ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ, ଦୈନିକ ସଂକ୍ରମଣ ହାର ୦.୧୧ ପ୍ରତିଶତ…

ନୂଆଦିଲ୍ଲୀ, ୯।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ପୁଣି ବଢ଼ି ଶହେ ଉପରେ ରହିଛି। ଏହା ୧୦୮ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୯୬ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୧ ଥିଲା। ଏହି ସମୟରେ ସକ୍ରିୟ ମାମଲା ୧୭ ଶହ ଉପରେ ରହିଛି। ଏହା ୧ ହଜାର ୭୮୧ ରେ ପହଞ୍ଚିଛି। ଗୋଟିଏ ଦିନତଳେ ଏହା ୧ ହଜାର ୭୮୫ ଥିଲା। ସେହିପରି ୨୪ ଘଣ୍ଟାରେ ୧୧୧ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୮୧ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୮ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୩ ହଜାର ୭୪୮ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୧ ହଜାର ୨୧୯ ଜଣ ସୁସ୍ଥ ହୋଇ ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri