ମେ’ରେ ରେକର୍ଡ ୧, ୭୨, ୭୩୯ କୋଟି ଟଙ୍କାର ଜିଏସ୍‌ଟି ସଂଗ୍ରହ

ନୂଆଦିଲ୍ଲୀ,୨।୬: (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଦ୍ୱିତୀୟ ମାସରେ ମଧ୍ୟ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶନିବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ଦ୍ୱିତୀୟ ମାସ ବା ମେ’ରେ ଦେଶର ଜିଏସ୍‌ଟି ସଂଗ୍ରହ ପ୍ରାୟ ୧.୭୩ (୧,୭୨,୭୩୯) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ଆଦାୟ କରାଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ୧.୫୭ (୧,୫୭,୦୯୦)ଲକ୍ଷ କୋଟି ଟଙ୍କା ଟିକସ ଆଦାୟ ହୋଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ୨ୟ ମାସରେ ସଂଗୃହୀତ ଟିକସ ପରିମାଣଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଟିକସ ପରିମାଣ ୧୦% ଅଧିକ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।

ଉଲ୍ଲେଖଯୋଗ୍ୟ, ୨୦୨୪ ମେ’ରେ ସଂଗୃହୀତ ମୋଟ ଜିଏସ୍‌ଟି ରାଜସ୍ବ ୧,୭୨,୭୩୯ କୋଟି ରହିଥିବାବେଳେ ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ୩୨,୪୦୯ କୋଟି ଟଙ୍କା ଏବଂ ରାଜ୍ୟ ଜିଏସ୍‌ଟି (ଏସ୍‌ଜିଏସ୍‌ଟି) ୪୦,୨୬୫ କୋଟି ଟଙ୍କା ସାମିଲ ରହିଛି। ସେହିଭଳି ଆଇଜିଏସ୍‌ଟି ବାବଦରେ ୮୭,୭୮୧ କୋଟି (ସାମଗ୍ରୀ ଆମଦାନୀ ବାବଦରେ ୩୯,୮୭୯ କୋଟି ଟଙ୍କା ଅନ୍ତର୍ଭୁକ୍ତ) ଏବଂ ସେସ୍‌ ବାବଦରେ ୧୨,୨୮୪ କୋଟି (ସାମଗ୍ରୀ ଆମଦାନୀ ଉପରେ ୧୦୭୬ କୋଟି ଟଙ୍କା ସାମିଲ) ଟଙ୍କାର ରାଜସ୍ବ ଟିକସ ଆକାରରେ ଆଦାୟ କରାଯାଇଛି। ସେହିପରି ସରକାର ସିଜିଏସ୍‌ଟି ବାବଦରେ ୩୮,୫୧୯ କୋଟି ଟଙ୍କା ଏବଂ ଆଇଜିଏସ୍‌ଟିରୁ ଏସ୍‌ଜିଏସ୍‌ଟି ବାବଦରେ ୩୨,୭୩୩ କୋଟି ଟଙ୍କା ସରକାର ପରିଶୋଧ କରିଛନ୍ତି।

ଅପରପକ୍ଷରେ ଓଡ଼ିଶାରୁ ମଧ୍ୟ ଚଳିତ ଆର୍ଥିକ ବର୍ଷର ୨ୟ ମାସରେ ୫୦୨୭ କୋଟି ଟଙ୍କାର ଟିକସ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ଏହି ସମୟ ମଧ୍ୟରେ ଟିକସ ପରିମାଣ ୪୩୯୮ କୋଟି ଟଙ୍କା ଥିଲା। ଚଳିତ ଆର୍ଥକ ବର୍ଷର ୨ୟ ମାସର ଅବଧି ମଧ୍ୟରେ ଏହା ୧୪% ବୃଦ୍ଧି ପାଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ବିଜ୍ଞପ୍ତିରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ଆହୁରି ୧୮ଟଙ୍କା ବଢିଯିବ LPG ସିଲିଣ୍ଡର! ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୬।୮: ଭାରତରେ ଆଗାମୀ ଦିନରେ ଘରୋଇ ଏଲପିଜି (LPG) ସିଲିଣ୍ଡର ପିଛା ଦାମ୍ ପ୍ରାୟ ୧୮ ଟଙ୍କା ବୃଦ୍ଧି ହୋଇପାରେ। ଏହାସହିତ ପେଟ୍ରୋଲ-ଡିଜେଲ ଏବଂ ସିଏନ୍‌ଜି (CNG)ର…

ତେଲ, ଡାଲିରୁ କ୍ଷୀର ଓ ଚିନି ପର୍ଯ୍ୟନ୍ତ, ରାଶନର ୯୯% ସାମଗ୍ରୀ ମହଙ୍ଗା; ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୬।୮: ୨୦୨୬ ବର୍ଷର ଆରମ୍ଭ ଜୋରଦାର ଭାବେ ହୋଇଥିଲା। କିନ୍ତୁ ଦ୍ୱିତୀୟ ମାସରେ ବିଶ୍ୱରେ ଏଭଳି ଅସ୍ଥିର ପରିସ୍ଥିତି ସୃଷ୍ଟି ହେଲା, ଯାହାର ପ୍ରଭାବ ଏବେ…

ତେଲ ବଜାରରେ ବଡ଼ ହଲଚଲ: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦାମ୍‌,ଦେଖନ୍ତୁ…

ନୂଆଦିଲ୍ଲୀ,୬।୮: ସରକାରୀ ତେଲ କମ୍ପାନୀଗୁଡ଼ିକ ଆଜି ଅର୍ଥାତ୍‌ ଅଗଷ୍ଟ ୬ ତାରିଖ ପାଇଁ ପେଟ୍ରୋଲ ଏବଂ ଡିଜେଲର ତାଜା ଦାମ୍‌ ଜାରି କରିଛନ୍ତି। ଆଜି ଦେଶର ଅଧିକାଂଶ…

ଫିଲ୍ମ ନା ଆଉ କିଛି…କେଉଁଥିରୁ ଏତେଟଙ୍କା କମାନ୍ତି ଉଦୟନିଧି ଷ୍ଟାଲିନ୍‌? ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୫।୮: ତାମିଲନାଡୁ ରାଜନୀତିରେ ଆଜିକାଲି ପ୍ରବଳ ହଲଚଲ ଦେଖିବାକୁ ମିଳୁଛି। ତାଞ୍ଜାଭୁରରେ ଆୟୋଜିତ ଏକ ଜନସଭା ସମୟରେ ଅଭିନେତ୍ରୀ ତ୍ରିଷା କୃଷ୍ଣନଙ୍କୁ ନେଇ ଦିଆଯାଇଥିବା ବିବାଦୀୟ ବକ୍ତବ୍ୟ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri