ରେକର୍ଡ ପରିମାଣରେ ଟିକସ ସଂଗ୍ରହ

ନୂଆଦିଲ୍ଲୀ,୨।୧୧: ଚଳିତ ଆର୍ଥିକ ବର୍ଷର ସପ୍ତମ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ସଂଗ୍ରହ କରାଯାଇଛି ବୋଲି ଶୁକ୍ରବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ,୨୦୨୪-୨୫ ଆର୍ଥିକ ବର୍ଷର ୭ମ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୮୭,୩୪୬ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷ କରି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ଏହା ପ୍ରାୟ ୯% (୮.୯%) ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ଅକ୍ଟୋବରରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧,୭୨ ଲକ୍ଷ କୋଟିଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଅକ୍ଟୋବର ମାସରେ ୮.୯% (୧,୮୭,୩୪୬ କୋଟି)ର ଟିକସ ସଂଗୃହୀତ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୪ ଅକ୍ଟୋବରରେ ମୋଟ ୧,୮୭,୩୪୬ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗ୍ରହ କରାଯାଇଛି। ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ବାବଦରେ ୩୩,୮୨୧କୋଟି ଟଙ୍କା ଆଦାୟ ହୋଇଥିବାବେଳେ ରାଜ୍ୟ ଟିକସ (ଏସ୍‌ଜିଏସ୍‌ଟି) ବାବଦକୁ ୪୧,୮୬୪ କୋଟି ଟଙ୍କା ଆଦାୟ ହୋଇଛି। ସେହିଭଳି ଆଇଜିଏସ୍‌ଟି ବାବଦକୁ ମୋଟ ୯୯,୧୧୧ କୋଟି ଟଙ୍କା ଏବଂ ସେସ୍‌ ବାବଦରେ ୧୨,୫୫୦ କୋଟି ଟଙ୍କା ଟିକସ ଆକାରରେ ସଂଗ୍ରହ କରାଯାଇଛି। ଅପରପକ୍ଷରେ ୨୦୨୪-୨୫ ଆର୍ଥିକ ବର୍ଷର ଏପ୍ରିଲରୁ ଅକ୍ଟୋବର ମଧ୍ୟରେ ମୋଟ ୧୨.୭୪ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗ୍ରହ କରାଯାଇଥିଲାବେଳେ ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ମୋଟ ୧୧.୬୪ ଲକ୍ଷ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗୃହୀତ ହୋଇଥିଲା। ଏପରିକି ବାର୍ଷିକ ଭିତ୍ତିରେ ଚଳିତ ଆର୍ଥିକର ମୋଟ ଟିକସ ସଂଗ୍ରହ ୯.୪% ବୃଦ୍ଧି ହୋଇଛି। ସେହିଭଳି କ୍ରମାଗତ ୭ ମାସ ପାଇଁ ଦେଶର ଜିଏସ୍‌ଟି ସଂଗ୍ରହ ୧.୭ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୨ୟ ଥର ପାଇଁ ୧.୮ ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ଓ୍ବେବ୍‌ସାଇଟରେ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାଫଳ ପ୍ରକାଶିତ: କିଏ କେଉଁ ତାଲିକାରେ ରହିଲେ ଦେଖନ୍ତୁ ପୂରା ଲିଷ୍ଟ…

ପାଟଣା,୬।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ଓ ଅର୍ଥନୈତିକ ଅନଗ୍ରସର ବୃତ୍ତି ପରୀକ୍ଷାଫଳ ୨୦୨୫ ଶୁକ୍ରବାର ପ୍ରକାଶ ପାଇଛି।…

ଜମୁଛି ସ୍କାଉଟ, ଗାଇଡ କ୍ୟାମ୍ପ: ଦ୍ୱିତୀୟ ଦିନରେ ଛାତ୍ରୀଛାତ୍ରଙ୍କୁ ଆକର୍ଷଣ କଲା…

ଦାରିଙ୍ଗବାଡି, ୬ ।୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ୩ ଦିନିଆ ୨୨ତମ ଜିଲାସ୍ତରୀୟ…

ଟପ୍‌ ମାଓବାଦୀ ନେତା ନିଖିଲଙ୍କ ଆତ୍ମସମର୍ପଣ ପରେ ଏମିତି କହିଲେ ଡିଜିପି

ଭୁବନେଶ୍ୱର,୬।୨: ମାଓବାଦୀ ନେତା ନିଖିଲ ଆତ୍ମସମର୍ପଣ କରିଛନ୍ତି। ଓଡ଼ିଶାର ଟପ ମାଓବାଦୀ ନେତା ନିଖିଲ ଓରଫ ନିରଞ୍ଜନ ଆତ୍ମସମର୍ପଣ କରିଥିବା ବେଳେ ତାଙ୍କ ସହ ସ୍ତ୍ରୀ ଇନ୍ଦୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri