ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲାପାଳଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

ସୋନପୁର,୩୧।୫(ନି.ପ୍ର.): ସୁବର୍ଣ୍ଣପୁର ଅତିରିକ୍ତ ଜିଲାପାଳ ତଥା ଭାରପ୍ରାପ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ପାଇଁ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ରାଜ୍ୟ ସରକାରଙ୍କୁ ସୁପାରିସ କରିଛନ୍ତି। ବଲାଙ୍ଗୀର ଜିଲାପାଳ ଚିଠି ନଂ. ୧୫୯୧/୨୩।୫।୨୦୨୩ ରେ କଟକ ରାଜସ୍ବ ପର୍ଷଦ ସଚିବଙ୍କୁ ଏହି ସୁପାରିସ କରିଥିବା ଜଣାପଡ଼ିଛି। ଏକ ଅଡିଟ୍‌ ରିପୋର୍ଟକୁ ଭିତ୍ତିକରି ବଲାଙ୍ଗୀର ଜିଲାପାଳ ରଣା ବଲାଙ୍ଗୀରର ପ୍ରାକ୍ତନ ତହସିଲଦାର ତଥା ବର୍ତ୍ତମାନ ସୁବର୍ଣ୍ଣପୁର ଭାରପ୍ରାପ୍ତ ଜିଲାପାଳ ଦାୟିତ୍ୱରେ ଥିବା ଦାଶଙ୍କ ବିରୋଧରେ ଏହି ସୁପାରିସ କରିଛନ୍ତି। ଦାଶ ବଲାଙ୍ଗୀର ତହସିଲଦାର ଥିବା ସମୟରେ ଅନିୟମିତତା ଓ କର୍ତ୍ତବ୍ୟରେ ଅବହେଳା କାରଣରୁ ସେତେବେଳେ ସରକାରଙ୍କ ୨ କୋଟି ୪୨ ଲକ୍ଷ ୬୬ ହଜାର ୧୧୭ ଟଙ୍କାର ରାଜସ୍ବ ହାନି ହୋଇଥିବା ଅଡିଟ୍‌ ରିପୋର୍ଟ ନମ୍ବର ୧୧୦/୨୦୦୯-୧୦ରେ ଦର୍ଶାଯାଇଥିଲା। ତେବେ ଏହି ରିପୋର୍ଟକୁ ଦୀର୍ଘ ୧୩ ବର୍ଷ ଧରି ଚାପି ଦିଆଯାଇଥିଲା। ଖୋଳତାଡ଼ ହେବା ପରେ ଏବେ ବଲାଙ୍ଗୀର ଜିଲାପାଳ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ କରିଛନ୍ତି।
୨୦୦୪ ମାର୍ଚ୍ଚ ୧୦ରୁ ୨୦୦୯ ମାର୍ଚ୍ଚ ୩ ପର୍ଯ୍ୟନ୍ତ ଦୀର୍ଘ ୫ ବର୍ଷ ଧରି ସୂର୍ଯ୍ୟନାରାୟଣ ଦାଶ ବଲାଙ୍ଗୀର ତହସିଲଦାର ଦାୟିତ୍ୱରେ ଥିଲେ। ଏହି ସମୟରେ କେତେକ ଜମି ରେଜେଷ୍ଟ୍ରି ହୋଇ ନ ଥିବା ବେଳେ ସମ୍ପୃକ୍ତ ଜମି ମାଲିକଙ୍କୁ ଅହେତୁକ ଅନୁକମ୍ପା ଦେଖାଇ ଓଏଲ୍‌ଆର୍‌ ଧାରା ୮(କ)ରେ ତହସିଲଦାର ପ୍ରିମିୟମ ଆଦାୟ କରିଥିବା ଅଭିଯୋଗ ହୋଇଥିଲା। ସେହିଭଳି ଜମିର ପ୍ରକୃତ ମୂଲ୍ୟାଙ୍କନ ନ କରି ସରକାରଙ୍କ ଧାର୍ଯ୍ୟ ଦରଠାରୁ ଅଧା ଦାମ ନେଇ ଚାଷଜମିକୁ ଘରବାଡ଼ି ଭାବେ କିସମ ପରିବର୍ତ୍ତନ କରିଥିଲେ। ଏହାଦ୍ୱାରା ଜମି ମାଲିକଙ୍କୁ ଫାଇଦା ମିଳିଥିବା ବେଳେ ସରକାରଙ୍କ ରାଜସ୍ବ ହାନି ହୋଇଥିଲା। ଏପରି କି ସରକାରଙ୍କ ଦେୟ ବୃଦ୍ଧି ସମ୍ପର୍କିତ ନିର୍ଦ୍ଦେଶନାମାର ଠିକ୍‌ ଗୋଟିଏ ଦିନ ପୂର୍ବରୁ ୧୦୦୦ରୁ ଊର୍ଦ୍ଧ୍ୱ ଓଏଲ୍‌ଆର୍‌ ଧାରା ୮(କ)ରେ ମାମଲାର ଫଇସଲା ଗୋଟିଏ ଦିନରେ କରିଥିଲେ; ଯାହାକି ଗୋଟିଏ ଦିନରେ ଆଦୌ ସମ୍ଭବ ନୁହେଁ ବୋଲି ଅଡିଟ୍‌ ରିପୋର୍ଟରେ ଉଲ୍ଲେଖ ରହିଛି। ଏଭଳି ଭାବେ ପ୍ରାକ୍ତନ ତହସିଲଦାର ଦାଶଙ୍କ ୧୦ଟି ତ୍ରୁଟିକୁ ଅଡିଟ୍‌ ଧରିବା ସହ ଏହାଦ୍ୱାରା ରାଜ୍ୟ ରାଜକୋଷରୁ ବିପୁଳ ଟଙ୍କା କ୍ଷତି ହୋଇଥିବା ରିପୋର୍ଟରେ ଦର୍ଶାଯାଇଛି। ତେବେ ବଲାଙ୍ଗୀର ଜିଲାପାଳଙ୍କ ଏହି ସୁପାରିସ ପରେ ରାଜ୍ୟ ସରକାର ସମ୍ପୃକ୍ତ ଅଧିକାରୀଙ୍କ ବିରୋଧରେ କି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି ତାହା ଉଭୟ ଜିଲାବାସୀ ଜାଣିବାକୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri