୪୦+ଙ୍କୁ ବୁଷ୍ଟର ଡୋଜ୍‌ ଦେବାକୁ ସୁପାରିସ

ନୂଆଦିଲ୍ଲୀ, ୪।୧୨ : ଭାରତରେ ଓମିକ୍ରନ୍‌ ଭାରିଆଣ୍ଟ ଚିହ୍ନଟ ହେବା ପରେ ଏହାକୁ ନେଇ ଚିନ୍ତା ବଢ଼ିଯାଇଛି। ଏହି ଚିନ୍ତାଜନକ ଭାରିଆଣ୍ଟ ସଂକ୍ରମଣରୁ ରକ୍ଷା ପାଇବା ଲାଗି ୪୦ ବର୍ଷ ଓ ତଦୂର୍ଦ୍ଧ୍ୱ ବୟସ(୪୦+)ର ଲୋକଙ୍କୁ ବୁଷ୍ଟର ଡୋଜ୍‌ ଦେବା ଲାଗି ଜିନୋମ ପରୀକ୍ଷା କରୁଥିବା ୨୮ ଲାବରେଟୋରିର ସଂଘ ପକ୍ଷରୁ ସରକାରଙ୍କୁ ସୁପାରିସ କରାଯାଇଛି। ଟିକା ନେଇ ନ ଥିବା ଲୋକଙ୍କୁ ପ୍ରଥମେ ଟିକା ଦେବା ସହ ୪୦+ ଏବଂ ସଂକ୍ରମଣ ଆଶଙ୍କା ଥିବା ଲୋକମାନଙ୍କୁ ବୁଷ୍ଟର ଡୋଜ୍‌ ଦେବା ନେଇ ବିଚାର କରାଯାଉ। ବର୍ତ୍ତମାନର ଟିକାରୁ ମିଳୁଥିବା ଆଣ୍ଟିବଡି ସ୍ତର ନିମ୍ନ ହୋଇଥିବାରୁ ଏହା ଓମିକ୍ରନ୍‌କୁ ନିଷ୍କ୍ରିୟ କରିବା ପାଇଁ ଯଥେଷ୍ଟ ନୁହେଁ ବୋଲି ଆଇଏନ୍‌ଏସ୍‌ଏସିଓଜି କହିଛି। ଏହି ସଂସ୍ଥା କୋଭିଡ୍‌-୧୯ର ବିଭିନ୍ନ ଭାରିଆଣ୍ଟ ଯାଞ୍ଚ କରୁଛି। ନୂଆ ଭାରିଆଣ୍ଟ କିଭଳି ସଂକ୍ରମଣ କରୁଛି ଓ ଏଥିରୁ ସୁରକ୍ଷା ପାଇଁ ସମ୍ଭାବ୍ୟ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଏହି ସଂସ୍ଥା ଜଣାଇଥାଏ। ନୂଆ ଭାରିଆଣ୍ଟଗୁଡ଼ିକର ଉପସ୍ଥିତି ଚିହ୍ଟ କରିବାକୁ ହେଲେ ଜିନୋମ ସିକ୍ୱେନ୍ସିଂ ଜରୁରୀ।
ଆମେରିକା ଓ ବ୍ରିଟେନରେ ୪୦ ବର୍ଷରୁ ଊର୍ଦ୍ଧ୍ୱଙ୍କୁ ବୁଷ୍ଟର ଡୋଜ୍‌ ଦେବା ପାଇଁ ମଞ୍ଜୁରୀ ମିଳିସାରିଲାଣି। କୋଭିଡ୍‌ ଟିକାର ଦୁଇଟି ଡୋଜ୍‌ ନେଇଥିବା ଲୋକଙ୍କୁ ନୂଆ ଭାରିଆଣ୍ଟରୁ ସୁରକ୍ଷା ଦେବାକୁ ହେଲେ ବୁଷ୍ଟର ଦିଆଯିବା ଆବଶ୍ୟକ ବୋଲି ଆମେରିକାର ସଂକ୍ରାମକ ରୋଗ ବିଶେଷଜ୍ଞ ଆନ୍ଥୋନି ଫୌସି କହିଛନ୍ତି। ଭୂତାଣୁର ମ୍ୟୁଟେଶନ ଯୋଗୁ ଏହାର ଢାଞ୍ଚା ବଦଳିଯାଇଛି। ନୂଆ ଭାରିଆଣ୍ଟ ଦ୍ରୁତ ବେଗରେ ସଂକ୍ରମଣ କରିପାରେ ବୋଲି ପ୍ରାଥମିକ ପ୍ରମାଣ ମିଳିଥିବା ଆଇଏନ୍‌ଏସ୍‌ଏସିଓଜି କହିଛି। ଓମିକ୍ରନ୍‌ ପ୍ରଥମେ ଚିହ୍ନଟ ହୋଇଥିବା ଦକ୍ଷିଣ ଆଫ୍ରିକାରେ ସଂକ୍ରମଣ ଦିନକରେ ଦୁଇଗୁଣା ବଢ଼ିଯାଇଛି। ଲୋକ ସଭାରେ ଶୁକ୍ରବାର କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ମନସୁଖ ମାଣ୍ଡବ୍ୟ କହିଛନ୍ତି ବୈଜ୍ଞାନିକ ପରାମର୍ଶ ପରେ ବୟସ୍କମାନଙ୍କୁ ବୁଷ୍ଟର ଡୋଜ୍‌ ଏବଂ ପିଲାମାନଙ୍କୁ ଟିକାକରଣ ସମ୍ପର୍କରେ ନିଷ୍ପତ୍ତି ନିଆଯିବ। ବୈଜ୍ଞାନିକମାନଙ୍କ ଉପରେ ଭରସା ରଖିବା ଲାଗି ସେ ବିରୋଧୀ ସଦସ୍ୟମାନଙ୍କୁ କହିଥିଲେ। କୋଭିଡ୍‌ ମୃତ୍ୟୁ ସମ୍ପର୍କରେ ସରକାର ତଥ୍ୟ ଲୁଚାଉଛନ୍ତି ବୋଲି ବିରୋଧୀ ଅଭିଯୋଗ କରିବାରୁ ମାଣ୍ଡବ୍ୟ କହିଥିଲେ, ସମସ୍ତ ରାଜ୍ୟଙ୍କୁ ମୃତ୍ୟୁ ସଂଖ୍ୟା ଜଣାଇବାକୁ କୁହାଯାଇଥିଲା। ୧୯ ରାଜ୍ୟ ରିପୋର୍ଟ ଦେଇଥିବାବେଳେ କେବଳ ପଞ୍ଜାବରେ ଅକ୍ସିଜେନ ଅଭାବରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଓମିକ୍ରନ ବିପଦ ଥିବା ଦେଶରୁ ଏପର୍ଯ୍ୟନ୍ତ ଭାରତକୁ ୧୬,୦୦୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆସିଛନ୍ତି। ସେମାନଙ୍କ ମଧ୍ୟରୁ ୧୮ ଜଣ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ଓ ନମୁନା ଜିନୋମ ସିକ୍ୱେନ୍ସିଂ ପାଇଁ ପଠାଯାଇଛି ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ନ୍ୟୁ ଚଣ୍ଡୀଗଡ଼ରେ ‘ରାହୁଲ ଝଡ଼’: ୮୦ ବଲ୍‌ରେ ଶତକ ମାରି ଧୋନିଙ୍କ ସମକକ୍ଷ, ଭାରତ ପାଇଁ ସାଜିଲେ ସଙ୍କଟମୋଚକ

ନ୍ୟୁ ଚଣ୍ଡୀଗଡ଼,୩।୧୦: ଭାରତୀୟ କ୍ରିକେଟ୍ ଦଳର ଭରସାଯୋଗ୍ୟ ଖେଳାଳି କେ ଏଲ୍ ରାହୁଲ ପୁଣି ଥରେ ନିଜର ଦମଦାର ପ୍ରଦର୍ଶନ ବଳରେ ଦଳର ସଙ୍କଟମୋଚକ ସାଜିଛନ୍ତି। ପ୍ରଥମ…

ଶତକରୁ ବଞ୍ଚିତ ହୋଇ ବି ଇତିହାସ ରଚିଲେ ରୋହିତ ଶର୍ମା, ଭାଙ୍ଗିଲେ ସଚିନଙ୍କ ୨୨ ବର୍ଷ ପୁରୁଣା ମହାରେକର୍ଡ

ନ୍ୟୁ ଚଣ୍ଡୀଗଡ଼,୩।୧୦: ନ୍ୟୁ ଚଣ୍ଡୀଗଡ଼ସ୍ଥିତ ପିସିଏ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମରେ ୱେଷ୍ଟଇଣ୍ଡିଜ୍ ବିପକ୍ଷ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ମାତ୍ର…

ହସ୍ପିଟାଲରେ ଭାରତୀୟ ପାଇଲଟଙ୍କୁ ଭେଟିଲେ ଦୁବାଇ କ୍ରାଉନ ପ୍ରିନ୍ସ, ପାଇଲଟଙ୍କୁ କଲେ ସଲାମ୍‌

ଦୁବାଇ,୩।୧୦: ଫ୍ଲାଏଦୁବାଇ ବିମାନରେ ସହ-ପାଇଲଟଙ୍କ ଆକ୍ରମଣ ସତ୍ତ୍ୱେ ସାହସ ଦେଖାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କୁ ଦୁବାଇ କ୍ରାଉନ ପ୍ରିନ୍ସ ଶେଖ ହାମଦାନ ବିନ ମହମ୍ମଦ ବିନ…

ରୁଷିଆ ସେନାରେ ଏବେବି ୫୫ ଭାରତୀୟ, ତଥ୍ୟ ଦେବାକୁ ମସ୍କୋକୁ ଅନୁରୋଧ କଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୩ା୧୦: ରୁଷିଆ ସେନାରେ ନିଯୁକ୍ତି ପାଇଥିବା ଭାରତୀୟଙ୍କ ମଧ୍ୟରୁ ଇତିମଧ୍ୟରେ ୧୪୦ ଜଣଙ୍କୁ ମୁକ୍ତ କରାଗଲାଣି। ଏବେ ବି ରୁଷିଆର ସଶସ୍ତ୍ର ସେନାରେ ୫୫ ଭାରତୀୟ କାର୍ଯ୍ୟରତ…

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?