କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା ଗ୍ରାମର ଚାଷୀ ତୋଷନ ପ୍ରଧାନୀ, ଧର୍ମେନ୍ଦ୍ର ପ୍ରଧାନୀ, ଚିତ୍ତେଶ୍ୱରୀ ଶବର, ଭଜ ଶବର, କ୍ଷୀରସିନ୍ଧୁ ନେଗି ପ୍ରମୁଖଙ୍କ ଧାନ ପାଣିରେ ବୁଡି ରହିଛି। ଏହାବ୍ୟତୀତ ବ୍ଲକର ୨୨ ପଞ୍ଚାୟତର ଶତାଧିକ ଚାଷୀଙ୍କ ଫସଲ ନଷ୍ଟ ହୋଇଥିବା ଖବର ହସ୍ତଗତ ହୋଇଛି। ବିଭିନ୍ନ ମଣ୍ଡିରେ ବ୍ଲକର ୨୧୦ଜଣ ଚାଷୀଙ୍କ ୮୨୫୧.୯୭ କୁଇଣ୍ଟାଲ ଧାନ ବିକ୍ରି ନ ହୋଇ ପଡି ରହିଥିବା ବେଳେ ଲଗାଣ ବର୍ଷାରେ ଭିଜି ନଷ୍ଟ ହୋଇଥିବା ଜଣାପଡିଛି।

ଅନ୍ୟପଟେ ଅଣ ଜଳସେଚିତ ଜମିରେ ମୁଗ, ବିରି, ସୂର୍ଯ୍ୟମୁଖୀ, ଅଳସୀ, ବିରି, ହରଡ଼, ଶିମ୍ବ ଭଳି ଡାଲିଜାତୀୟ ଫସଲ କ୍ଷତିଗ୍ରସ୍ତ ହୋଇଥିବା ଚାଷୀ ଅଭିଯୋଗ କରିଛନ୍ତି। ବ୍ଲକର ଗମ୍ଭାରୀଗୁଡା, ଟେମରା, ଫୁପଗାଁ, ଚିକିଲି, କର୍ଲାଗୁଡା, ଗୋତମୁଣ୍ଡା, ପାତ୍ରବସା, ଡ଼ହଗାଁ, ସର୍ଗିଗୁଡା ଅଞ୍ଚଳରେ ବ୍ୟାପକ ଭାବେ ପନିପରିବା ଚାଷ ନଷ୍ଟ ହୋଇଥିବା ଦେଖିବାକୁ ମିଳିଛି। ଚାଷୀନେତା ଶିବ ପ୍ରସାଦ ପ୍ରଧାନୀ ଓ କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ ଅଗ୍ରୱାଲ କ୍ଷତିଗ୍ରସ୍ତ ଚାଷଜମି ଓ ବିଭିନ୍ନ ମଣ୍ଡିରେ ଚାଷୀଙ୍କୁ ଭେଟି ଆଲୋଚନା କରିଛନ୍ତି। କ୍ଷତିପୂରଣ ପାଇଁ କୋକସରା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯିବ ବୋଲି ଚାଷୀ ନେତା ପ୍ରଧାନୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

‘ଆମେରିକା-ଭାରତ ମଧ୍ୟରେ ଥିବା ଦୃଢ଼ ସମ୍ପର୍କକୁ ନେଇ ବିଶ୍ୱ ଈର୍ଷା କରୁଛି,’ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା କରି ଆମେରିକୀୟ ରାଷ୍ଟ୍ରଦୂତ କହିଲେ..

ନୂଆଦିଲ୍ଲୀ,୫।୯: ଭାରତରେ ଅବସ୍ଥାପିତ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର୍‌ ଭାରତ ଏବଂ ଆମେରିକା ମଧ୍ୟରେ ସହଭାଗୀତାର ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ସେ ନୂଆଦିଲ୍ଲୀ ଏବଂ ୱାଶିଂଟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri