Posted inବଜେଟ

ରେକର୍ଡ ପରିମାଣର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୪ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଶେଷ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ସୋମବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ,୨୦୨୩-୨୪ଆର୍ଥିକ ବର୍ଷର ମାର୍ଚ୍ଚ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୭୮,୪୮୪ କୋଟି ଟଙ୍କାରୁ ଅଧିକ ପରିମାଣର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷ କରି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ଏହା ୧୧.୫% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ମାର୍ଚ୍ଚ ମାସରେ ସଂଗୃହୀତ ଟିକସ ପରିମାଣ ୧,୬୦,୧୨୨ କୋଟିଠାରୁ ୨୦୨୩-୨୪ ଆର୍ଥିକ ବର୍ଷର ମାର୍ଚ୍ଚ ମାସରେ ୧୧.୫% ( ୧,୭୮,୪୮୪ କୋଟି) ଅଧିକ ଟିକସ ସଂଗୃହୀତ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ଅପରପକ୍ଷରେ ୨୦୨୩-୨୪ ଆର୍ଥିକ ବର୍ଷ (ଏପ୍ରିଲରୁ ମାର୍ଚ୍ଚ)ରେ ମୋଟ ୨୦.୧୮ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗ୍ରହ କରାଯାଇଥିଲାବେଳେ ୨୦୨୨-୨୩ ଆର୍ଥିକ ବର୍ଷ (ଏପ୍ରିଲରୁ ମାର୍ଚ୍ଚ)ରେ ମୋଟ ୧୮.୦୧ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗୃହୀତ ହୋଇଥିଲା। ଏପରିକି ବାର୍ଷିକ ଭିତ୍ତିରେ ଚଳିତ ଆର୍ଥିକବର୍ଷର ମୋଟ ଟିକସ ସଂଗ୍ରହ ୧୧.୭% ବୃଦ୍ଧି ହୋଇଛି।
ଉଲ୍ଲେଖଯୋଗ୍ୟ, ୨୦୨୪ ମାର୍ଚ୍ଚ ମାସରେ ମୋଟ ୧,୭୮,୪୮୪ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗ୍ରହ କରାଯାଇଛି। ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ବାବଦରେ ୩୪,୫୩୨ କୋଟି ଟଙ୍କା ଆଦାୟ ହୋଇଥିବାବେଳେ ରାଜ୍ୟ ଟିକସ (ଏସ୍‌ଜିଏସ୍‌ଟି) ବାବଦକୁ ୪୩,୭୪୬ କୋଟି ଆଦାୟ ହୋଇଛି। ସେହିଭଳି ଆଇଜିଏସ୍‌ଟି ବାବଦକୁ ମୋଟ ୮୭,୯୪୭ କୋଟି ଟଙ୍କା (ସାମଗ୍ରୀ ଆମଦାନୀରେ ୪୦,୩୨୨ କୋଟି ଟଙ୍କା ସାମିଲ) ଏବଂ ସେସ୍‌ ବାବଦରେ ୧୨,୨୫୯ କୋଟି ଟଙ୍କା (ସାମଗ୍ରୀ ଆମଦାନୀରେ ୯୯୬କୋଟି ଟଙ୍କା ସାମିଲ) ଟିକସ ଆକାରରେ ସଂଗ୍ରହ କରାଯାଇଛି। ସେହିଭଳି କ୍ରମାଗତ ୨୫ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ଷୋଡ଼ଶ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ସେହିପରି ୨୦୨୩-୨୪ ଆର୍ଥିକ ବର୍ଷରେ ୧୦ମ ଥର ଲାଗି ଜିଏସ୍‌ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୫ୟ ଥର ଲାଗି ୧.୭ ଲକ୍ଷ କୋଟିରୁ ଅଧିକ ଏବଂ ଚଳିତ ଆର୍ଥିକ ବର୍ଷରେ ୩ୟ ଥର ଲାଗି ୧.୭ଲକ୍ଷ କୋଟିରୁ ଅଧିକ ଟିକସ ରାଜସ୍ବ ଆକାରରେ ଆଦାୟ କରାଯାଇଥିବା ମନ୍ତ୍ରଣାଳୟ ଓ୍ବେବସାଇଟରେ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ନବ ନିର୍ମାଣ କୃଷକ ସଂଗଠନ ପରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ, ଏହି ଦିନ…

ଭୁବନେଶ୍ବର,୨୯।୯: ଆସନ୍ତା ଅକ୍ଟୋବର ୮ ତାରିଖରେ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ଏନେଇ ଘୋଷଣା କଲେ ପିସିସି ସଭାପତି ଭକ୍ତ ଚରଣ ଦାସ…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?