‘ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆମର ପାରଦର୍ଶିତାକୁ ସ୍ବୀକୃତି’

ଭୁବନେଶ୍ୱର,୭।୧୨: ରାଜ୍ୟର ପ୍ରମୁଖ ଘରୋଇ ଚିକିତ୍ସାଳୟ କେୟାର ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ ଭୁବନେଶ୍ୱରକୁ ନିକଟରେ ଆଉ ୨ଟି ଜାତୀୟସ୍ତରର ସମ୍ମାନ ଓ ସଫଳତା ମିଳିଛି। ଏପରିକି ଦୀର୍ଘଦିନ ଧରି ଓଡ଼ିଶାବାସୀଙ୍କୁ ସୁଲଭ ମୂଲ୍ୟରେ ଉନ୍ନତମାନର ସ୍ବାସ୍ଥ୍ୟସେବା ଯୋଗାଇଦେଇ ଆସୁଛି। ସେହିଭଳି ଉନ୍ନତମାନର ସ୍ବାସ୍ଥ୍ୟସେବା ପ୍ରଦାନ ପାଇଁ କେୟାର ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲକୁ ଇକୋନୋମିକ୍‌ ଟାଇମ୍ସ ପକ୍ଷରୁ ‘ଇକୋନୋମିକ୍‌ ଟାଇମ୍ସ ଆୱାର୍ଡ-୨୦୨୨’ ଏବଂ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସ ପକ୍ଷରୁ ‘ହେଲ୍‌ଥ କେୟାର ଏକ୍ସିଲେନ୍ସ ଆୱାର୍ଡ-୨୦୨୨’ ଭଳି ଜାତୀୟ ସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉନ୍ନତମାନର ସେବା ଯୋଗାଉଥିବା ବିଭିନ୍ନ ହସ୍ପିଟାଲକୁ ଉକ୍ତ କାର୍ଯ୍ୟକ୍ରମରେ ସାମିଲ କରାଯାଇଥିଲା, ଯେଉଁଠାରେ କେୟାର ହସ୍ପିଟାଲ ଭୁବନେଶ୍ୱରକୁ ପୂର୍ବଭାରତର ଶ୍ରେଷ୍ଠ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲ ଭାବେ ସମ୍ମାନିତ କରାଯାଇଛି।
ଏ ସମ୍ପର୍କରେ କେୟାର ହସ୍ପିଟାଲ ଭୁବନେଶ୍ୱରର ଏଚ୍‌ସିଓଓ କିଶଲେୟ ଆନନ୍ଦ କହିଛନ୍ତି, ଏହି ସଫଳତାର ଶ୍ରେୟ ରୋଗୀ ସେବା କ୍ଷେତ୍ରରେ ନିରନ୍ତର କାର୍ଯ୍ୟ କରୁଥିବା ଆମର ସମସ୍ତ ଡାକ୍ତର, ନର୍ସ ଓ କର୍ମଚାରୀଙ୍କୁ ଯାଉଛି। ଏପରିକି ଆମର ପାରଦର୍ଶିତାକୁ ସ୍ବୀକାର କରିଥିବାରୁ ଇକୋନୋମିକ୍‌ ଟାଇମ୍ସ ଓ ଇଣ୍ଡିଆନ୍‌ ଚାମ୍ବର୍ସ ଅଫ୍‌ କମର୍ସକୁ ଆମେ ଧନ୍ୟବାଦ ଜଣାଉଛି। ସେହିଭଳି କେୟାର ହସ୍ପିଟାଲର ଏଭିପି ଡା. ଲୋକନାଥ ଦାଶ କହିଛନ୍ତି, କେୟାର ହସ୍ପିଟାଲ ସବୁବେଳେ ରୋଗୀ ସେବାକୁ ପ୍ରାଥମିକତା ଦେଇଥାଏ। ଫଳରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ହସ୍ପିଟାଲକୁ ୨ଟି ସମ୍ମାନ ନିଶ୍ଚିତ ଭାବେ ଆମକୁ ଆହୁରି ଭଲ କାମ କରିବା ପାଇଁ ପ୍ରେରଣା ଦେବ ବୋଲି ସେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖେଳାଳିଙ୍କୁ ମିଳୁନି ବିଶ୍ରାମ! ବାରମ୍ବାର ଆହତ ହେବା ନେଇ BCCIର ବଡ଼ ଖୁଲାସା, ବଦଳିବ ରଣନୀତି

ମୁମ୍ବାଇ,୩।୯: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (BCCI)ର ମୁଖ୍ୟ କାର୍ଯ୍ୟାଳୟରେ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିସିସିଆଇ ସମ୍ପାଦକ ଦେବଜୀତ୍ ଶୈକିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ଆକ୍ସନରେ ଜିଲାପାଳ: ବଦଳିଲେ ସୁନାବେଢା ସିଡିପିଓ

କୋରାପୁଟ ୩l୯(ଅମିତାଭ ବେହେରା): ଅଙ୍ଗନଓ୍ବାଡି କର୍ମୀମାନଙ୍କୁ ଖରାପ ବ୍ୟବହାର କରିଥିବା ଅଭିଯୋଗରେ ସୁନାବେଢା ସିଡିପିଓ ନଳିନୀ ବେହେରାଙ୍କୁ ଅନ୍ୟତ୍ର ବଦଳି କରାଯାଇଛି। ସିଡିପିଓ ନଳିନୀଙ୍କୁ ଜୟପୁର ଉପଜିଲାପାଳଙ୍କ…

୧୧ ବର୍ଷ ଧରି କେଶ ଖାଉଥିଲେ ଛାତ୍ରୀ; ଏବେ ଡାକ୍ତର ତାଙ୍କ ପେଟରୁ ବାହାର କଲେ ୧.୧୬ କିଲୋଗ୍ରାମର ଗଣ୍ଠି

ନୂଆଦିଲ୍ଲୀ,୩।୯: ଦିଲ୍ଲୀର ଦ୍ୱାରକାସ୍ଥିତ ମଣିପାଲ ହସ୍ପିଟାଲର ଡାକ୍ତରମାନେ ଜଣେ 20 ବର୍ଷୀୟ ଛାତ୍ରୀଙ୍କ ପେଟରୁ 1.16 କିଲୋଗ୍ରାମ ଓଜନର ଏକ ବଡ଼ କେଶ ପିଣ୍ଡ ବାହାର କରିଛନ୍ତି।…

ସ୍ମୃତି ମନ୍ଧାନାଙ୍କ ଡବଲ ଧମାକା: କଲେ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୩।୯: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ଆନ୍ତର୍ଜାତୀୟ କ୍ରିକେଟରେ ସର୍ବାଧିକ ଶତକ ଏବଂ ରନ ପାଇଁ ଏକ ବିଶ୍ୱ ରେକର୍ଡ ସ୍ଥାପନ…

ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା

ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ…

ପ୍ରଶ୍ନ କଲେ ଉଦୟନିଧି ଷ୍ଟାଲିନ, ମୁଖ୍ୟମନ୍ତ୍ରୀ ବିଜୟ କହିଲେ ସୋମବାର ଦେବି ଉତ୍ତର

ଚେନ୍ନାଇ,୩।୯: ଆଇନ ଶୃଙ୍ଖଳା ପ୍ରସଙ୍ଗରେ ଡିଏମକେ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବାରୁ ତାମିଲନାଡୁ ବିଧାନସଭାରେ ଏକ ବିଶୃଙ୍ଖଳିତ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହାର ଜବାବରେ, ମୁଖ୍ୟମନ୍ତ୍ରୀ ବିଜୟ…

ବଲିଉଡ୍‌ରେ ଆଉ ଜଣେ ଷ୍ଟାର୍ କିଡ୍‌ଙ୍କ ଏଣ୍ଟ୍ରି! ମଲାଇକା-ଅରବାଜଙ୍କ ପୁଅ ଅରହାନ କରିବେ ଡେବ୍ୟୁ…

ମୁମ୍ବାଇ: ଦୀର୍ଘଦିନରୁ ଚାଲିଥିବା ଚର୍ଚ୍ଚାରେ ଲାଗିଲା ବିରାମ। ବଲିଉଡ ଅଭିନେତ୍ରୀ ମଲାଇକା ଅରୋରା ଏବଂ ଅରବାଜ ଖାନଙ୍କ ପୁଅ ଅରହାନ ଖାନ ବଲିଉଡ ଡେବ୍ୟୁ କରିବା ସ୍ପଷ୍ଟ…

୬ ଦିନର ହ୍ରାସ ପରେ ହଠାତ ଏତିକି ମହଙ୍ଗା ହେଲା ସୁନା, ରୁପା ଦର ବି ଆକାଶଛୁଆଁ: ୧୦ ଗ୍ରାମକୁ ଏବେ ଗଣିବେ… 

ନୂଆଦିଲ୍ଲୀ,୩।୯: ଦେଶର ରାଜଧାନୀ ଦିଲ୍ଲୀରେ ଲଗାତାର ୬ ଦିନ ଧରି ସୁନା ଏବଂ ରୁପା ଦର ହ୍ରାସ ପାଇବା ପରେ ଆଜି ଏକ ବଡ଼ ଧରଣର ବୃଦ୍ଧି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri