ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ: ଗତ ୨୪ ଘଣ୍ଟାରେ ପାଖାପାଖି ୫୦ହଜାର ପଜିଟିଭ କେସ୍‌

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପ୍ରତିଦିନ ହୁ ହୁ ହୋଇ ବଢ଼ିବା ସହ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସେହିପରି ସୁସ୍ଥତା ହାର ମଧ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ସକାଳରୁ ଶନିବାର ସକାଳ ସୁଦ୍ଧା ଭାରତରେ ୪୮,୯୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୭,୯୪୫ରେ ପହଞ୍ଚିଛି। ସେହିପରି ଗତ ୨୪ଘଣ୍ଟାରେ ୭୫୭ଜଣଙ୍କ କରୋନାଜନିତ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଭାରତରେ କରୋନାରେ ଆକ୍ରାନ୍ତ ହୋଇ ୩୧,୩୫୮ଜଣଙ୍କ ଜୀବନ ଗଲାଣି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ ୧୨, ୮୭,୯୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୪,୯୪୩୧ ଜଣ ସୁସ୍ଥ ହୋଇଥିବା ବେଳେ ୪୫,୬୦୭୧ଜଣ ଚିକିତ୍ସାଧିନ ଅଛନ୍ତି। ଅନ୍ୟପଟେ ଦେଶରେ ପ୍ରତିଦିନ ରେକର୍ଡ ସଂଖ୍ୟକ ଟେଷ୍ଟ ମଧ୍ୟ କରାଯାଉଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆଇସିଏମ୍‌ଆର ଅନୁଯାୟୀ ଶୁକ୍ରବାର ୪.୨୦ଲକ୍ଷରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ କରାଯାଇଥିବାରୁ ଅଧିକ ସଂଖ୍ୟାରେ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହେଉଛନ୍ତି। ଏନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। କାରଣ ଦେଶରେ ଏବେ ସୁସ୍ଥତା ହାର ୬୩.୫୩ ପ୍ରତିଶତ ବୃଦ୍ଧି ପାଇଛି। ଭାରତରେ ଏପର୍ଯ୍ୟନ୍ତ ମୋଟ ୧.୫୮କୋଟି କରୋନା ଟେଷ୍ଟ କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ସମର୍ଥନରେ ପଚାର ମଇଦାନକୁ ଓହ୍ଲାଇଲେ ପୁଷ୍ପା! ଜାଣନ୍ତୁ ଭାଇରାଲ ଭିଡିଓର ସତ୍ୟତା

ନୂଆଦିଲ୍ଲୀ,୨୩।୪: କିଛି ଦିନ ଧରି ଭାରତରେ ଡିପ୍‌ଫେକ ସମସ୍ୟା ଗମ୍ଭୀର ହୋଇପଡ଼ିଛି। ଅନେକ ତାରକା ଡିପ୍‌ଫେକ ଭିଡିଓର ଶିକାର ହୋଉଛନ୍ତି ଏବଂ ଏହା ଏ ପର୍ଯ୍ୟନ୍ତ...

ବିପଜ୍ଜନକ ହାରରେ ତରଳୁଛି ହିମାଳୟ ଗ୍ଲେସିୟର

ବେଙ୍ଗାଲୁରୁ,୨୩/୪:ବିସ୍ତୀର୍ଣ୍ଣ ଗ୍ଲେସିୟର ଏବଂ ତୁଷାରାବୃତ୍ତ ଅଞ୍ଚଳ ଲାଗି ତୃତୀୟ ମେରୁ ଭାବେ ପରିଚିତ ହିମାଳୟ ପର୍ବତମାଳା ଉଭୟ ଭୌତିକ ଓ ସାମାଜିକ ଦୃଷ୍ଟିରୁ ବୈଶ୍ୱିକ ଜଳବାୟୁ...

ଚାପରେ ଭୁଲ୍‌ ତଥ୍ୟ ଦେଉଛନ୍ତି ଜେଲ କର୍ତ୍ତୃପକ୍ଷ: କେଜ୍‌ରିଓ୍ବାଲଙ୍କ

ନୂଆଦିଲ୍ଲୀ,୨୩ା୪:ତିହାର ଜେଲ କର୍ତ୍ତୃପକ୍ଷ ଇନ୍‌ସୁଲିନ୍‌ ଯୋଗାଣକୁ ସ୍ଥଗିତ ରଖିଥିବା ଡାଇବେଟିସ୍‌ ଆକ୍ରାନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଅଭିଯୋଗ କରିଛନ୍ତି। ସେମାନେ ଶାସକ ଭାଜପାର ଚାପରେ...

ଏଲ୍‌ଏଲ୍‌ବି ପାଠ୍ୟକ୍ରମ ୫ ବର୍ଷ ରହିବ

ନୂଆଦିଲ୍ଲୀ,୨୩ା୪: ଆଇନ ପେସାକୁ ପରିପକ୍ୱ ବ୍ୟକ୍ତିମାନେ ଆସିବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ ଟିପ୍ପଣୀ ଦେବା ସହ ଆଇନ ଡିଗ୍ରୀ ପାଠ୍ୟକ୍ରମକୁ ୩ ବର୍ଷକୁ ହ୍ରାସ କରିବା...

ପଶ୍ଚିମବଙ୍ଗରେ ବେଆଇନ ନିଯୁକ୍ତି ରଦ୍ଦ

କୋଲକାତା,୨୩ା୪: ପଶ୍ଚିମବଙ୍ଗର ସରକାରୀ ତଥା ଅନୁଦାନପ୍ରାପ୍ତ ସ୍କୁଲ୍‌ଗୁଡ଼ିକ ପାଇଁ ୨୦୧୬ର ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାକୁ କାଲ୍‌କାଟା ହାଇକୋର୍ଟ ସୋମବାର ରଦ୍ଦ କରିଦେଇଛନ୍ତି। ଫଳରେ ୨୫,୭୫୩ ଜଣ...

ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କଲା କଂଗ୍ରେସ, ଏହି ଆସନରେ ଦେଲା ପ୍ରାର୍ଥୀ

ନୂଆଦିଲ୍ଲୀ,୨୨।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଆଉ ଏକ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସୋମବାର ଅଲ ଇଣ୍ଡିଆ କଂଗ୍ରେସ କମିଟି (ଏଆଇସିସି)...

ତାଜମହଲକୁ ନେଇ କାହିଁକି ଏଏସ୍‌ଆଇର ମତ ଲୋଡ଼ିଲେ ସୁପ୍ରିମକୋର୍ଟ…

ନୂଆଦିଲ୍ଲୀ,୨୨ା୪: ସୋମବାର ସୁପ୍ରିମକୋର୍ଟ ତାଜମହଲ ଏବଂ ଏହାର ଆଖପାଖର ସଂରକ୍ଷଣ ପାଇଁ ପ୍ରସ୍ତୁତ ଭିଜନ ଡକ୍ୟୁମେଣ୍ଟ ଏବଂ ପ୍ଲାନ୍‌ ଉପରେ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଫ୍‌ ଇଣ୍ଡିଆ...

କୋର୍ଟରୁ କେଜ୍‌ରିଓ୍ବାଲ୍‌ଙ୍କୁ ଆଉ ଏକ ଝଟ୍‌କା

ନୂଆଦିଲ୍ଲୀ,୨୨ା୪: କୋର୍ଟରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ଡାଇବେଟିସ୍‌ ସମ୍ବନ୍ଧରେ ତାଙ୍କ ବ୍ୟକ୍ତିଗତ ଡାକ୍ତରଙ୍କ ସହ ନିୟମିତ ପରାମର୍ଶ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri