ଜିଏସ୍‌ଟି ଆଦାୟରେ ୩୦.୨୮ ପ୍ରତିଶତ ରେକର୍ଡ ଅଭିବୃଦ୍ଧି

ଭୁବନେଶ୍ୱର,୨ା୬(ବ୍ୟୁରୋ): ରାଜ୍ୟ ଜିଏସ୍‌ଟି ଓ ସମନ୍ବିତ ଜିଏସ୍‌ଟି ଆଦାୟରେ ରେକର୍ଡ ଅଭିବୃଦ୍ଧି ହୋଇଛି। ୨୦୨୩ ମେ’ରେ ଜିଏସ୍‌ଟି ଆଦାୟରେ ୩୦.୨୮ ପ୍ରତିଶତ ଅଭିବୃଦ୍ଧି ହେବା ସହ ୧୬୭୫.୭୭ କୋଟି ଟଙ୍କା ସଂଗ୍ରହ କରାଯାଇଛି । ମୋଟ ଜିଏସ୍‌ଟି କ୍ଷେତ୍ରରେ ଓଡ଼ିଶା ଚଳିତ ବର୍ଷ ମେ’ ମାସରେ ୧୧.୧୭ ପ୍ରତିଶତ ଅଭିବୃଦ୍ଧି ହାସଲ କରିବା ସହ ୪୩୯୭.୭୩ କୋଟି ଟଙ୍କା ସଂଗ୍ରହ କରିଛି । ଗତବର୍ଷ ମେ’ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୩୯୫୫.୭୫ କୋଟି ଟଙ୍କା । ଚଳିତ ଆର୍ଥିକ ବର୍ଷର ମେ’ ମାସ ସୁଦ୍ଧା ସାମଗ୍ରିକ ଜିଏସ୍‌ଟି ସଂଗ୍ରହ ୯୪୩୩.୪୭ କୋଟି ଟଙ୍କା ହୋଇଥିବା ବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଏହା ୮୮୬୫.୯୮ କୋଟି ଟଙ୍କା ଥିଲା । ୨୦୨୩-୨୪ ଆର୍ଥିକ ବର୍ଷର ମେ’ ମାସ ସୁଦ୍ଧା ରାଜ୍ୟ ଜିଏସ୍‌ଟି ଓ ସମନ୍ବିତ ଜିଏସ୍‌ଟି ଫଇସଲା ବାବଦକୁ ରାଜ୍ୟ ପାଇଥିବା ସାମଗ୍ରିକ ଜିଏସ୍‌ଟି ସଂଗ୍ରହ ପରିମାଣ ୪୦୩୪.୯୪କୋଟି ଟଙ୍କା ହୋଇଥିବା ବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଏହା ଥିଲା ୨୯୬୬.୨୯ କୋଟି ଟଙ୍କା । ଫଳରେ ଏ କ୍ଷେତ୍ରରେ ଅଭିବୃଦ୍ଧି ହାର ୩୬.୦୩ ପ୍ରତିଶତ ରହିଛି । ରାଜ୍ୟ ବାଣିଜ୍ୟକର ଏବଂ ଜିଏସ୍‌ଟି ବିଭାଗ ପକ୍ଷରୁ ଜିଏସ୍‌ଟି, ଭାଟ୍‌, ପ୍ରବେଶ ଶୁଳ୍କ, ବୃତ୍ତିଗତ କର ଅଧୀନରେ ଚଳିତ ବର୍ଷ ମେ’ ମାସରେ ମୋଟ ୨୭୧୧.୦୪ କୋଟି ଟଙ୍କା ସଂଗ୍ରହ କରାଯାଇଥିବା ବେଳେ ଗତବର୍ଷ ମେ’ ମାସରେ ଏହି ସଂଗ୍ରହ ପରିମାଣ ଥିଲା ୨୩୧୧.୭୮କୋଟି ଟଙ୍କା। ଫଳରେ ଏ କ୍ଷେତ୍ରରେ ଅଭିବୃଦ୍ଧି ହାର ୧୭.୨୭ ପ୍ରତିଶତ ରହିଛି । ଚଳିତ ବର୍ଷ ମେ’ ମାସରେ ୨୦.୪୦ ଲକ୍ଷ ଇ-ୱେବିଲ୍‌ ନିର୍ଗମନ କରାଯାଇଥିବା ବେଳେ ୨୦୨୨ ମେ’ ମାସରେ ୧୭.୨୬ ଲକ୍ଷ ସଂଖ୍ୟକ ଇ-ୱେବିଲ୍‌ ନିର୍ଗମନ କରାଯାଇଥିଲା ା ଏ କ୍ଷେତ୍ରରେ ୧୮.୧୯ ପ୍ରତିଶତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri