ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ, ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…

ନୂଆଦିଲ୍ଲୀ, ୯।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୦୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୭ ଶହ ଉପରେ ରହିଛି। ଏହା ୧ ହଜାର ୭୮୧ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୧ ହଜାର ୭୮୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୧୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୭୪୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୧ ହଜାର ୨୧୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ବଢୁଛି ମହିଳାଙ୍କ ବିରୋଧରେ ଅପରାଧ: ଦେଢ଼ ବର୍ଷରେ ୪୦ ହଜାରରୁ ଊର୍ଦ୍ଧ୍ବ ମାମଲା

ଭୁବନେଶ୍ୱର,୮।୧୨: ଓଡ଼ିଶାରେ ମହିଳାମାନଙ୍କ ବିରୋଧରେ ହେଉଥିବା ଅପରାଧ ସାଙ୍ଘାତିକ ଚିନ୍ତାର ବିଷୟ ପାଲଟିଛି। ରାଜ୍ୟ ବିଧାନସଭାରେ ଉପସ୍ଥାପିତ ତଥ୍ୟ ଅନୁଯାୟୀ, ଗତ ମାତ୍ର ଦେଢ଼ ବର୍ଷ...

‘ନେତାଜୀ-ଟାଗୋରଙ୍କୁ ସମ୍ମାନ ଦେଇ ଜାଣି ନାହାଁନ୍ତି…’, ବନ୍ଦେ ମାତରମ ଆଲୋଚନାକୁ ନେଇ ଭାଜପା ଉପରେ ଖପ୍ପା ହେଲେ ମମତା

କୋଲକାତା,୮।୧୨: ସଂସଦରେ ବନ୍ଦେ ମାତରମ ଉପରେ ଉଷ୍ମ ବିତର୍କ ମଧ୍ୟରେ, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ କାଠଗଡ଼ାରେ ଠିଆ କରିଥିଲେ। କୋଲକାତାରେ ଏକ...

ଜାଣିଶୁଣି କରାଯାଇଥିଲା କି ଇଣ୍ଡିଗୋ ସଙ୍କଟ? ସରକାର ଜାରି କଲେ ନୋଟିସ, ଯାଞ୍ଚ ଆରମ୍ଭ

ନୂଆଦିଲ୍ଲୀ,୮।୧୨: ସରକାର ନୂତନ ଫ୍ଲାଇଟ ଡ୍ୟୁଟି ସମୟ ସୀମା (FDTL) ନିୟମ କାର୍ଯ୍ୟକାରୀ କରିବାରେ ଇଣ୍ଡିଗୋର ଅଭିଯୋଗ ଅବହେଳାର ତଦନ୍ତ କରିବେ। ଅଭିଯୋଗ ହୋଇଛି ଯେ...

ଶୀତରେ ଥରୁଛି ଜି.ଉଦୟଗିରି: ଜନଜୀବନ ଅସ୍ତବ୍ୟସ୍ତ

ଜି.ଉଦୟଗିରି,୮।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ସାରା ରାଜ୍ୟରେ ହାଡ଼ଭଙ୍ଗା ଶୀତ ଜାରି ରହିଥିବାବେଳେ ଥଣ୍ଡା ଶୁଷ୍କ ବାୟୁ ପ୍ରଭାବରେ ୧୨ ଯାଏ ଶୀତ ଲହରୀ ଜାରି...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

ସାରା ରାଜ୍ୟକୁ ଥରାଉଛି ଶୀତ, ଜି.ଉଦୟଗିରି ସବୁଠୁ ଥଣ୍ଡା, ତାପମାତ୍ରା ରହିଛି…

ଭୁବନେଶ୍ୱର,୮ା୧୨: ରାଜ୍ୟରେ କିଛିଦିନ ହେବ ଶୀତ ଲହରି ଜାରି ରହିଛି। କନ୍ଧମାଳ ଜିଲାର ସବୁଜ ସୁନ୍ଦର ପାହାଡ଼ ପର୍ବତ ଘେରା ଜି.ଉଦୟଗିରି ଅଞ୍ଚଳ ରାଜ୍ୟର ସବୁଠାରୁ କମ୍‌...

ଟେନିସ ଖେଳାଳିଙ୍କ ସହ ନଜର ଆସିଲେ ଯୁବରାଜ, ହରଭଜନ କହିଲେ…

ନୂଆଦିଲ୍ଲୀ,୮।୧୨: ଟିମ ଇଣ୍ଡିଆର କିମ୍ବଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂହଙ୍କ ଏକ ଫଟୋସୁଟ ସୋସିଆଲ ମିଡିଆରେ ହଇଚଇ ସୃଷ୍ଟି କରିଛି। ଏଥିରେ ସେ ଜଣେ ବିଦେଶୀ ମହିଳାଙ୍କ...

କୃତ୍ରିମ ଉପଗ୍ରହର ବହୁଳତା

ପୃଥିବୀର ଏକମାତ୍ର ପ୍ରାକୃତିକ ଉପଗ୍ରହ ହେଉଛି ଚନ୍ଦ୍ର। କିନ୍ତୁ ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରୁ ଅନେକ କୃତ୍ରିମ ଉପଗ୍ରହ ପୃଥିବୀ କକ୍ଷରେ ଏହାକୁ ପରିକ୍ରମଣ କରୁଛି। ରୁଷିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri