ସୁସ୍ଥ ହାର ୬୨.୯୩%କୁ ବୃଦ୍ଧି

ନୂଆଦିଲ୍ଲୀ,୧୩।୭: ଉଦ୍‌ବେଗଜନକ ସ୍ଥିତିରେ ପହଞ୍ଚିଛି କରୋନା ପ୍ରକୋପ। ଶନିବାର ୨୮ ହଜାର ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ରବିବାର ରାତି ସୁଦ୍ଧା ୨୦ ହଜାର ମାମଲା ନଜରକୁ ଆସିଛି। ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮.୭୦ ଲକ୍ଷରେ ପହଞ୍ଚିଥିବାବେଳେ ୨୨,୯୮୦ ମୁଣ୍ଡ ଗଡ଼ିଲାଣି। କେନ୍ଦ୍ର, ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ସମନ୍ବୟ ରକ୍ଷା କରାଯାଇ ରୋଗୀଙ୍କୁ ସୁସ୍ଥକରିବା ଲାଗି ପ୍ରୟାସ ଜାରି ରହିଛି। ଏବେ ସୁସ୍ଥହାର ୬୨.୯୩% ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ୫ ଲକ୍ଷ ୪୬ ହଜାର ଲୋକ ସୁସ୍ଥହୋଇ ଘରକୁ ଫେରିଛନ୍ତି। ତେବେ ଆକ୍ଟିଭ୍‌ ମାମଲା ୨.୯୭ ଲକ୍ଷ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ୨୦ ହଜାର ଲୋକ ସୁସ୍ଥ ହୋଇଥିବା ଜଣାପଡ଼ିଛି।
ଭାରତରେ ଏବେ ୧,୩୭୦ କୋଭିଡ୍‌ ହସ୍ପିଟାଲ, ୩,୦୬୨ କୋଭିଡ୍‌ ହେଲ୍‌ଥସେଣ୍ଟର ଓ ୧୦,୩୩୪ କୋଭିଡ୍‌ କେୟାର ସେଣ୍ଟର୍‌ରେ ରୋଗୀଙ୍କୁ ଚିକିତ୍ସା ଚାଲିଛି। କେନ୍ଦ୍ର ସରକାରଙ୍କ ପକ୍ଷରୁ ୧୨୨.୩୬ ଲକ୍ଷ ପିପିଇ କିଟ୍ସ, ୨୨୩.୩୩ ଲକ୍ଷ ଏନ୍‌୯୫ ମାସ୍କ ଏବଂ ୨୧,୬୮୫ ଭେଣ୍ଟିଲେଟର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ଯୋଗାଇ ଦିଆଯାଇଛି। ବିଭିନ୍ନ ସ୍ଥାନରେ ଯୁଦ୍ଧକାଳୀନ ଭିତ୍ତିରେ କରୋନା ଟେଷ୍ଟ କରାଯାଉଛି। ପ୍ରାୟ ୧କୋଟି ୧୫ ଲକ୍ଷରୁ ଅଧିକ ପରୀକ୍ଷା ସରିଲାଣି।
କେବଳ ମହାରାଷ୍ଟ୍ରରେ ୨.୫୫ ଲକ୍ଷ ଲୋକ ଆକ୍ରାନ୍ତ ହୋଇଥିବାବେଳେ ୧୦,୨୮୯ ଜଣଙ୍କ ଜୀବନ ଗଲାଣି। ତାମିଲନାଡ଼ୁ ଓ ଦିଲ୍ଲୀରେ ଯଥାକ୍ରମେ ୧.୩୪ ଲକ୍ଷ ଓ ୧.୧୨ ଲକ୍ଷ ଭୂତାଣୁ ଆକ୍ରାନ୍ତ ଥିବାବେଳେ ମୋଟ ୫,୨୦୦ ଲୋକଙ୍କ ଜୀବନ ଗଲାଣି। ଅନ୍ୟ ରାଜ୍ୟଗୁଡ଼ିକରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସଫଳ ଔଷଧ ବାହାରି ନ ଥିବାବେଳେ ପ୍ରବାସୀଙ୍କ ଆଗମନ ଚିନ୍ତା ବଢ଼ାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri