ଟିକସ ବ୍ୟବସ୍ଥାରେ ସ୍ପଷ୍ଟତା ଆଣିବାକୁ ସୁପାରିସ

ନୂଆଦିଲ୍ଲୀ,୩।୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମନଙ୍କ ଅଧ୍ୟକ୍ଷତାରେ ବୁଧବାର ଭିଡିଓ କନ୍‌ଫରେନ୍ସରେ ଜିଏସ୍‌ଟି ପରିଷଦର ୫୧ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କେନ୍ଦ୍ର ଅର୍ଥ ରାଷ୍ଟ୍ରମନ୍ତ୍ରୀ ପଙ୍କଜ ଚୌଧୁରୀଙ୍କ ସମେତ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳର ଅର୍ଥମନ୍ତ୍ରୀମାନେ ଯୋଗଦେଇଥିଲେ। ସେହିଭଳି ଅର୍ଥ ମନ୍ତ୍ରଣାଳୟ ଏବଂ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅର୍ଥ ବିଭାଗର ବରିଷ୍ଠ ଅଧିକାରୀମାନେ ମଧ୍ୟ ଉକ୍ତ ବୈଠକରେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ଜୁଲାଇ ୧୧ ରେ ୫୦ତମ ଜିଏସ୍‌ଟି ପରିଷଦ ବୈଠକ ଅନୁଷ୍ଠିତ ହୋଇଥିଲା। ଉକ୍ତ ବୈଠକରେ କ୍ୟାସିନୋ ବା ଜୁଆଖେଳ ହେଉଥିବା ସ୍ଥାନ, ରେସ୍‌ କୋର୍ସ ବା ଘୋଡ଼ା ଦୌଡ଼ ପ୍ରତିଯୋଗିତା ହେଉଥିବା ସ୍ଥାନ ଏବଂ ଅନ୍‌ଲାଇନ ଗେମିଂ ଉପରେ ମନ୍ତ୍ରୀ ଗୋଷ୍ଠୀର ଦ୍ୱିତୀୟ ରିପୋର୍ଟ ଉପରେ ବିଚାରବିମର୍ଶ କରାଯାଇଥିଲା। ଏପରିକି କ୍ୟାସିନୋ, ରେସ୍‌ କୋର୍ସ ଏବଂ ଅନ୍‌ଲାଇନ ଗେମିଂରେ ଯୋଗାଣ ହେଉଥିବା କାର୍ଯ୍ୟାନୁଷ୍ଠାନ ଯୋଗ୍ୟ ଦାବି ଉପରେ ୨୮% ଜିଏସ୍‌ଟି ଲାଗୁ ନିମନ୍ତେ ପରିଷଦ ସୁପାରିସ କରିଥିଲା। ସେହିପରି ଏହି କାର୍ଯ୍ୟକଳାପ ଏକ କୌଶଳଯୁକ୍ତ କ୍ରୀଡ଼ା କିମ୍ବା ଭାଗ୍ୟ ଆଧାରିତ ଯାହା ହୋଇଥାଉ ପଛେ ସମ୍ପୂର୍ଣ୍ଣ ନାମମାତ୍ର ମୂଲ୍ୟ ଉପରେ ଉପରୋକ୍ତ ପରିମାଣର ଟିକସ ଲାଗୁ ହେବ ବୋଲି ନିଷ୍ପତ୍ତି ହୋଇଥିଲା। ଏ ସଂକ୍ରାନ୍ତରେ ସ୍ପଷ୍ଟତା ଆଣିବା ଲାଗି ମଧ୍ୟ ଆଇନରେ ସଂଶୋଧନ ପାଇଁ ପରିଷଦ ସୁପାରିସ କରିଥିଲା। ତଦନୁଯାୟୀ ଜିଏସ୍‌ଟି ପରିଷଦର ୫୧ତମ ବୈଠକରେ କ୍ୟାସିନୋ, ରେସ୍‌ କୋର୍ସ ଏବଂ ଅନ୍‌ଲାଇନ ଗେମିଂ ଯୋଗାଣ ଉପରେ ଲାଗୁ ଟିକସ ବ୍ୟବସ୍ଥାକୁ ସ୍ପଷ୍ଟ କରିବା ଲାଗି ସିଜିଏସ୍‌ଟି ଆଇନ୨୦୧୭ର ଅନୁଚ୍ଛେଦ ୩ ସମେତ ସିଜିଏସ୍‌ଟି ଏବଂ ଆଇଜିଏସ୍‌ଟି ଆଇନ-୨୦୧୭ରେ ନିର୍ଦ୍ଦିଷ୍ଟ ସଂଶୋଧନ ପାଇଁ ସୁପାରିସ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri