ରଥଯାତ୍ରାରେ ରତ୍ନଭଣ୍ଡାର ଖୋଲିବାକୁ ସୁପାରିସ

ପୁରୀ,୫ା୮(ଅଜିତ ମହାନ୍ତି): ଦୀର୍ଘବର୍ଷ ଧରି ବାଦବିବାଦ ଲାଗିରହିଥିବା ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ ଉପରେ ଶେଷରେ ଆଶା ସଞ୍ଚାର ହୋଇଛି। ୨୦୨୪ ରଥଯାତ୍ରା ସମୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିପାରେ। ସେ ସମୟରେ ରତ୍ନଭଣ୍ଡାର ଭିତର ଅଂଶ ମରାମତି ହେବା ସହ ଭିତରର ସ୍ଥିତି ଅନୁଧ୍ୟାନ କରାଯିବା ନେଇ ଶ୍ରୀମନ୍ଦିର ପରିଚାଳନା କମିଟିରେ ନିଷ୍ପତ୍ତି ହୋଇଛି। ଆଗାମୀ ରଥଯାତ୍ରା ପୂର୍ବରୁ ଶ୍ରୀମନ୍ଦିର ପରିଚାଳନା କମିଟି ପକ୍ଷରୁ ଏହି ପ୍ରସ୍ତାବ ରାଜ୍ୟ ସରକାରଙ୍କୁ ଦିଆଯିବ। ସୁପ୍ରିମକୋର୍ଟ କିମ୍ବା ହାଇକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କ ତତ୍ତ୍ୱ୍ବାବଧାନରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ରନତ୍ଭଣ୍ଡାର ଖୋଲାଯାଉ ବୋଲି ସରକାରଙ୍କୁ ଅନୁରୋଧ କରାଯିବ।
ଚଳିତବର୍ଷ ମହାପ୍ରଭୁଙ୍କ ଘୋଷଯାତ୍ରା ପରେ ଦୁଇ ଦୁଇଥର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବାତିଲ ହେବା ପରେ ଶେଷରେ ଶୁକ୍ରବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ପରିଚାଳନା କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବଡ଼ଦାଣ୍ଡସ୍ଥିତ ନୀଳାଦ୍ରି ଭକ୍ତନିବାସ ପରିସରରେ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ସମ୍ପର୍କିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରାଯାଇଥିଲା। ବହୁଚର୍ଚ୍ଚିତ ଶ୍ରୀମନ୍ଦିର ରତ୍ନଭଣ୍ଡାର ୨୦୨୪ ରଥଯାତ୍ରା ସମୟରେ ଖୋଲିବା ଏବଂ ମରାମତି ନେଇ ଆଲୋଚନା କରାଯାଇଛି। ସେହିପରି ବନକଲାଗି ନୀତି, ଶ୍ରୀମନ୍ଦିର ୪ଦ୍ୱାର ଖୋଲାଯିବା ପ୍ରସଙ୍ଗ, ସେବାୟତ ବାସଗୃହ ଓ ସେବାୟତ ଗୁରୁକୁଳ ଆଦି ବିଷୟ ଉପରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ୨୦୨୩ ରଥଯାତ୍ରା ସମୀକ୍ଷା ମଧ୍ୟ କରାଯାଇଥିଲା। ତେବେ ବହୁ ବର୍ଷ ପ୍ରତୀକ୍ଷାର ଏବେ ଅନ୍ତ ହେବାକୁ ଯାଉଛି। ୨୦୨୪ ରଥଯାତ୍ରା ସମୟରେ ଭିତର ରନତ୍ଭଣ୍ଡାର ଖୋଲାଯିବାର ବ୍ୟବସ୍ଥା କରାଯିବ। ଏଏସ୍‌ଆଇ ପକ୍ଷରୁ ରନତ୍ଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖାଯିବା ପରେ ଆଲୋଚନା ହୋଇ ରନତ୍ଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତିି ହୋଇଛି। ତେବେ ଏହା ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ରନତ୍ଭଣ୍ଡାରର ସ୍ଥିତି ଯାଞ୍ଚ କରାଯିବ। ଏଏସ୍‌ଆଇ, ଶ୍ରୀମନ୍ଦିର ପ୍ରଶାସନର ବରିଷ୍ଠ ଇଞ୍ଜିନିୟର ଏବଂ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟମାନଙ୍କୁ ନେଇ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇ ରନତ୍ଭଣ୍ଡାର ସ୍ଥିତି ଯାଞ୍ଚ କରାଯିବା ପରେ ରିପୋର୍ଟକୁ ଅନୁଧ୍ୟାନ କରି ସରକାରଙ୍କୁ ଅବଗତ କରାଯିବ। ତେବେ ରଥଯାତ୍ରା ସମୟରେ ମହାପ୍ରଭୁ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରୁଥିବାରୁ ସେହି ସମୟ ହିଁ ରନତ୍ଭଣ୍ଡାର ଯାଞ୍ଚର ପ୍ରକୃଷ୍ଟ ସମୟ ବୋଲି ପରିଚାଳନା କମିଟିରେ ମତପ୍ରକାଶ ପାଇବା ପରେ ଏହି ନିଷ୍ପତ୍ତି ହୋଇଛି ବୋଲି ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି।
ବୈଠକ ସମ୍ପର୍କରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଥା ଜିଲାପାଳ ବର୍ମା କହିଥିଲେ, ପରିଚାଳନା ବୈଠକରେ ପ୍ରଥମେ ପୂର୍ବ ବୈଠକ ସମ୍ପର୍କରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା। ପରେ ସେବାୟତଙ୍କ ପାରମ୍ପରିକ କ୍ରୀଡ଼ା କୁସ୍ତିର ଉନ୍ନତି ପାଇଁ ଜାଗା, ଆଖଡ଼ା ଘରଗୁଡିକର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କୁ ଜଣାଯିବା ଲାଗି ନିଷ୍ପତ୍ତି ନିଆଯାଇଛି। ସେହିପରି ଚଳିତବର୍ଷ ସ୍ନାନଯାତ୍ରାଠାରୁ ନୀଳାଦ୍ରି ବିଜେର ନୀତି ବେଳେ କେଉଁଠି ବିଭ୍ରାଟ ହୋଇଛି ଭିଡିଓ ମାଧ୍ୟମରେ ଦେଖାଯାଇଥିଲା। ତେବେ ମୋଟାମୋଟି ଘୋଷଯାତ୍ରା ଶୃଙ୍ଖଳିତ ଭାବେ ସମ୍ପନ୍ନ ହୋଇଛି। ଯାହା ବିଶୃଙ୍ଖଳା ହୋଇଛି ସେସବୁ ନୀତି ସବ୍‌କମିଟି ବୈଠକରେ ଆଲୋଚନା କରାଯିବ। ଗରିବ ଶ୍ରେଣୀର ସେବାୟତଙ୍କ ପାଇଁ କରାଯାଉଥିବା ସେବକ ହାଉସିଂ ପ୍ରୋଜେକ୍ଟ କାର୍ଯ୍ୟ ଆରମ୍ଭ ହୋଇଯାଇଛି। ହରଚଣ୍ଡୀ ସାହିରେ ବାସଗୃହ ନିର୍ମାଣ ଚାଲିଛି। ୨୦୨୪ ସେପ୍ଟେମ୍ବରରେ ଶେଷ ହେବାକୁ ଲକ୍ଷ୍ୟ ରଖାଯାଇଛି। ସେବାୟତ ପରିବାର ବିଦ୍ୟାର୍ଥୀଙ୍କ ପାଇଁ ଗୁରୁକୁଳ ଆଶ୍ରମ ନିର୍ମାଣ ସମ୍ପର୍କରେ ଆଲୋଚନା କରାଯାଇଛି। ଟେଣ୍ଡର ଡକାଯାଇଛି। କାମ ମଧ୍ୟ ଖୁବ୍‌ଶୀଘ୍ର ଶେଷ ହେବ। ବନକଲାଗି ନୀତି ନେଇ ଚାଲିଥିବା ବିବାଦ ପ୍ରସଙ୍ଗରେ ଶୃଙ୍ଖଳିତ ନୀତି ସମ୍ପାଦନା କରିବା ଉପରେ ଆଲୋଚନା ହୋଇଛି। ମାସକୁ ଦୁଇଥର ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଯଦି କୌଣସି କାରଣରୁ ସେଦିନ ନ ହୁଏ, ଶ୍ରୀମନ୍ଦିର ପ୍ରଶାସନର ନିଷ୍ପତ୍ତିିକ୍ରମେ ଗୁରୁବାର ସମ୍ପାଦନ ହେବ। ସେହିପରି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଚାଲୁ ରହିଥିବାରୁ ୪ ଦ୍ୱାର ଭକ୍ତଙ୍କ ପାଇଁ ଖୋଲିବା ସମ୍ଭବ ହେଉନାହିଁ। ସମସ୍ତ ଦ୍ୱାର ପଟେ ବ୍ୟାରିକେଡ କରିବା ପାଇଁ ପର୍ଯ୍ୟାପ୍ତ ସ୍ଥାନ ନାହିଁ। ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ସରିବା ପରେ ସମସ୍ତଙ୍କ ପାଇଁ ୪ ଦ୍ୱାର ଖୋଲିବା ନେଇ ନିଷ୍ପତ୍ତି ନିଆଯିବ। ପରିଚାଳନା କମିଟି ବୈଠକରେ ଏସ୍‌ପି କେ. ବିଶାଳ ସିଂ, ଏଏସ୍‌ଆଇ ସଦସ୍ୟ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ତେବେ ଅସୁସ୍ଥତା କାରଣରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଅନୁପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୨।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri