ମାଣ୍ଡିଆକେକ୍‌ ପ୍ରସ୍ତୁତି ପ୍ରଣାଳୀକୁ ସ୍ବୀକୃତି

ସମ୍ବଲପୁର,୧୧।୪(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍‌ୟୁ)କୁ ଆଉ ଏକ ସଫଳତା ମିଳିଛି। ହୋମ୍‌ ସାଇନ୍ସର ପିଜି ଓ ସ୍କୁଲ ଅଫ କେମେଷ୍ଟ୍ରି ବିଭାଗର ମିଳିତ ମାଣ୍ଡିଆ ପ୍ରସ୍ତୁତିି ପ୍ରଣାଳୀକୁ ଜାତୀୟ ସ୍ତରରେ ମାନ୍ୟତା ମିଳିଛି। ଭାରତୀୟ ପ୍ରଣାଳୀ ଅଫିସ ଭାରତ ସରକାରଙ୍କ ପକ୍ଷରୁ ୨୦ବର୍ଷ ପାଇଁ ଏହି ସ୍ବୀକୃତି ପ୍ରଦାନ କରାଯାଇଛି। ଏହି ପ୍ରଣାଳୀରେ ଆଉ କେହି କେକ୍‌ ତିଆରି କରିପାରିବେ ନାହିଁ। ଯଦି କରିବେ ତା’ହେଲେ ଏସ୍‌ୟୁଠାରୁ ଅନୁମତି ନେବାକୁ ପଡ଼ିବ ନ ହେଲେ କିଣିବାକୁ ପଡ଼ିବ ବୋଲି କୁଳପତି ସଞ୍ଜୀବ ମିତ୍ତଲ ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି, ବିଶ୍ୱବିଦ୍ୟାଳୟ ହୋମ୍‌ ସାଇନ୍ସ ବିଭାଗ ମୁଖ୍ୟ ଚନ୍ଦ୍ରଶେଖର ଲେଙ୍କା, ସ୍କୁଲ ଅଫ କେମେଷ୍ଟ୍ରି ପ୍ରଫେସର ପ୍ରମିଳା କୁମାରୀ ମିଶ୍ର, ଅଚ୍ୟୁତ କୁମାର ବିଶ୍ୱାଳ, ତୃପ୍ତି ପ୍ରଧାନ, ତୃପ୍ତି କୁମାରୀ ପ୍ରମୁଖ ମିଳିତ ଭାବେ ମାଣ୍ଡିଆକେକ୍‌ ତିଆରି କରିଥିବାରୁ ସେମାନଙ୍କୁ ଏହି ଶ୍ରେୟ ଦିଆଯାଉଛି। ସେହିପରି ଚନ୍ଦ୍ରଶେଖର ଲେଙ୍କା କହିଛନ୍ତି, ମାଣ୍ଡିଆ ଏକ ପୁଷ୍ଟିକର ଖାଦ୍ୟ। ହେଲେ ତାହାର ସ୍ବାଦ ଭଲ ନ ଥିବାରୁ ଛୋଟ ପିଲା ହେଉ କି ବଡ଼ ଲୋକ ଖାଇବା ପାଇଁ ଆଗ୍ରହ ପ୍ରକାଶ କରନ୍ତି ନାହିଁ। ତେଣୁ ମାଣ୍ଡିଆରେ କେକ୍‌ ପ୍ରସ୍ତୁତ କଲେ ଖାଇବାରେ ଆଗ୍ରହ ହେବ ବୋଲି ଚିନ୍ତା କରାଯାଇଥିଲା। ଏହାର ସ୍ବତନ୍ତ୍ର ପ୍ରସ୍ତୁତି ପ୍ରଣାଳୀ ରହିଛି। ଫ୍ୟାଟ ଭାଗ କମ ରହି କିଭଳି ସୁଆଦିଆ ହେବ ସେ ନେଇ ଗୁରୁତ୍ୱ ଦିଆଯାଇଛି। ଏହାକୁ ପରୀକ୍ଷା ମଧ୍ୟ କରାଯାଇଛି। ଏହା ଶିଶୁ ଓ ଅନ୍ୟମାନଙ୍କୁ ହେଉଥିବା ବିଭିନ୍ନ ରୋଗ ପ୍ରତିଷେଧକ ଭାବେ ମଧ୍ୟ କାମ କରିବ। ବଜାରରେ ମିଳୁଥିବା କେକ୍‌ଠାରୁ ଏହା ଅଧିକ ସୁଆଦିଆ ଓ କମ୍‌ ମୂଲ୍ୟ ରହିଛି। ଗୋଟିଏ କେକ୍‌ ପ୍ରତି ମାତ୍ର ୨ ଟଙ୍କା ରହିଛି। ଆଗକୁ ସରକାରଙ୍କ ସାଧାରଣ ବଣ୍ଟନ (ପିଡିଏସ୍‌) ଓ ଅଙ୍ଗନୱାଡି କେନ୍ଦ୍ରରେ ମଧ୍ୟ ଏହି କେକ୍‌ ଦିଆଯିବାକୁ ଯୋଜନା ରହିଛି। ଏଥିପାଇଁ ସରକାରଙ୍କୁ ଅନୁରୋଧ କରାଯିବ। ୨୦୨୦ ଅଗଷ୍ଟ ମାସରେ ଇଣ୍ଟିଆନ ପେଟେନ ଅଫିସରେ ସ୍ବୀକୃତି ପାଇଁ ଆବେଦନ କରାଯାଇଥିଲା। ୨୦୨୧ ମାର୍ଚ୍ଚ ୩୧ରେ ଏହି ପ୍ରସ୍ତୁତି ପ୍ରଣାଳୀକୁ ସ୍ବୀକୃତି ମିଳିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri