ରେକର୍ଡ ପରିମାଣରେ ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୧୦: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ୬ଷ୍ଠ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସଟି) ସଂଗ୍ରହ କରାଯାଇଛି ବୋଲି ରବିବାର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ସେପ୍ଟେମ୍ବରରେ ଦେଶର ଜିଏସଟି ପ୍ରାୟ ୧.୬୩ (୧,୬୨,୭୧୨) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣ ପ୍ରାୟ ୧.୪୭ ଲକ୍ଷ କୋଟିଠାରୁ ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧୦% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଅପରପକ୍ଷରେ କ୍ରମାଗତ ୧୯ ମାସ ପାଇଁ ଦେଶର ଜିଏସଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୧୦ମ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୪ର୍ଥ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ ମାସ (ଅର୍ଦ୍ଧବାର୍ଷିକ)ରେ ୯,୯୨,୫୦୮ କୋଟି ଟଙ୍କାର ଟିକସ ଜିଏସଟି ଆକାରରେ ଆଦାୟ କରାଯାଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହି ପରିମାଣ ୮,୯୩,୩୩୪ କୋଟି ଟଙ୍କା ରହିଥିଲା।

ସୂଚନାଯୋଗ୍ୟ, ୨୦୨୩ ସେପ୍ଟେମ୍ବରରେ ସଂଗୃହୀତ ମୋଟ ଜିଏସଟି ରାଜସ୍ବ ୧,୬୨,୭୧୨ ଲକ୍ଷ କୋଟି ହୋଇଥିବା ବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସଟି) ୨୯,୮୧୮ କୋଟି ଟଙ୍କା ରହିଥିଲାବେଳେ ରାଜ୍ୟ ଜିଏସଟି (ଏସଜିଏସଟି) ୩୭,୬୫୭ କୋଟି ଟଙ୍କା ରହିଛି। ସେହିଭଳି ଆଇଜିଏସଟି ବାବଦରେ ୮୩,୬୨୩ କୋଟି (ସାମଗ୍ରୀ ଆମଦାନୀରେ ୪୧,୧୪୫ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୧,୬୧୩ ଟଙ୍କା କୋଟି (ସାମଗ୍ରୀ ଆମଦାନୀ ଉପରେ ୮୮୧ କୋଟି ଟଙ୍କା ସାମିଲ)ର ଟିକସ ଆଦାୟ କରାଯାଇଛି।

ସେହିପରି ସରକାର ସିଜିଏସଟି ବାବଦରେ ୩୩,୭୩୬ କୋଟି ଟଙ୍କା ଏବଂ ଆଇଜିଏସଟିରୁ ଏସଜିଏସଟି ବାବଦରେ ୨୭,୫୭୮ କୋଟି ଟଙ୍କା ପରିଶୋଧ କରିଛନ୍ତି। ଅପରପକ୍ଷରେ ଓଡିଶାରୁ ଚଳିତ ଆର୍ଥିକ ବର୍ଷର ୬ଷ୍ଠ ମାସରେ ପ୍ରାୟ ୪୨୪୯ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଛି। ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୩୭୬୫ କୋଟି ଟଙ୍କାରୁ ଅଧିକ ରହିଥିଲା। ଯାହା ଚଳିତ ଆର୍ଥକ ବର୍ଷର ଜୁଲାଇ ଅବଧିରେ ୧୩% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?