ଋଷିଆ ଇତିହାସରେ ରେକର୍ଡ ବିଜୟ: ୫ମ ଥର ପାଇଁ ରାଷ୍ଟ୍ରପତି ହେଲେ ପୁଟିନ୍‌

ମସ୍କୋ,୧୯।୩: ପୁଣି ପଞ୍ଚମ ଥର ପାଇଁ ଋଷିଆର ରାଷ୍ଟ୍ରପତ ହୋଇଛନ୍ତି ଭ୍ଲାଦିମିର ପୁଟିନ। ନିକଟରେ ହୋଇଥିବା ନିର୍ବାଚନରେ ତାଙ୍କୁ ୮୮ପ୍ରତିଶତ ଭୋଟ ମିଳିଛି । ଏବେ ସେ ଆଗାମୀ ୬ବର୍ଷ ପାଇଁ ଶାସନରେ ରହିବେ । କହି ରଖୁଛୁ କି ଗତ ୨୪ବର୍ଷରେ ପୁଟିନଙ୍କୁ ପରାସ୍ତ କରିବାରେ କେହି ସକ୍ଷମ ହୋଇନାହାନ୍ତି । ୟୁକ୍ରେନ ସହିତ ଯୁଦ୍ଧ, ବିରୋଧୀଙ୍କ ବିରୋଧ ସତ୍ତ୍ୱେ ପୁଟିନଙ୍କ ବିଜୟ ଉପରେ କିଛି ପ୍ରଭାବ ପଡିନାହିଁ ।

ଦୀର୍ଘ ୨୪ବର୍ଷ ହେଲା ଋଷିଆରେ ଶାସନ ଗାଦିରେ ବସିଛନ୍ତି ଭ୍ଲାଦିମର ପୁଟିନ । ପୁଣି ଥରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି । ଋଷିଆର ଇତିହାସରେ ପୁଟିନ ସର୍ବାଧିକ ଭୋଟ ପାଇ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି । ତାଙ୍କୁ ୮୭.୮% ଭୋଟ ମିିଳିଛି। ପୁଟିନଙ୍କ ପ୍ରତିଦ୍ୱନ୍ଦ୍ୱୀ ନିକୋଲେ ଖାରିତୋନୋଭ ମାତ୍ର ୪% ଭୋଟ ପାଇଛନ୍ତି।

ଭ୍ଲାଦିମିର ପୁଟିନଙ୍କୁ ୭୧ବର୍ଷ ବୟସ । ଏହି ବିଜୟ ସହିତ ସେ ୨୦୩୦ ପର୍ଯ୍ୟନ୍ତ ରାଷ୍ଟ୍ରପତି ରହିବେ । ଦେଶର ୨ଶହ ବର୍ଷର ଇତିହାସରେ ସେ ସର୍ବାଧିକ କାଳ କ୍ଷମତାରେ ରହି ଯୋଶେଫ ଷ୍ଟାଲିନଙ୍କ ରେକର୍ଡ ଭଙ୍ଗ କରିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri