ରେକର୍ଡ ପରିମାଣର ଟିକସ ଆଦାୟ

ନୂଆଦିଲ୍ଲୀ,୨।୧ (ଅଭୟ ଦାଶ): ଚଳିତ ଆର୍ଥିକ ବର୍ଷର ଡିସେମ୍ବର ମାସରେ ମଧ୍ୟ ରେକର୍ଡ ପରିମାଣର ଟିକସ ଆଦାୟ କରାଯାଇଛି। ଏପରିକି ପ୍ରତି ଥର ପରି ଚଳିତ ଥର ମଧ୍ୟ ୧,୭୬,୮୫୭ (ପ୍ରାୟ ୧.୭୭ ଲକ୍ଷ କୋଟି ) କୋଟି ଟଙ୍କାର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍‌ସ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ ବା ଜିଏସ୍‌ଟି) ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି ବୋଲି ବୁଧବାର ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ୨୦୨୪-୨୫ ଆର୍ଥିକ ବର୍ଷର ୯ମ ମାସରେ ଦେଶର ଜିଏସ୍‌ଟି ସଂଗ୍ରହ ୧,୭୬, ୮୫୭ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ବିଶେଷ କରି ୨୦୨୩-୨୪ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣଠାରୁ ଏହା ୭.୩% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ଡିସେମ୍ବର ମାସରେ ସଂଗୃହୀତ ଟିକସ ପରିମାଣ ୧,୬୪,୮୮୨ କୋଟିଠାରୁ ୨୦୨୪-୨୫ ଆର୍ଥିକ ବର୍ଷର ଡିସେମ୍ବର ମାସରେ ୧,୭୬,୮୫୭ କୋଟିର ଟିକସ ସଂଗୃହୀତ ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ସେହିଭଳି ଚଳିତ ଆର୍ଥିକ ବର୍ଷର ଡିସେମ୍ବରରେ ମୋଟ ୧,୭୬,୮୫୭ କୋଟି ଟଙ୍କା ଜିଏସ୍‌ଟି ଆକାରରେ ସଂଗ୍ରହ କରାଯାଇଛି। ସେଥିମଧ୍ୟରୁ କେନ୍ଦ୍ରୀୟ ଟିକସ (ସିଜିଏସ୍‌ଟି) ବାବଦରେ ୩୨,୮୩୬କୋଟି ଟଙ୍କା ଆଦାୟ ହୋଇଥିବାବେଳେ ରାଜ୍ୟ ଟିକସ (ଏସ୍‌ଜିଏସ୍‌ଟି) ବାବଦକୁ ୪୦,୪୯୯ କୋଟି ଆଦାୟ ହୋଇଛି। ସେହିପରି ଇଣ୍ଟ୍ରିଗ୍ରେଟେଡ୍‌ ଜିଏସ୍‌ଟି (ଆଇଜିଏସ୍‌ଟି) ବାବଦକୁ ମୋଟ ୯୧,୨୨୧ କୋଟି ଟଙ୍କା ଏବଂ ସେସ୍‌ ବାବଦରେ ୧୨,୩୦୧ କୋଟି ଟଙ୍କା ଟିକସ ଆକାରରେ ସଂଗ୍ରହ କରାଯାଇଛି।
ଅପରପକ୍ଷରେ ଚଳିତ ଆର୍ଥିକ ବର୍ଷର ଡିସେମ୍ବର ମାସରେ ମଧ୍ୟ ଓଡ଼ିଶାରୁ ୪୮୪୧ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଥିଲାବେଳେ ଗତ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ୪୩୫୧ କୋଟି ଟଙ୍କାର ଟିକସ ଆଦାୟ ହୋଇଥିଲା।
ଏପରିକି ଗତ ଆର୍ଥତ୍କ ବର୍ଷର ଡିସେମ୍ବର ମାସରେ ସଂଗ୍ରହ କରାଯାଇଥିବା ଟିକସ ତୁଳନାରେ ଚଳିତ ଆର୍ଥିକ ବର୍ଷର ସମାନ ମାସ ମଧ୍ୟରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧୧% ଅଧିକ ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଉପରେ ନିକ୍ଷେପ କରାଯାଇଥିବା କ୍ଷେପଣାସ୍ତ୍ରରେ ସ୍ପେନିସ ପ୍ରଧାନମନ୍ତ୍ରୀଙ୍କ ଫଟୋ ଲଗାଇଲା ଇରାନ

ତେହରାନ୍‌,୨୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ ଆକର୍ଷଣୀୟ ଘଟଣା ଘଟୁଛି। ଇସ୍ରାଏଲରେ ଲକ୍ଷ୍ୟସ୍ଥଳରେ ନିକ୍ଷେପ କରାଯାଇଥିବା ବାଲିଷ୍ଟିକ କ୍ଷେପଣାସ୍ତ୍ରରେ IRGC…

ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନରେ ଲକ୍ଷାଧିକ ଟଙ୍କା ଦୁର୍ନୀତି: ସ୍ତ୍ରୀ ନାଁରେ ଜିଏସଟି ବିଲ କରି ହେରାଫେରି

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ବାରକୋଟ ବ୍ଲକ ଅନ୍ତର୍ଗତ ସରକାରୀ ଶିଳ୍ପ ତାଲିମ ଅନୁଷ୍ଠାନ (ଆଇଟିଆଇ)ରେ ଲକ୍ଷାଧିକ ଟଙ୍କା ଦୁର୍ନୀତି ହେଇଥିବା ଅଭିଯୋଗ ହୋଇଛି। ଏପରିକି…

ହୁତୁହୁତୁ ଜଳିଗଲା ବସ: ପୁରୀ ବସଷ୍ଟାଣ୍ଡରେ ଅଘଟଣ

ପୁରୀ,୨୩।୩: ବସ୍‌ଷ୍ଟାଣ୍ଡରେ ଅଗ୍ନିକାଣ୍ଡ। ହୁତୁହୁତୁ ଜଳିଗଲା ବସ। ପୁରୀ ବସଷ୍ଟାଣ୍ଡରେ ଏକ ଘରୋଇ ବସରେ ନିଆଁ ଲାଗିଯାଇଥିଲା। ଚାହୁଁ ଚାହୁଁ ଜଳିଯାଇଥିଲା ବସ। ଅଗ୍ନିଶମ ବାହିନୀ ପହଞ୍ଚି…

ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…

ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…

ଅର୍ଦ୍ଧାଧିକ ଦେଶ ସ୍କୁଲରେ ଫୋନ୍‌ ନିଷେଧ କଲେଣି: ୟୁନେସ୍କୋ

ନୂଆଦିଲ୍ଲୀ,୨୩ା୩(ପି.ଟି.): ଶ୍ରେଣୀଗୃହରେ ପିଲାମାନଙ୍କ ଧ୍ୟାନ ହ୍ରାସ ପାଇବା ସହ ଇଣ୍ଟରନେଟ୍‌, ସୋସିଆଲ ମିଡିଆ ଏବଂ ମେସେଜିଂ ଆପ୍‌ ଜରିଆରେ ସେମାନଙ୍କୁ ଡରାଇବା, ଅପମାନିତ କରିବା ଓ ବଦନାମ କରିବା…

ବାଇକକୁ ଧକ୍କା ଦେଲା ବୋଲେରୋ: ଚାଲିଗଲା ୨ ଜଣଙ୍କ ଜୀବନ

ଜୟପୁର,୨୩।୩(ପବନ ପାଣିଗ୍ରାହୀ): ଜୟପୁର ସଦର ଥାନା ଅନ୍ତର୍ଗତ ଥୋଡରିପୁଟ ନିକଟରେ ବାଇକକୁ ଧକ୍କା ଦେଇଛି ଏକ ବୋଲେରୋ ଗାଡି। ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ…

୨ ଗୁଣା ତରଳୁଛି ହିମାଳୟ ଗ୍ଲେସିୟର

କାଠମାଣ୍ଡୁ,୨୩ା୩(ପି.ଟି.): ହିନ୍ଦୁକୁଶ ହିମାଳୟରେ ଥିବା ଗ୍ଲେସିୟର ୨୦୦୦ରୁ ପୂର୍ବାପେକ୍ଷା ୨ ଗୁଣ ହାରରେ ତରଳୁଛି। ୧୯୯୦ରୁ ୨୦୨୦ ମଧ୍ୟରେ ୧୨ ପ୍ରତିଶତ ଅଞ୍ଚଳ ଗ୍ଲେସିୟର ହରାଇଲାଣି ବୋଲି ଆଇସିଆଇଏମ୍‌ଓଡି…

ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍‌: ଆଉ ତା’ପରେ…

କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri