ଦଶମ, ଦ୍ୱାଦଶରେ କିସ୍‌ରୁ ରେକର୍ଡ ସଂଖ୍ୟକ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୨।୨(ଅସମାପିକା ସାହୁ):ଚଳିତ ବର୍ଷ ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ଦଶମ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାରେ କିସ୍‌ରୁ ରେକର୍ଡ ସଂଖ୍ୟକ ଛାତ୍ରୀଛାତ୍ର ପରୀକ୍ଷା ଦେବେ। କିସ୍‌ର ୨,୦୦୦ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେଉଥିବା ବେଳେ ୧,୯୦୮ ଛାତ୍ରୀଛାତ୍ର ଯୁକ୍ତ୨ ପରୀକ୍ଷା ଦେବେ। ଉଭୟ ଦଶମ ଓ ଯୁକ୍ତ୨ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ମଧ୍ୟରୁ ୫୦% ହେଉଛନ୍ତି ଛାତ୍ରୀ। ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ପରୀକ୍ଷା ଅବ୍ୟବହିତ ପୂର୍ବରୁ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ରବିବାର ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ସମ୍ପର୍କିତ ଆବଶ୍ୟକ ପରାମର୍ଶ ଦେବା ସହ ସେମାନଙ୍କୁ କଲମ ବଣ୍ଟନ କରିଥିଲେ। ଏହି ଅବସରରେ ସେ ଛାତ୍ରୀଛାତ୍ରଙ୍କ ସଫଳତା କାମନା କରିଥିଲେ। ଦଶମ ଶ୍ରେଣୀ ପିଲାଙ୍କ ପାଇଁ ୟୁନିଟ୍‌-୮, ବରମୁଣ୍ଡା ଓ ନିଳାଦ୍ରୀ ବିହାର ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଆଇଆରସି ଭିଲେଜସ୍ଥିତ ଭଗବତ ଗୀତା ବିଦ୍ୟା ମନ୍ଦିର ଓ ଚନ୍ଦ୍ରଶେଖରପୁରସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ର ପରୀକ୍ଷା କେନ୍ଦ୍ର ହୋଇଛି। ସେହିପରି ଯୁକ୍ତ୨ ପରୀକ୍ଷାର୍ଥୀଙ୍କ ନିମନ୍ତେ ରାଜଧାନୀ କଲେଜ ଓ ମହର୍ଷି କଲେଜ ପରୀକ୍ଷା କେନ୍ଦ୍ର ହୋଇଛି। ଆସନ୍ତା ୨୦ ତାରିଖରୁ ଦଶମ ବୋର୍ଡ ପରୀକ୍ଷା ଆରମ୍ଭ ହେଉଥିବା ବେଳେ ୧୬ତାରିଖରୁ ଯୁକ୍ତ୨ ପରୀକ୍ଷା ଆରମ୍ଭ ହେଉଛି। ଛାତ୍ରୀଛାତ୍ରଙ୍କୁ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପହଞ୍ଚାଇବା ପାଇଁ କିସ୍‌ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ପିଲାମାନଙ୍କୁ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା ପାଇଁ ୫୦ଟି ଲେଖାଏ ବସ୍‌ ବ୍ୟବସ୍ଥା କରାଯାଇଥିବା କିସ୍‌ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri