ସୁସ୍ଥତା ହାର ବଢ଼ିଲା…

ନୂଆଦିଲ୍ଲୀ, ୨୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୪ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ ଶହ ତଳେ ରହିଛି। ଏହା କମି ୧୧୦ ରହିଛି। ଗୋଟିଏ ଦିନ ତଳେ ଏହା ୧୩୩ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ଶୂନ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୩ ହଜାର ୪୯୦ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୩ ହଜାର ୫୫୯ ଥିଲା। ସେହିପରି ୨୪ ଘଣ୍ଟାରେ ୧୭୮ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୨୬ ଥିଲା। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୬୭୭ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୬ ହଜାର ୧୯୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୨ ହଜାର ୩୨ ଜଣ ସୁସ୍ଥ ହୋଇ ସାରିଛନ୍ତି।

Share