ଭାରତରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ: ଗତ ୨୪ ଘଣ୍ଟାରେ ପାଖାପାଖି ୫୦ହଜାର ପଜିଟିଭ କେସ୍‌

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପ୍ରତିଦିନ ହୁ ହୁ ହୋଇ ବଢ଼ିବା ସହ ଅଣାୟତ୍ତ ହେବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଭାରତରେ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍‌ ଚିହ୍ନଟ ହେବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇଛି। ସେହିପରି ସୁସ୍ଥତା ହାର ମଧ୍ୟ ବୃଦ୍ଧି ପାଇଛି। ଶୁକ୍ରବାର ସକାଳରୁ ଶନିବାର ସକାଳ ସୁଦ୍ଧା ଭାରତରେ ୪୮,୯୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୭,୯୪୫ରେ ପହଞ୍ଚିଛି। ସେହିପରି ଗତ ୨୪ଘଣ୍ଟାରେ ୭୫୭ଜଣଙ୍କ କରୋନାଜନିତ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଭାରତରେ କରୋନାରେ ଆକ୍ରାନ୍ତ ହୋଇ ୩୧,୩୫୮ଜଣଙ୍କ ଜୀବନ ଗଲାଣି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ ୧୨, ୮୭,୯୪୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୮୪,୯୪୩୧ ଜଣ ସୁସ୍ଥ ହୋଇଥିବା ବେଳେ ୪୫,୬୦୭୧ଜଣ ଚିକିତ୍ସାଧିନ ଅଛନ୍ତି। ଅନ୍ୟପଟେ ଦେଶରେ ପ୍ରତିଦିନ ରେକର୍ଡ ସଂଖ୍ୟକ ଟେଷ୍ଟ ମଧ୍ୟ କରାଯାଉଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଆଇସିଏମ୍‌ଆର ଅନୁଯାୟୀ ଶୁକ୍ରବାର ୪.୨୦ଲକ୍ଷରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ କରାଯାଇଥିବାରୁ ଅଧିକ ସଂଖ୍ୟାରେ ଆକ୍ରାନ୍ତ ମଧ୍ୟ ଚିହ୍ନଟ ହେଉଛନ୍ତି। ଏନେଇ ଭୟଭୀତ ହେବାର କୌଣସି ଆବଶ୍ୟକତା ନାହିଁ। କାରଣ ଦେଶରେ ଏବେ ସୁସ୍ଥତା ହାର ୬୩.୫୩ ପ୍ରତିଶତ ବୃଦ୍ଧି ପାଇଛି। ଭାରତରେ ଏପର୍ଯ୍ୟନ୍ତ ମୋଟ ୧.୫୮କୋଟି କରୋନା ଟେଷ୍ଟ କରାଯାଇଛି ବୋଲି ଆଇସିଏମ୍‌ଆର ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri