫ କରିଛି। ଏହାପରେ ତାଙ୍କୁ...

ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...

ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍‌!

ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...

ଯୁକ୍ତ୨ ପରୀକ୍ଷା ସୂଚୀରେ ପରିବର୍ତ୍ତନ

ଭୁବନେଶ୍ୱର,୧୦।୧୨(ସୁଚିସ୍ମିତା ସାହୁ): ଯୁକ୍ତ୨ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିବର୍ତ୍ତିତ ସୂଚୀ ଅନୁଯାୟୀ, ମାର୍ଚ୍ଚ ୧୧ରେ ହେବାକୁ...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

ପାଦରେ ସୁନା ପିନ୍ଧିବା କାହିଁକି ଅଶୁଭ? ପିନ୍ଧିଲେ ମାଡ଼ି ଆସିବ…

ବର୍ତ୍ତମାନ, ସୁନା ବିଶ୍ୱର ସବୁଠାରୁ ମହଙ୍ଗା ଧାତୁ ମଧ୍ୟରୁ ଗୋଟିଏ। ସୁନା ସମସ୍ତଙ୍କୁ ଆକର୍ଷିତ କରେ। ମହିଳାମାନେ ସୁନା ଅଳଙ୍କାରକୁ ଭଲ ପାଆନ୍ତି। ଅଳଙ୍କାର ପିନ୍ଧିବା...

ନୂଆବର୍ଷରେ ୩ ରାଶିରେ ଭୟଙ୍କର ଶନି ଦଶା ! ପାଦେ ପାଦେ ବିପଦ, ନୂଆବର୍ଷରେ…

ଶନିଦେବତାଙ୍କୁ ନ୍ୟାୟପ୍ରିୟ ଓ କର୍ମଫଳ ପ୍ରଦାତା ଭାବେ ଗ୍ରହଣ କରାଯାଇଛି । ଶନି ପ୍ରତି ଅଢେଇ ବର୍ଷରେ ଥରେ ରାଶି ପରିବରର୍ତ୍ତନ କରିଥାନ୍ତି । ଶନିଙ୍କର...

ଭାରତ ପାଇଁ ସତ୍ୟ ନାଡେଲାଙ୍କ ବଡ଼ ଘୋଷଣା: AI ପାଇଁ ମାଇକ୍ରୋସଫ୍ଟ ନିବେଶ କରିବ ୧.୫ ଲକ୍ଷ କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) ର ବିକାଶ ପାଇଁ ଏକ ବଡ଼ ପଦକ୍ଷେପ ନେଇ ମାଇକ୍ରୋସଫ୍ଟର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (CEO) ସତ୍ୟ ନାଡେଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri