ରେକର୍ଡ ପରିମାଣରେ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ହୋଇଛି ବୋଲି ଗୁରୁବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷର ମେ’ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧.୫୭ (୧,୫୭,୦୯୦) ଲକ୍ଷ କୋଟି ଟଙ୍କାରୁ ଅଧିକ ଟିକସ ଆକାରରେ ସଂଗ୍ରହ କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧିରେ ସଂଗୃହୀତ ହୋଇଥିବା ଟିକସ ପରିମାଣଠାରୁ ୨୦୨୩-୨୪ ମେ’ରେ ସଂଗୃହୀତ ଟିକସ ପରିମାଣ ୧୨% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଅପରପକ୍ଷରେ କ୍ରମାଗତ ୧୪ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ରହିଥିବାବେଳେ ୫ମ ଥର ପାଇଁ ୧.୫ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ କରାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩ ମେ’ରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୫୭,୦୯୦ ଲକ୍ଷ କୋଟି ରହିଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୨୮,୪୧୧ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୩୫,୮୨୮ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୧,୩୬୩ କୋଟି (ସାମଗ୍ରୀ ଆମଦାନୀରେ ୪୧,୭୭୨ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୧,୪୮୯ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୫୭ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟିକୁ ୩୫,୩୬୯ କୋଟି ଟଙ୍କା ଏବଂ ନିୟମିତ ସମାଧାନ ଭାବେ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟିକୁ ୨୯,୭୬୯ କୋଟି ଟଙ୍କା ଦେବାକୁ ସ୍ଥିର କରିଛନ୍ତି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରୁ ସୂଚନା ମିଳିଛି। ସୂଚନାଯୋଗ୍ୟ, ଓଡ଼ିଶାରୁ ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ପ୍ରାୟ ୪୩୯୮ (୪୩୯୭.୭୩) କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ବର୍ଷ ଏହି ସମୟ ମଧ୍ୟରେ ଟିକସ ପରିମାଣ ୩୯୫୬ (୩୯୫୫.୭୫) କୋଟି ଟଙ୍କାରୁ ଅଧିକ ରହିଥିଲା, ଯାହା ଚଳିତ ବର୍ଷ ୪୪୧.୯୮ କୋଟି ବା ୧୧.୧୭ ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ଚାଲିଛି ଆଇପିଏଲ ସିଜନ୍‌: ଯୁବ ଗୋଷ୍ଠୀଙ୍କୁ ଲୋଭ ଦେଖାଇ ଆକୃଷ୍ଟ କରୁଛନ୍ତି ଦଲାଲ

ଗଞ୍ଜାମ,୪।୪(ବିଦ୍ୟାଧର ସାହୁ ): ବର୍ତ୍ତମାନ ଆରମ୍ଭ ହୋଇଯାଇଛି ଆଇପିଏଲ ସିଜନ । ପ୍ରତ୍ୟେକ ଦିନ ବିଭିନ୍ନ ଫ୍ରାଞ୍ଚାଇଜ ଦଳ ସହ ଅନୁଷ୍ଠିତ ହେଉଛି ୨୦-୨୦ ମ୍ୟାଚ ।…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri