ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ ପରିମାଣର ୩୪୫ ମିମି ବର୍ଷା ହୋଇଛି । ଶୁକ୍ରବାର ରାତିରୁ ଅବିଶ୍ରାନ୍ତ ଭାବେ ଲାଗିରହିଥିବା ଏହି ଲଗାଣ ବର୍ଷା ଯୋଗୁଁ ସ୍ଥାନୀୟ ଲୋକଙ୍କ ଜନଜୀବନ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଇନ୍ଦ୍ରାବତୀ ନଦୀର ଜଳସ୍ତର ହଠାତ୍ ବୃଦ୍ଧି ପାଇବା ଯୋଗୁଁ ବିଭିନ୍ନ ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ସହ ଜିଲ୍ଲାର ବ୍ୟାପକ କ୍ଷତି ସାଧିତ ହୋଇଛି। ବିଶେଷ କରି କୁମ୍ଭାରଖାନି-ଡୁମେରପଦର ଏବଂ ସାନ ଦେରଳା-ବଡ଼ଦେରଲା ନିକଟସ୍ଥ ଇନ୍ଦ୍ରାବତୀ ନଦୀ ପୋଲ ଉପରେ ରବିବାର ଭୋରରୁ ପ୍ରାୟ ୫ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହୋଇଥିଲା। ଏହାଯୋଗୁଁ ଥୁଆମୂଳ ରାମପୁର ଓ କାଶୀପୁର ବ୍ଲକ ମଧ୍ୟରେ ସଂଯୋଗ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇଯାଇଥିଲା।

ଗୋପୀନାଥପୁର-ଭବାନୀପାଟଣା ବସ୍‌ ଓ ମୁଖ୍ୟମନ୍ତ୍ରୀ ବସ୍‌ ସମେତ ୬୦ରୁ ଉର୍ଦ୍ଧ୍ୱ ଯାନବାହନ ଦୀର୍ଘ ୭ ଘଣ୍ଟା କାଳ ରାସ୍ତାର ଦୁଇ ପାର୍ଶ୍ୱରେ ଫସି ରହିଥିଲେ। ଏହି ବନ୍ୟାଜଳ ଯୋଗୁଁ ଏକ ଜରୁରୀକାଳୀନ ଆମ୍ବୁଲାନ୍ସ ମଧ୍ୟ ଫସି ରହିଥିବା ବେଳେ ଗୁରୁତର ସ୍ଥିତିରେ ଥିବା ଜଣେ ଗର୍ଭବତୀ ମହିଳାଙ୍କୁ ନେବା ପାଇଁ ଅନ୍ୟ ବିପଦପୂର୍ଣ୍ଣ ଓ ଦୀର୍ଘ ରାସ୍ତା ଦେଇ ଥୁଆମୂଳ ରାମପୁର ମେଡିକାଲକୁ ନେବାକୁ ପଡ଼ିଥିଲା। ଖବର ପାଇ ଥୁଆମୂଳ ରାମପୁର ପୋଲିସ ଓ ଅଗ୍ନିଶମ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିରାପତ୍ତା ବ୍ୟବସ୍ଥା କଡ଼ାକଡ଼ି କରିଥିଲେ। ପାଣି ନ କମିବା ପର୍ଯ୍ୟନ୍ତ ବିପଜ୍ଜନକ ଭାବେ ଯାତାୟତ ନକରିବାକୁ ପଥଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଜଳସ୍ତର ହ୍ରାସ ପାଇବା ପରେ ଯାତାୟତ ଧୀରେ ଧୀରେ ସ୍ୱାଭାବିକ ହୋଇଥିଲା।

ଏହି ବର୍ଷା ଯୋଗୁଁ ଢୋଲପାସରୁ ମହୁଲପାଟଣା, ଢୋଲପାସ ଗାଡ଼ବେଡା ନଦୀ, ନିକେଶଜୋର ଏବଂ କର୍ଣ୍ଣିବେଲ ନାଗାବଳୀ ନଦୀ ମଧ୍ୟ ଫୁଲିବାରେ ଲାଗିଛି । ବହୁ ସ୍ଥାନରେ ଘର ଭୁଶୁଡ଼ିବା ସହ ଶହ ଶହ ଏକର ଚାଷ ଜମି ଜଳମଗ୍ନ ହୋଇ ବ୍ୟାପକ କ୍ଷତିଗ୍ରସ୍ତ ହୋଇଥିବା ନେଇ ଆଶଙ୍କା ପ୍ରକାଶ ପାଇଛି । କାଶୀପୁର, ଥୁଆମୂଳ ରାମପୁର, ଗୋପୀନାଥପୁର, ଲାଞ୍ଜିଗଡ଼, ଭାଟିଫାସ ଓ ଭବାନୀପାଟଣାକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବାଧାପ୍ରାପ୍ତ ହୋଇଥିବାରୁ ସ୍ଥାନୀୟ ବାସିନ୍ଦା ଏବଂ ନବରଙ୍ଗପୁର ଆଦି ଅଞ୍ଚଳରୁ ଫେରୁଥିବା ଯାତ୍ରୀମାନେ ପ୍ରବଳ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri