Posted inଜାତୀୟ

ଅକ୍ସିଜେନ ଅଭାବଜନିତ ମୃତ୍ୟୁର ଅଡିଟ୍‌ ପାଇଁ ସୁପାରିସ

ନୂଆଦିଲ୍ଲୀ,୧୪ା୯(ପି.ଟି.): କୋଭିଡ୍‌ ମହାମାରୀର ଦ୍ୱିତୀୟ ଲହର ବେଳେ ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ବହୁ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟଗୁଡ଼ିକ ସହଯୋଗରେ ଉକ୍ତ ମୃତ୍ୟୁର ଅଡିଟ୍‌ କରିବା ଲାଗି ସଂସଦୀୟ କମିଟି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟକୁ ସୁପାରିସ କରିଛି। ଅକ୍ସିଜେନ ଅଭାବରୁ କେତେ କୋଭିଡ୍‌ ରୋଗୀଙ୍କ ଜୀବନ ଯାଇଥିଲା, ତାହାର ରିପୋର୍ଟ ମନ୍ତ୍ରଣାଳୟ ନିକଟରେ ନ ରହିବା ଦୁର୍ଭାଗ୍ୟଜନକ ବୋଲି କମିଟି କହିଛି। ଅକ୍ସିଜେନ ଅଭାବଜନିତ କୋଭିଡ୍‌ ମୃତ୍ୟୁର ଅତ୍ୟନ୍ତ ସତର୍କତାର ସହ ଯାଞ୍ଚ କରି ମୃତକଙ୍କ ପରିବାରକୁ ଉପଯୁକ୍ତ କ୍ଷତିପୂରଣ ଯୋଗାଇଦେବା ଆବଶ୍ୟକ। ଏଥିପାଇଁ ସରକାରୀ ସଂସ୍ଥାଗୁଡ଼ିକ ଅଧିକ ସ୍ବଚ୍ଛ ଓ ଉତ୍ତରଦାୟୀ ହେବା ଆବଶ୍ୟକ ବୋଲି ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସଂସଦୀୟ କମିଟି କହିଛି। ସୋମବାର କମିଟି ଏହାର ୧୩୭ତମ ରିପୋର୍ଟ ରାଜ୍ୟ ସଭାରେ ଦାଖଲ କରିଛି। କୋଭିଡ୍‌ ପଜିଟିଭ୍‌ ମାମଲା ବୃଦ୍ଧି ସ୍ବାସ୍ଥ୍ୟ ଭିତ୍ତିଭୂମି ଉପରେ ଅତ୍ୟଧିକ ଚାପ ପକାଇଥିବା ରିପୋର୍ଟରେ ଦର୍ଶାଯାଇଛି। କମିଟି ତାଙ୍କର ୧୨୩ତମ ରିପୋର୍ଟରେ ଅକ୍ସିଜେନ ସିଲିଣ୍ଡର ଏବଂ ହସ୍ପିଟାଲଗୁଡ଼ିକୁ ଅକ୍ସିଜେନ୍‌ ଯୋଗାଣର ସମ୍ଭାବ୍ୟ ଅଭାବ ସମ୍ପର୍କରେ ସତର୍କ କରାଇଥିଲେ। ଅଥଚ ମନ୍ତ୍ରଣାଳୟ ୨୦୨୦ରେ ଦେଇଥିବା ରିପୋର୍ଟରେ ହସ୍ପିଟାଲଗୁଡ଼ିକରେ ପର୍ଯ୍ୟାପ୍ତ ଅକ୍ସିଜେନ ରହିଥିବା ଦର୍ଶାଇବା ଦୁଃଖଦାୟକ ବୋଲି କମିଟି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri