ପଣ୍ୟ ବୋଝେଇ ପରିବହନରେ ରେକର୍ଡ

ଭୁବନେଶ୍ୱର, ୨୫।୩(ବ୍ୟୁରୋ): ଚଳିତ ୨୦୨୨-୨୩ ଆର୍ଥିକ ବର୍ଷ ଶେଷ ପୂର୍ବରୁ ପୂର୍ବତଟ ରେଳପଥ ପଣ୍ୟ ପରିବହନ କ୍ଷେତ୍ରରେ ରେକର୍ଡ ସୃଷ୍ଟି କରିଛି। ଏହି ବର୍ଷ ଶେଷ ହେବାକୁ ସପ୍ତାହେ ବାକି ଥିବାବେଳେ ଇତିମଧ୍ୟରେ ୨୩୨.୩୨ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିପାରିଛି। ୨୦୨୧-୨୨ ଆର୍ଥିକ ବର୍ଷର ସମାନ ସମୟ ମଧ୍ୟରେ ପୂର୍ବତଟ ରେଳପଥ ୨୨୩.୬୪ ନିୟୁତ ଟନ୍‌ ପଣ୍ୟ ପରିବହନ କରିଥିଲା। ପୂର୍ବତଟ ରେଳପଥ ହେଉଛି ଏକମାତ୍ର ରେଳପଥ,ଯାହା ୨୨୦ ଏବଂ ୨୩୦ ନିୟୁତ ଟନ୍‌ ମାଇଲଖୁଣ୍ଟ ଅତିକ୍ରମ କରିସାରିଥିବାବେଳେ ଚଳିତ ଆର୍ଥିକ ବର୍ଷରେ ୨୪୦.୬୦ ନିୟୁତ ଟନ୍‌ ପଣ୍ୟ ବୋଝେଇ କରିବାକୁ ରେଳ ମନ୍ତ୍ରଣାଳୟ ଲକ୍ଷ୍ୟ ଧାର୍ଯ୍ୟ ଦେଇଛି।
ଚଳିତ ଆର୍ଥିକ ବର୍ଷରେ ଉପରୋକ୍ତ ସମୟ ମଧ୍ୟରେ ପଣ୍ୟ ବୋଝେଇରୁ ୨୩,୮୭୨.୬୯ କୋଟି ଟଙ୍କା ଆୟ କରାଯାଇଛି। ଗତ ଆର୍ଥିକ ବର୍ଷରେ ଏହି ବାବଦରେ ୨୨,୧୮୪.୮୫ କୋଟି ଟଙ୍କା ଆୟ ହୋଇପାରିଥିଲା। ପୂର୍ବ ବର୍ଷ ତୁଳନାରେ ଚଳିତ ବର୍ଷ ପ୍ରାୟ ୭.୬% ଆୟ ବୃଦ୍ଧି ହୋଇପାରିଛି।
ରେଳ ମନ୍ତ୍ରଣାଳୟର ଅଭିନବ ପଦକ୍ଷେପ ଏବଂ ପ୍ରମୁଖ ହସ୍ତକ୍ଷେପ ଉପରେ ଧ୍ୟାନ ଦେଇ ଗତ ଆର୍ଥିକ ବର୍ଷର ପଣ୍ୟ ବୋଝେଇକୁ ଅତିକ୍ରମ କରି ପୂର୍ବତଟ ରେଳପଥ ରେକର୍ଡ ହାସଲ କରିଛି, ଯାହା ଫାଷ୍ଟ-ଟ୍ରାକରେ ପହଞ୍ଚାଇବାରେ ସଫଳ ହୋଇଛି। ପୂର୍ବତଟ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମା ଏହି ସଫଳତା ପାଇଁ ଏହାର ୩ଟି ରେଳ ମଣ୍ଡଳ ଓ ପରିଶ୍ରମୀ ତଥା ଉତ୍ସର୍ଗୀକୃତ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ଶ୍ରେୟ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ମୋଦି, ଶାହା, ଜ୍ଞାନେଶ ‘ଗଣତନ୍ତ୍ର ଧ୍ୱଂସ’ କରିଛନ୍ତି: ରାହୁଲ

ନୂଆଦିଲ୍ଲୀ, ୩।୧୦: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିଯୋଗ କରିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ଶାହା ଏବଂ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ବିମାନ ଯାତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ଜୀବନ ଦେଇଥିଲେ ନୀରଜା

ନୂଆଦିଲ୍ଲୀ,୩।୧୦: ବର୍ତ୍ତମାନ ସମଗ୍ର ବିଶ୍ୱରେ ଫ୍ଲାଏଦୁବାଇ ବିମାନ ଅପହରଣ ଘଟଣାର ହିରୋ ସ୍ମିତ୍‌ ମଚ୍ଛାରଙ୍କୁ ତାଙ୍କ ଅପୂର୍ବ ସାହସିକତା ପାଇଁ ପ୍ରଶଂସା କରାଯାଉଛି। ତେବେ ଏହି ଘଟଣା,…

ନିଜ ପୁଅଙ୍କୁ ନିୟନ୍ତ୍ରଣ କରିପାରି ନ ଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ

ନୂଆଦିଲ୍ଲୀ,୩ା୧୦: ଘରୋଇ ହିଂସା ଆଇନ ଅନୁଯାୟୀ ନିଜ ପ୍ରାପ୍ତବୟସ୍କ ପୁଅଙ୍କୁ ନିୟନ୍ତ୍ରଣ କରିବାରେ ବିଫଳ ହୋଇଥିବା ଶ୍ୱଶୁରଙ୍କୁ ଦାୟୀ କରାଯାଇପାରିବ ନାହିଁ ବୋଲି ଦିଲ୍ଲୀ ହାଇକୋର୍ଟ ରାୟ…

ପଞ୍ଜାବ ପ୍ରଦେଶ କଂଗ୍ରେସ କମିଟି ସଭାପତି ପଦରୁ ଓ୍ବାରିଙ୍ଗ୍‌ଙ୍କ ଇସ୍ତଫା

ନୂଆଦିଲ୍ଲୀ,୩ା୧୦: କଂଗ୍ରେସ ନେତା ଅମରିନ୍ଦର ସିଂ ରାଜା ଓ୍ବାରିଙ୍ଗ୍‌ ଶୁକ୍ରବାର ଦଳର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟି ପଞ୍ଜାବ ରାଜ୍ୟ କଂଗ୍ରେସ ସଭାପତି ପଦରୁ ଆନୁଷ୍ଠାନିକ…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?