୧୬୦ ଜନଜାତିଙ୍କୁ ମାନ୍ୟତା ଦିଅ

ଭୁବନେଶ୍ୱର,୧୮୯(ବ୍ୟୁରୋ): ଅନୁସୂଚିତ ଜନଜାତି ତାଲିକାରେ ରାଜ୍ୟର ୧୬୦ରୁ ଅଧିକ ଜନଜାତିଙ୍କୁ ସାମିଲ କରିବା ପ୍ରସ୍ତାବ ଦୀର୍ଘଦିନ ଧରି କେନ୍ଦ୍ର ନିକଟରେ ପଡ଼ିରହିଛି। ଏ ନେଇ ରାଜ୍ୟ ସରକାର ବାରମ୍ବାର କେନ୍ଦ୍ରକୁ ଅବଗତ କରିଆସୁଛନ୍ତି। ମାତ୍ର ସେଗୁଡ଼ିକୁ ବିଚାରକୁ ନିଆଯାଉନାହିଁ। ଏପରି କି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟର ଏକ ଟାସ୍କଫୋର୍ସ ୨୦୧୪ରେ ରାଜ୍ୟର ୯ ଜନଜାତିଙ୍କୁ ଅଗ୍ରାଧିକାର ଭିତ୍ତିରେ ଅନୁସୂଚିତ ଜନଜାତି ତାଲିକାଭୁକ୍ତ କରିବାକୁ ପ୍ରସ୍ତାବ ଦେଇଥିଲେ। କିନ୍ତୁ ସେହିସବୁ ଜନଜାତିଙ୍କୁ ଏ ପର୍ଯ୍ୟନ୍ତ ତାଲିକାଭୁକ୍ତ କରାଯାଇ ନାହିଁ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବେଗ ପ୍ରକାଶ କରିବା ସହ ଶନିବାର କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କୁ ଚିଠି ଲେଖି ରାଜ୍ୟର ପ୍ରସ୍ତାବ ଉପରେ ବିଚାର କରିବାକୁ ଅନୁରୋଧ କରିଛନ୍ତି। ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ୧୯୭୮ରୁ ଏ ପର୍ଯ୍ୟନ୍ତ ରାଜ୍ୟ ସରକାର ୧୬୦ରୁ ଅଧିକ ଜନଜାତିଙ୍କୁ ତାଲିକାଭୁକ୍ତ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଛନ୍ତି। ଏହିସବୁ ପ୍ରସ୍ତାବ ଅନୁସୂଚିତ ଜନଜାତି ଉପଦେଷ୍ଟା ପରିଷଦର ଅନୁମୋଦନ ପରେ କେନ୍ଦ୍ରକୁ ପଠାଯାଇଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ରହୁଥିବା ସେହିସବୁ ଅନୁସୂଚିତ ଜନଜାତି ସମାନ ଜାତିର ହୋଇଥିବା ବେଳେ କେବଳ ଉଚ୍ଚାରଣଗତ ସମସ୍ୟା ଯୋଗୁ ଆଦିବାସୀ ତାଲିକାଭୁକ୍ତ ହୋଇପାରୁ ନାହାନ୍ତି। ଦୀର୍ଘଦିନରୁ ରାଜ୍ୟ ସରକାର ଏହି ଦାବି କରି ଆସୁଥିଲେ ମଧ୍ୟ ଜନଜାତି ଲୋକମାନେ ତାଲିକାଭୁକ୍ତ ହୋଇପାରୁ ନ ଥିବାରୁ ସେମାନଙ୍କୁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ସୁବିଧାସୁଯୋଗ ମିଳିପାରୁ ନାହିଁ। ସେମାନେ ଅନ୍ୟାୟର ଶିକାର ହେଉଛନ୍ତି। ଦୀର୍ଘଦିନ ଧରି ପଡ଼ି ରହିଥିବା ପ୍ରସ୍ତାବଗୁଡ଼ିକୁ ବିଚାର କରିବା ସହ ସେମାନଙ୍କୁ ସାମ୍ବିଧାନିକ ଅଧିକାର ଦେବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ରମନ୍ତ୍ରୀ ମୁଣ୍ଡାଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri