ରେକର୍ଡ ପରିମାଣର ଧନ୍‌ତେରସ୍‌ କାରବାର: ୨୦୦ କୋଟିରୁ ଅଧିକ

ଭୁବନେଶ୍ୱର,୧୨।୧୧ (ଅଭୟ ଦାଶ): ଚଳିତ ବର୍ଷର ଧନ୍‌ତେରସ୍‌ କାରବାର ରେକର୍ଡ ପରିମାଣରରେ ହୋଇଛି। ଏପରିକି ଗତ ୩ ଦିନ ହେବ ଧନ୍‌ତେରସ୍‌ କାରବାର ପୂର୍ବବର୍ଷ ଅପେକ୍ଷା ଭଲ ରହିଥିଲାବେଳେ କାରବାର ୨୦୦ କୋଟିରୁ ଅଧିକ ହୋଇଛି ବୋଲି ଓଡ଼ିଶାର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ଓ ସଂଘଗୁଡିକ ପକ୍ଷରୁ ଆକଳନ କରାଯାଇଛି। ଅପରପକ୍ଷରେ ରାଜ୍ୟର ପ୍ରମୁଖ ସହର ଓ ବଜାରରେ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ଆକର୍ଷଣୀୟ ଧନ୍‌ତେରସ୍‌ ଅଫର ଓ ରିହାତି ସହ ଉପହାର ଗ୍ରାହକମାନଙ୍କୁ କ୍ରୟ ବିଲ୍‌ ଉପରେ ପ୍ରଦାନ କରୁଛନ୍ତି। ସେହିଭଳି ଧନ୍‌ତେରସ୍‌ ଅବସରରେ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ନୂତନ କଲେକ୍ସନ ଓ ଡିଜାଇନର ବ୍ୟାପକ ସମ୍ଭାରକୁ ଉଭୟ ବିକ୍ରୟ ଏବଂ ପ୍ରଦର୍ଶନ ପାଇଁ ଉପଲବ୍ଧ କରାଇଛନ୍ତି। ଏପରିକି ଚଳିତ ବର୍ଷର ଧନ୍‌ତେରସ୍‌ ପାଇଁ ଗତ ଗୁରୁବାର, ଶୁକ୍ରବାର ଓ ଶନିବାରର କାରବାର ଭଲ ରହିଥିଲାବେଳେ ଅଳଙ୍କାର ପ୍ରତିଷ୍ଠାନର ଆକର୍ଷଣୀୟ ରିହାତି ଅଫର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିଥିଲା। ସେହିପରି ଗତ ବର୍ଷ ଅପେକ୍ଷା ଚଳିତ ବର୍ଷର ଭିଡ଼ କାରବାରକୁ କିଛି ମାତ୍ରାରେ ସୁହାଇଛି ବୋଲି ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଓ ବ୍ୟବସାୟୀମାନେ ମତପ୍ରକାଶ କରିଥିଲାବେଳେ ସୁନା ବଜାରର ସମ୍ଭାବ୍ୟ ଭିଡରୁ ଏହା ସ୍ପଷ୍ଟ ଅନୁମାନ କରାଯାଉଛି।
ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ଧନ୍‌ତେରସ୍‌ ଉପଲକ୍ଷେ ସାରା ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଯଥା- ଲାଲ୍‌ଚାନ୍ଦ୍‌ ଜୁଏଲର୍ସ, ଖିମ୍‌ଜୀ ଜୁଏଲର୍ସ, କଲ୍ୟାଣ ଜୁଏଲର୍ସ, ମାଲାବାର ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସ, ଜୟ ଆଲୁକ୍କାସ, ତନିସ୍କ, ରିଲାଏନ୍ସ ଜୁଏଲର୍ସ, ପି.ସି.ଚନ୍ଦ୍ରା ଜୁଏଲର୍ସ, ଅରୁନ୍ଧତୀ ଜୁଏଲର୍ସ, ପ୍ରୀତମ ଜୁଏଲର୍ସ, ଭବାନୀ ଅଳଙ୍କାର, ଲୋକନାଥ ଜୁଏଲର୍ସ, ହିନ୍ଦୁସ୍ଥାନ ଜୁଏଲର୍ସ, ମା’ ଗୌରୀ ଜୁଏଲର୍ସ, ଜେ.କେ ଜୁଏଲର୍ସ, ଜାଭେରୀ ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସ, ରୀତା ଜୁଏଲର୍ସ, କଳାମନ୍ଦିର ଜୁଏଲର୍ସ, ସ୍ମାଇଲ ଗୋଲ୍‌ଡ ଜୁଏଲର୍ସ, ସେନ୍‌କୋ ଗୋଲ୍‌ଡ ଆଣ୍ଡ ଡାଇମଣ୍ଡ, ରୀତା ଆଣ୍ଡ ସନ୍ସ ଭଳି ଗହଣା ଦୋକାନରେ ସମ୍ଭାବ୍ୟ ଭିଡ଼ ସାଙ୍ଗକୁ ଆକର୍ଷଣୀୟ ରିହାତି ଅଫର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିଥିଲା।
ଉଲ୍ଲେଖଯୋଗ୍ୟ, ଧନ୍‌ତେରସ୍‌ର ଶୁଭ ଅବସରରେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସ ପକ୍ଷରୁ ଆକର୍ଷଣୀୟ ଅଫର ସାଙ୍ଗକୁ ନୂତନ କଲେକ୍ସନର ବୃହତ୍‌ ସମ୍ଭାରକୁ ଉନ୍ମୋଚନ କରାଯାଇଥିଲା। ବିଶେଷକରି ପ୍ରତି ଗ୍ରାମ ପିଛା ୬୨୫ଟଙ୍କାର ମୂଲ୍ୟରେ ସମସ୍ତ ଏଚ୍‌ୟୁଆଇଡି ହଲ୍‌ମାର୍କଯୁକ୍ତ ସୁନାଗହଣାର ଗଢ଼ା ମୂଲ୍ୟ ଦିଆଯାଉଥିବାବେଳେ ପ୍ରତି କ୍ୟାରେଟ ହୀରା ମୂଲ୍ୟ ଉପରେ ଫ୍ଳାଟ୍‌ ୨୦,୦୦୦ ଟଙ୍କାର ରିହାତି ଏବଂ ରୁପା ଗହଣାର ଗଢ଼ା ମୂଲ୍ୟ ଉପରେ ଫ୍ଲାଟ୍‌ ୫୦% ରିହାତି ଗ୍ରାହକମାନଙ୍କୁ ଯୋଗାଇ ଦିଆଯାଇଛି। ସେହିଭଳି ନିର୍ଦ୍ଦିଷ୍ଟ ହାତଘଣ୍ଟା ବ୍ରାଣ୍ଡ୍‌ଗୁଡିକ ଉପରେ ଫ୍ଳାଟ୍‌ ୨୦% ଓ ବ୍ରାଣ୍ଡେଡ୍‌ ଆଇଟମର ମୂଲ୍ୟ ଉପରେ ଫ୍ଲାଟ୍‌ ୧୫% ରିହାତି ପ୍ରଦାନ କରାଯାଉଛି। ଏପରିକି ଆଇଜେଏସ୍‌ଏଫ୍‌ରେ ପ୍ରତି ୨୫,୦୦୦ ଟଙ୍କା ବା ଅଧିକ କ୍ରୟ ଉପରେ ମାଗଣା ରୁପା ମୁଦ୍ରା ସାଙ୍ଗକୁ ନିଶ୍ଚିତ ଉପହାର ଦିଆଯାଉଛି। ସେହିପରି ଖିମ୍‌ଜୀ ଜୁଏଲର୍ସରେ ନଭେମ୍ବର ୩ରୁ ଧନ୍‌ତେରସ୍‌ ଧନବର୍ଷା ଉତ୍ସବ ପାଳନ କରାଯାଉଛି। ଏହି ପରିପ୍ରେକ୍ଷୀରେ ହୀରା ଗହଣାର ମୂଲ୍ୟ ଉପରେ ଫ୍ଳାଟ୍‌ ୨୦% ରିହାତି ଦିଆଯାଉଥିବାବେଳେ ରୁପା ଗହଣାର ଗଢ଼ା ମଜୁରି ଉପରେ ଫ୍ଲାଟ୍‌ ୨୫% ରିହାତି ପ୍ରଦାନ କରାଯାଉଛି। ଏପରିକି ପ୍ରତି ସୁନା ଅଳଙ୍କାରର କ୍ରୟ ବିଲ୍‌ ଉପରେ ଫ୍ଳାଟ୍‌ ୪.୫%ର ରିହାତି ଦିଆଯାଉଛି। ଅପରପକ୍ଷରେ ରିଲାଏନ୍ସ ଜୁଏଲର୍ସର ଦୀପାବଳି ଅଫର ଓ କଲେକ୍ସନ ‘ସ୍ବର୍ଣ୍ଣ ବଙ୍ଗ’ ସାଙ୍ଗକୁ ସୁନା ଅଳଙ୍କାରର ଗଢ଼ା ମଜୁରି ଓ ହୀରା ଅଳଙ୍କାରର କ୍ରମ ମୂଲ୍ୟ ଉପରେ ୨୫%ର ରିହାତି ପ୍ରଦାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

ଗଭୀର ଅବପାତରେ ପରିଣତ ହେଲା ଅବପାତ: ଆଜି ଝଡ଼ବର୍ଷା ନେଇ ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୯।୯ (ବନ୍ଦନା ସେଠୀ):ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ମ୍ୟାନ୍‌ମାର ଉପକୂଳ ଉପରେ ଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି। ଏହା ଉତ୍ତର-ଉତ୍ତର…

ମହାନଦୀ ଜଳବିବାଦ ସମାଧାନ କରିବେ ଶାହା: ଅକ୍ଟୋବର ୧ରେ ମିଳିପାରେ ଖୁସିଖବର

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶା ଏବଂ ଛତିଶଗଡ଼ ମଧ୍ୟରେ ଦୀର୍ଘବର୍ଷ ହେଲା ମହାନଦୀ ଜଳ ବିବାଦ ଲାଗି ରହିଛି। ଏହି ବିଷୟ ବର୍ତ୍ତମାନ ଟ୍ରିବ୍ୟୁନାଲରେ ବିଚାରାଧୀନ ରହିଛି। ତେବେ କିଛିଦିନ…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅଟଳ CJP, ଆସାମରୁ ଏଭଳି ଚେତାବନୀ ଦେଲେ ଆଶୁତୋଷ ରାଙ୍କା

ଗୁଆହାଟୀ,୨୯।୯: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ନାମରେ ଭୋଟର ତାଲିକାରୁ ୧୩ କୋଟି ଲୋକଙ୍କ ନାମକୁ ବାଦ୍‌ ଦିଆଯାଇଥିବା ଅଭିଯୋଗକୁ ନେଇ ସିଇସି ଜ୍ଞାନେଶ କୁମାରଙ୍କ ଇସ୍ତଫା…

କେବେ ଆରମ୍ଭ ହେବ ୨୦୨୭ ବିଶ୍ୱକପ୍‌? ସାମ୍ନାକୁ ଆସିଲା ବଡ଼ ଅପଡେଟ୍‌,

ନୂଆଦିଲ୍ଲୀ,୨୯।୯: ୨୦୨୭ରେ ଖେଳାଯିବାକୁ ଥିବା ODI ବିଶ୍ୱକପ୍‌କୁ ନେଇ ବଡ଼ ଅପଡେଟ୍‌ ସାମ୍ନାକୁ ଆସିଛି । ଆନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ICC) ଆସନ୍ତା ଅକ୍ଟୋବର ୧ ତାରିଖରେ…

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?