ଆମେରିକାରେ ଫାଇଜରକୁ ମଞ୍ଜୁରୀ ଲାଗି ସୁପାରିସ

ଓ୍ବାଶିଂଟନ, ୧୨।୧୨(ପି.ଟି.): ଫାଇଜର ନିର୍ମିତ କୋଭିଡ୍‌-୧୯ ଟିକାକୁ ଜରୁରୀ ବ୍ୟବହାର ନିମନ୍ତେ ମଞ୍ଜୁରୀ ଦେବାକୁ ଆମେରିକା ସରକାରଙ୍କ ସ୍ବତନ୍ତ୍ର ପରାମର୍ଶଦାତା କମିଟି ସୁପାରିସ କରିଛି। ଗୁରୁବାର ୮ ଘଣ୍ଟାର ସର୍ବସାଧାରଣ ଶୁଣାଣି ପରେ ଖାଦ୍ୟ ଓ ଔଷଧ ପ୍ରଶାସନ (ଏଫ୍‌ଡିଏ)ର ଭାକ୍ସିନ୍‌ ଓ ଅନ୍ୟାନ୍ୟ ଆନୁଷଙ୍ଗିକ ଜୈବ ଉତ୍ପାଦ ପରାମର୍ଶଦାତା କମିଟି ଫାଇଜର ଭାକ୍ସିନ ସପକ୍ଷରେ ମତ ଦେଇଥିଲା। ଟିକାକୁ ମଞ୍ଜୁରୀ ଦେବା ସପକ୍ଷରେ ୧୭ ଭୋଟ ପଡ଼ିଥିବାବେଳେ ୪ ଜଣ ସଦସ୍ୟ ବିରୋଧ କରିଥିଲେ ଓ ଜଣେ ଅନୁପସ୍ଥିତ ଥିଲେ। ତେଣୁ ଟିକାକୁ ମଞ୍ଜୁରୀ ଦେବା ପାଇଁ ଅଧିକ ସମୟ ଲାଗିବା ସମ୍ଭାବନା ଥିବାରୁ ଏଫ୍‌ଡିଏର ପୂର୍ଣ୍ଣ ଅନୁମୋଦନ ଲାଗି ଫାଇଜର ପୁଣିଥରେ ଆବେଦନ କରିବ ବୋଲି ଜଣାପଡ଼ିଛି।

ଟିକାକରଣ ସଫଳତା ନେଇ ଡବ୍ଲ୍ୟୁଏଚ୍‌ଓର ଉଦ୍ୟମ

ଦକ୍ଷିଣ-ପୂର୍ବ ଏସିଆର ସଦସ୍ୟ ଦେଶଗୁଡ଼ିକରେ କୋଭିଡ୍‌-୧୯ ଟିକାକରଣକୁ ସଫଳ କରାଇବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ବିଭିନ୍ନ ସରକାର ଏବଂ ଟିକା ଉତ୍ପାଦନକାରୀ ସଂସ୍ଥା ସହ ଆଲୋଚନା କରିଛି। ଟିକାର ସୁଷମ ବଣ୍ଟନ ଓ କାର୍ଯ୍ୟକାରିତାରେ ଉତ୍ପାଦନକାରୀ ଓ ନିୟାମକ ସଂସ୍ଥାଗୁଡ଼ିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିବା ଡବ୍ଲ୍ୟୁଏଚ୍‌ଓ ଦକ୍ଷିଣ-ପୂର୍ବ ଏସିଆ ଅଞ୍ଚଳର ଆଞ୍ଚଳିକ ନିର୍ଦ୍ଦେଶକ ଡ. ପୁନମ୍‌ ଖେତ୍ରପାଲ ସିଂ ଦୁଇଦିନିଆ ଭର୍ଚୁଆଲ ବୈଠକରେ କହିଛନ୍ତି। ଟିକାକରଣ ପାଇଁ କିପରି ପଞ୍ଜୀକରଣକୁ ତ୍ୱରାନ୍ବିତ କରାଯିବ ତାହା ଉପରେ ଗୁରୁତ୍ୱ ଦିଆଯାଇଥିଲା। ଉକ୍ତ ଅଞ୍ଚଳର ଜାତୀୟ କାର୍ଯ୍ୟକ୍ରମ, ଟିକା ପ୍ରକ୍ରିୟା ଏବଂ ନିୟାମକ ସଂସ୍ଥା ମଧ୍ୟରେ ସମନ୍ବୟ ବଢ଼ାଇବାକୁ ଲକ୍ଷ୍ୟ ରଖାଯାଇଛି। ଭାରତରୁ ସେରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ, ଭାରତ ବାୟୋଟେକ୍‌ ଇଣ୍ଟରନ୍ୟାଶନାଲ ଲିଃ, ବାୟୋଲୋଜିକାଲ୍‌ ଇ ଲିଃ,କାଡିଲା ହେଲ୍‌ଥ କେୟାର ଲିଃ, ଡ. ରେଡିସ୍‌ ଲାବରେଟୋରିଜ୍‌ ଏବଂ ଓକ୍‌ହାର୍ଡ ଲିମିଟେଡ୍‌ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri