ଖୁବ୍‌ଶୀଘ୍ର ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ

ଭୁବନେଶ୍ୱର,୨୪।୭: ପୂର୍ବତଟ ରେଳପଥର ମହାପ୍ରବନ୍ଧକ ବିଦ୍ୟାଭୂଷଣ ଶୁକ୍ରବାର ଭୁବନେଶ୍ୱର ରେଳଷ୍ଟେଶନ ପରିଦର୍ଶନ କରିବା ସହ ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ଆବଶ୍ୟକ ହେଉଥିବା ସ୍ଥାନ, ବିଭିନ୍ନ ଯାତ୍ରୀ ସୁବିଧା ଓ ଅନ୍ୟାନ୍ୟ କ୍ଷେତ୍ରଗୁଡିକୁ ବୁଲି ଦେଖିଥିଲେ। ଏହି ଅବସରରେ ସେ କହିଲେ, ଭୁବନେଶ୍ୱର ରେଳ ଷ୍ଟେଶନର ପୁନର୍ବିକାଶ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ। ଏହାକୁ ବିଶ୍ୱସ୍ତରୀୟ ଷ୍ଟେଶନରେ ପରିଣତ କରିବାକୁ ରେଳପଥ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ବିମାନବନ୍ଦର ଭଳି ଯାତ୍ରୀ ଓ ଅନ୍ୟାନ୍ୟ ସମସ୍ତ ସୁବିଧା ଏହି ଷ୍ଟେଶନରେ ରହିବ। ଏହାବାଦ ଷ୍ଟେଶନକୁ ଏକ ବ୍ୟବସାୟିକ ହବ୍‌ରେ ମଧ୍ୟ ପରିଣତ କରାଯିବ। ଷ୍ଟେଶନର ସୌନ୍ଦର୍ଯ୍ୟକରଣ ସାଙ୍ଗକୁ ସୁନ୍ଦର ଆଲୋକ ବ୍ୟବସ୍ଥା, ଉନ୍ନତ ସଙ୍କେତ ଏବଂ ୱେଟିଂ ହଲ୍‌ ଭଳି ସୁବିଧା ମଧ୍ୟ ରହିବ। ଯାତ୍ରୀଙ୍କୁ ଆକୃଷ୍ଟ କରିବା ସହ ଷ୍ଟେଶନକୁ ଭ୍ରମଣ କରିବାକୁ ଆସୁଥିବା ଲୋକଙ୍କୁ ଆହୁରି ଅଧିକ ସୁବିଧା ଯୋଗାଇ ଦିଆଯିବ। ଏହା ବ୍ୟତୀତ ଷ୍ଟେଶନ ବାହାରେ ଥିବା ଖାଲି ସ୍ଥାନଗୁଡିକୁ ମଧ୍ୟ ବିକଶିତ କରାଯିବ। ଜଳ ନିଷ୍କାସନ ପାଇଁ ଆବଶ୍ୟକ ଡ୍ରେନେଜ ବ୍ୟବସ୍ଥାର ଉନ୍ନତୀକରଣ କରାଯିବ। ସେହିପରି ପ୍ଲାଟ୍‌ଫର୍ମ-୬ ପାର୍ଶ୍ୱରେ ଅଧିକ ପାର୍କିଂ ସ୍ଥାନ ଚିହ୍ନଟ କରାଯାଇ ଯାତ୍ରୀଙ୍କ ସୁବିଧା ପାଇଁ ବିକାଶ କରାଯିବ। ରାଜ୍ୟ ସରକାର ଓ ପୂର୍ବତଟ ରେଳପଥ ମଧ୍ୟରେ ଭୁବନେଶ୍ୱର ଷ୍ଟେଶନର ପୁନର୍ବିକାଶ ନେଇ ଏକ ରାଜିନାମା ୨୦୧୯ ସେପ୍ଟେମ୍ବରରେ କରାଯାଇଥିଲା। ଏଥିରେ ଷ୍ଟେଶନର ବିକାଶ ସାଙ୍ଗକୁ ଶପିଂ କମ୍ପ୍ଲେକ୍ସ, ରେଷ୍ଟୁରାଣ୍ଟ, ପାର୍କିଂ ଏବଂ ଅନ୍ୟାନ୍ୟ ସୁବିଧା ଆଦି ଯୋଗାଇ ଦେବାର ଲକ୍ଷ୍ୟ ରହିଥିଲା। ସେହିଭଳି ଷ୍ଟେଶନକୁ ଆଉ ଦୁଇଟି ଅତିରିକ୍ତ ଲାଇନ ନିର୍ମାଣ କରାଯିବ। ଏଥିପାଇଁ ରାଜ୍ୟ ସରକାରଙ୍କ ଅଧିକାରୀଙ୍କ ସହ ବାରମ୍ବାର ଆଲୋଚନା ଚାଲିଛି। ବିସ୍ତୃତ ପ୍ରକଳ୍ପ ରିପୋର୍ଟ ଏବଂ ଯୋଜନା ମଧ୍ୟ ପ୍ରସ୍ତୁତ କରାଯାଇଛି। ଚୂଡ଼ାନ୍ତ ହେବା ପରେ ଟେଣ୍ଡର ହେବ। ଆସନ୍ତା ୬ମାସ ମଧ୍ୟରେ ଯୋଜନା ଅନୁଯାୟୀ କାର୍ଯ୍ୟ କରାଯିବ ବୋଲି ବିଦ୍ୟାଭୂଷଣ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri