ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ

କଟକ ସଦର,୨୭ା୬(ଡି.ଏନ୍‌.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି ହୋଇଥିବାବେଳେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଥିଲା। ଏହାପରେ ସ୍ଥାନୀୟ ପୋଲିସର ଭୂମିକା ଉପରେ ସନ୍ଦେହ କରି ଘଟଣାର ତଦନ୍ତ କରିବା ପାଇଁ ସାଲେପୁର ଏସ୍‌ଡିପିଓ ବିମଳ କୁମାର ବାରିକଙ୍କୁ କଟକ ଗ୍ରାମାଞ୍ଚଳ ଏସ୍‌ପି ବି. ଯୁଗୋଳ କିଶୋର କୁମାର ନିର୍ଦ୍ଦେଶ ଦେଇଥିଲେ। ଇତିମଧ୍ୟରେ ଏସ୍‌ଡିପିଓ ବାରିକ ପ୍ରଥମ ପର୍ଯ୍ୟାୟ ତଦନ୍ତ କରି ଗ୍ରାମାଞ୍ଚଳ ଏସ୍‌ପିଙ୍କ ନିକଟରେ ଶନିବାର ରିପୋର୍ଟ ଦାଖଲ କରିଛନ୍ତି। ତଦନ୍ତବେଳେ ପୋଲିସ କର୍ତ୍ତବ୍ୟରେ ଅବହେଳା କରିଥିବା ଜଣାପଡିଛି। ତେଣୁ ଥାନାଧିକାରୀ ଏବଂ ଡାଏରୀ ଚାର୍ଜ ଅଫିସର(ଡିସିଓ)ଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ସେ ଗ୍ରାମାଞ୍ଚଳ ଏସ୍‌ପିଙ୍କୁ ସୁପାରିସ କରିଛନ୍ତି।
ଅପରପକ୍ଷେ ଉକ୍ତ ଘଟଣାର ଦ୍ୱିତୀୟ ପର୍ଯ୍ୟାୟ ତଦନ୍ତ ଖୁବ୍‌ଶୀଘ୍ର ଆରମ୍ଭ ହେବ। ହେଲେ ଏହା ଏସ୍‌ଡିପିଓଙ୍କ ପାଇଁ ଚ୍ୟାଲେଞ୍ଜ ହେବ। କାରଣ କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଗୁଣନିଧି ଚେତାଶୂନ୍ୟ ଥିବାରୁ ତାଙ୍କର ମୃତ୍ୟୁକାଳୀନ ଜମାନବନ୍ଦୀ ନିଆଯାଇ ପାରି ନ ଥିଲା। ଏଭଳି ହୋଇଥିଲେ ସମସ୍ତ ଘଟଣା ଉପରୁ ପରଦା ହଟିପାରିଥାନ୍ତା। ତେଣୁ ଏସ୍‌ଡିପିଓ ସାକ୍ଷ୍ୟ, ପ୍ରମାଣ ଯୋଗାଡ଼ ପାଇଁ ପ୍ରସ୍ତୁତି ଆରମ୍ଭ କରିଥିବାବେଳେ ଗତ ୧୯ରୁ ୨୩ ତାରିଖ ମଧ୍ୟରେ ଗୁଣନିଧିଙ୍କ ମୋବାଇଲ କଲ୍‌ ଡିଟେଲ୍ସ ରିପୋର୍ଟ(ସିଡିଆର୍‌) ସମ୍ପୃକ୍ତ ଟେଲିକମ୍‌ କମ୍ପାନୀକୁ ମାଗିଥିବା ଜଣାପଡିଛି। ଏଥିସହ ଥାନାରେ ଲାଗିଥିବା ସିସିଟିଭି ଫୁଟେଜକୁ ତଦନ୍ତ ପାଇଁ ଅଗ୍ରାଧିକାର ଦିଆଯାଉଛି। ଗୁଣନିଧି ବାରମ୍ବାର ଥାନାକୁ ଆସି ନ୍ୟାୟ ପାଇଁ କେଉଁ ପୋଲିସ ଅଧିକାରୀଙ୍କୁ ଗୁହାରି କରିଥିଲେ ତାହା ସିସିଟିଭି ଫୁଟେଜ୍‌ରୁ ଜଣାପଡିବ ବୋଲି ଏସ୍‌ଡିପିଓ ବାରିକ କହିଛନ୍ତି। ଅପରପକ୍ଷେ ଉକ୍ତ ଘଟଣାରେ ପୋଲିସ ଯେଉଁମାନଙ୍କୁ ସନ୍ଦିଗ୍ଧ ତାଲିକାରେ ରଖିଛି, ସେମାନଙ୍କ ପଲିଗ୍ରାଫ ଟେଷ୍ଟ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ଅନ୍ୟପକ୍ଷରେ ଗୁଣନିଧିଙ୍କ ମୃତ୍ୟୁକୁ ରାଜ୍ୟ ମାନବାଧିକାର କମିଶନ(ଓଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇ ନିଜ ଆଡୁ ମାମଲା(ନଂ.୧୨୦୯/୨୨) ରୁଜୁ କରିଛନ୍ତି। ଏଥିସହ ଡିଜିପି ଓ ଆଇଜିଙ୍କୁ ଘଟଣାର ତଦନ୍ତ ରିପୋର୍ଟ ମାଗିଛନ୍ତି।
ସୂଚନାଯୋଗ୍ୟ, କିଶନନଗର ଥାନା ଅଧୀନ ଇଶାଣୀ-ବ୍ରହ୍ମପୁର ପଞ୍ଚାୟତ ସାଇକୋରୁଆ ଗ୍ରାମର ଗୁଣନିଧିଙ୍କ ସଂସାର କହିଲେ ସ୍ତ୍ରୀ, ଦୁଇ ପୁଅ ଓ ଗୋଟିଏ ଝିଅ। ଚାଷ ମୁଖ୍ୟ ପେସା ହୋଇଥିବାବେଳେ ଛୋଟ ତେଜରାତି ଦୋକାନ କରି ପରିବାର ପ୍ରତିପୋଷଣ କରୁଥିଲେ। ଗୁଣନିଧି ଏବଂ ତାଙ୍କ ପୁତୁରା ସାଗର ବିଶୋୟୀଙ୍କ ମଧ୍ୟରେ ଜମିବାଡିକୁ ନେଇ ବିବାଦ ଲାଗି ରହିଥିଲା। ଗତ ୧୯ ତାରିଖରେ ଏହି ବିବାଦକୁ କେନ୍ଦ୍ରକରି ଉଭୟଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏ ନେଇ ଗୁଣନିଧି କିଶନନଗର ଥାନାରେ ଅଭିଯୋଗ କରିଥିଲେ। ହେଲେ ପୋଲିସ କୌଣସି ପଦକ୍ଷେପ ନେଇ ନ ଥିଲା। ପରେ ଗୁଣନିଧି କଟକ ଗ୍ରାମାଞ୍ଚଳ ଏସ୍‌ପିଙ୍କ ନିକଟରେ ଏ ନେଇ ଅଭିଯୋଗ କରିବା ପରେ ତୁରନ୍ତ ପୋଲିସ ଏକ ମାମଲା(ନଂ.୧୦୩/୨୨) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ହେଲେ ପୋଲିସ ଉପରୁ ଭରସା ନ ପାଇ ଗୁଣନିଧି ଗୁରୁବାର ଥାନା ପରିସରରେ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏସ୍‌ସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ଅଶ୍ୱିନୀ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି ଘଟଣା ପରେ ପୋଲିସ ସାଗରଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri