ବୁଗୁଡ଼ା ସହରରେ ବଢୁଛି ବେପରୁଆ ଗାଡ଼ି ଚାଳନା

ବୁଗୁଡ଼ା,୧୫ା୩(ଡି.ଏନ.ଏ.): ବୁଗୁଡ଼ା ଅଞ୍ଚଳରେ ଦିନକୁଦିନ ଜନବସତି ବୃଦ୍ଧି ହେବାରେ ଲାଗିଛି। ଏହି ଅନୁପାତରେ ଯାନବାହନ ମଧ୍ୟ ବୃଦ୍ଧି ପାଇଛି। ବହୁ ସମୟରେ ବେପରୁଆ ଗାଡ଼ି ଚାଳନା ପାଇଁ ଛୋଟମୋଟ ଦୁର୍ଘଟଣାମାନ ଘଟୁଛି। ସରକାର ୧୮ ବର୍ଷରୁ କମ୍‌ ବୟସ ଓ ବିନା ଲାଇସେନ୍ସରେ ଗାଡି ଚଲାଇବା ମନା କରିଥିବା ବେଳେ ସଡ଼କ ସୁରକ୍ଷା ନିୟମକୁ ଲୋକେ ଏବେ ଭୁଲିଗଲେଣି। ବୁଗୁଡା ସହରରେ କଲେଜ ପିଲାଙ୍କଠାରୁ ଆରମ୍ଭ କରି ସ୍କୁଲ ପିଲା ଯାଏ ବିନା ଲାଇସେନ୍ସ ଓ ହେଲମେଟରେ ଗାଡ଼ି ଚଲାଉଥିବା ବେଳେ ପ୍ରଶାସନ ପୂରା ନୀରବଦ୍ରଷ୍ଟା ସାଜିଛି। ଏପରିକି ଛାତ୍ରୀଛାତ୍ରମାନେ ସ୍କୁଲ, କଲେଜକୁ ଗାଡ଼ି ଚଲାଇ ଯାଉଥିବା ବେଳେ ସ୍କୁଲ କର୍ତ୍ତୃପକ୍ଷ କିମ୍ବା କଲେଜ କର୍ତ୍ତୃପକ୍ଷ ମଧ୍ୟ ନଦେଖିଲା ଭଳି ରହୁଛନ୍ତି। ସହରରେ କଲେଜ ଛାତ୍ରମାନେ ବହୁ ସମୟରେ ଦ୍ରୁତଗତିରେ ଗାଡ଼ି ଚାଳନା କରୁଥିବା ଦେଖିବାକୁ ମିଳୁଛି। ପରିବହନ ଓ ପୋଲିସ ବିଭାଗ ପକ୍ଷରୁ ଗାଡ଼ି ଚେକିଂ ସହ ଜରିମାନା ଆଦାୟ ଠାରୁ ଲାଇସେନ୍ସ ରଦ୍ଦ ଯାଏ ବିଭିନ୍ନ କାର୍ଯ୍ୟାନୁଷ୍ଠାନ ହେଉଛି। କିନ୍ତୁ ସହର ବାହାରେ ପରିବହନ ବିଭାଗ ପକ୍ଷରୁ ହିଁ ଚେକିଂ ହେଉଥିଲେ ମଧ୍ୟ ସହର ଭିତରେ ନିୟମ ଉଲ୍ଲଂଘନ କରି କେତେଜଣ ଯୁବକ ଓ ଛାତ୍ର ଦ୍ରୁତ ଗତିରେ ବାଇକ ଚଲାଉଥିବା ବେଳେ ଲୋକେ ଭୟଭୀତ ହୋଇପଡୁଛନ୍ତି। ଘରୁ ରାସ୍ତାକୁ ବାହାରିଲେ ବରିଷ୍ଠ ନାଗରିକ ଓ ମହିଳାଙ୍କୁ ବେପରୁଆ ଗାଡ଼ି ଚାଳକଙ୍କଠାରୁ ସୁରକ୍ଷା ଚିନ୍ତା ଘାରୁଛି। ଏହି ପିଲାମାନେ ଟ୍ରାଫିକ ନିୟମ ଉଲ୍ଲଂଘନ କରି ସହର ଭିତରେ ବିନା ହେଲମେଟରେ ବାଇକ ଚଲାଇବା, ଭୁଲ୍‌ ରାସ୍ତାରେ ଗାଡ଼ି ଚଲାଇବା, ଦୁଇରୁ ଊଦ୍ଧର୍‌ବ ବାଇକରେ ବସି ଯିବା ଦୃଶ୍ୟ ପ୍ରତ୍ୟେକ ଦିନ ଦେଖିବାକୁ ମିଳୁଛି। ଏଇ କିଛି ମାସ ପୂର୍ବେ ଗୋଟିଏ ବାଇକରେ ତିନି ଜଣ ଯୁବକ ଯାଉଥିବା ବେଳେ ଅସାବଧାନତା ହେତୁ ଷୋଳମାଇଲି ପେଟ୍ରୋଲ ପମ୍ପ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଫଳରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ଏହିଭଳି ଦ୍ରୁତଗତିରେ ଗାଡ଼ି ଚଲାଇବା ଓ ବେପରୁଆ ଗାଡ଼ି ଚାଳକଙ୍କ ପାଇଁ ବିଭିନ୍ନ ସମୟରେ ସାଧାରଣ ଲୋକେ ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ଏଥି ସହ କଲେଜକୁ ବାଇକ୍‌ ନେଇ ଆସୁଥିବା ଛାତ୍ରଙ୍କ ଲାଇସେନ୍ସ ନ ଥିଲେ ମଧ୍ୟ କଲେଜ କର୍ତ୍ତୃପକ୍ଷ କିମ୍ବା ପୋଲିସ ପକ୍ଷରୁ ଯାଞ୍ଚ କରାଯାଉନାହିଁ। ଟ୍ରାଫିକ ସଚେତନତା ନେଇ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ପୋଲିସ ପକ୍ଷରୁ ବିଭିନ୍ନ ଛକରେ ଯାଞ୍ଚ କରାଯାଇ ଜରିମାନା ଆଦାୟ କରାଯାଉଥିଲେ ମଧ୍ୟ ଲୋକଙ୍କ ମଧ୍ୟରେ ଟ୍ରାଫିକ ସଚେତନତା ସୃଷ୍ଟି ହୋଇପାରୁନାହିଁ। କେତେଜଣ ଅସଚେତନ ଅଭିଭାବକ ନିଜର ବଡ଼ିମା ଦେଖାଇବାକୁ ଯାଇ କିମ୍ବା ଆୟତ୍ତରେ ରଖିବାରେ ଅସମର୍ଥ ହେତୁ ପିଲାଙ୍କ ହାତରେ ବାଇକ୍‌ ଧରାଇ ଦେଉଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହେଉଛି ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ତେବେ ସମ୍ପ୍ରତି ଦ୍ରୁତଗାମୀ ବାଇକ୍‌ ଚାଳନାକୁ ପ୍ରତିହତ ସକାଶେ ଟ୍ରାଫିକ ନିୟମ କଡ଼ାକଡ଼ି ପାଳନ କରିବା ପାଇଁ ପରିବହନ ବିଭାଗ ସହ ପୋଲିସ ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri