ବେପରୁଆ ଗାଡିଚାଳନା ହେଲା କାଳ: ଟ୍ରକ ଧକ୍କାରେ ଜଣଙ୍କ ଜୀବନ ଗଲା,୨ ଗୁରୁତର ଆହତ

ଭବାନୀପାଟଣା/ଜୁନାଗଡ଼,୧୬।୬(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ସହରରେ ସୋମବାର ମଧ୍ୟାହ୍ନରେ ଟ୍ରକ ଧକ୍କାରେ ଜଣେ ବାଇକ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ୨ ବାଇକ ଚାଳକ ଗୁରୁତର ଆହତ ହୋଇଛନ୍ତି। ମୃତ ବାଇକ ଚାଳକଙ୍କ ନାମ ଜଗଦୀଶ ଧଙ୍ଗଡାମାଝୀ (୪୨) ହୋଇଥିବାବେଳେ ତାଙ୍କ ଘର ଜୁନାଗଡ଼ ଥାନା ଏକନାଗୁଡା ବୋଲି ଜଣାପଡିଛି। ସେହିପରି ଏହି ଦୁର୍ଘଟଣାରେ ଅନ୍ୟ ୨ ବାଇକ ଚାଳକ ବଳଦିଆମାଲ ର ରାଜ କିଶୋର ମେହେର ଓ ଜୁନାଗଡ଼ର ସମ୍ବିତ ପଣ୍ଡା ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ରାଜ କିଶୋରଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ସେ ଏବେ ଭବାନୀପାଟଣାସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଟ୍ରକ ଡ୍ରାଇଭରଟି କିପରି ଭାବେ ବେପାରୁଆ ଗାଡି ଚଳାଉଛନ୍ତି, ରଙ୍ଗ ରୁଟରେ ଅଭରଟ୍ରେକ କରି ଯାହାର ଭିଡିଓ ଏବେ ସେଠାରେ ଲାଗିଥିବା ସିସିଟିଭି ଫୁଟେଜରେ କଏଦ ହୋଇଛି। ଏପରିକି ଏହି ଦୁର୍ଘଟଣାର ଭିଡିଓ ଏବେ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଛି।

ସୂଚନାପାଇ ଜୁନାଗଡ଼ ପୋଲିସ ଘଟଣାସ୍ଥଳକୁ ପହଞ୍ଚି ମୃତ ଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜୁନାଗଡ଼ ଡାକ୍ତରଖାନା ପଠାଇଥିଲା। ସେଠାରେ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ପୋଲିସ ମୃତ ଦେହ ହସ୍ତାନ୍ତର କରିଛି। ଅନ୍ୟପଟେ, ଦୁର୍ଘଟଣା ଘଟାଇ ଥିବା ଟ୍ରକକୁ ପୋଲିସ ଅଟକ ରଖିଥିବାବେଳେ ଚାଳକ ଫେରାର ମାରିଥିବା ପୋଲିସଠାରୁ ସୂଚନା ମିଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଚାଲିଗଲା ଓଡ଼ିଆ ଯୁବତୀଙ୍କ ଜୀବନ

ହାଇଦ୍ରାବାଦ,୨୧।୮: ହାଇଦ୍ରାବାଦରେ ଏମ୍‌ପିଙ୍କ ପୁଅ ଗାଡ଼ି ଧକ୍କାରେ ଜଣେ ଓଡ଼ିଆ ଯୁବତୀଙ୍କ ମୃତ୍ୟୁ ଘଟିଛି। ରାସ୍ତା ପାର୍‌ ବେଳେ ଏମ୍‌ପି ପୁଅଙ୍କ ଏକ ବିଳାସପୂର୍ଣ୍ଣ କାର୍‌ ଯୁବତୀଙ୍କୁ…

ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା

ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…

ରାସନ କାର୍ଡ ପାଖରେ ନଥିଲେ ବି ମିଳିବ ରାସନ! ଜାଣନ୍ତୁ ସରକାରଙ୍କ ପୂରା ନିୟମ…

ନୂଆଦିଲ୍ଲୀ,୨୧ା୮: ସରକାର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଏବଂ ଅସହାୟ ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଯୋଜନା ଚଳାନ୍ତି। ଯଦି ଆପଣ ମଧ୍ୟ ସରକାରୀ ରାସନରୁ ଉପକୃତ ହେଉଛନ୍ତି, ତେବେ…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

୨ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ, ଜାଣନ୍ତୁ କାରଣ…

କୋଣାର୍କ,୨୧।୮: ରାସ୍ତା ନିର୍ମାଣରେ ଅନିୟମିତତା ଅଭିଯୋଗରେ ୨ଜଣ ଯନ୍ତ୍ରୀଙ୍କୁ ୫ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ। ଖବର ପାଇ ବଳଙ୍ଗା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କୁ…

କେସିଙ୍ଗା ପଞ୍ଚାୟତ ସମିତିରେ ପାନୀୟଜଳବିଦ୍ୟୁତ ଉପରେ ଗୁରୁତ୍ୱ

କେସିଙ୍ଗା, ୨୧।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ୧୧ତମ ସାଧାରଣ ବୈଠକ ଅଧ୍ୟକ୍ଷ ଚନ୍ଦନ କୁମାର ସେନାପତିଙ୍କ ସଭାପତିତ୍ୱରେ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ସେପ୍ଟେମ୍ବର ୧ରେ ବୁଧ-ଗୁରୁ-ମଙ୍ଗଳଙ୍କ ମହାଚଳନ: ସୁନା ଥାଳିରେ ଖାଇବେ ଏହି ୫ ରାଶି!

ଗଣିତ ଜ୍ୟୋତିଷ ଗଣନା ଏବଂ ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ୧ ସେପ୍ଟେମ୍ବର ୨୦୨୬ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ଦିନ ହେବ। ଏହି ଦିନ ଅନେକ ଗ୍ରହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri