ସୁସ୍ଥତା ହାର ୯୮.୨୦ ପ୍ରତିଶତ…

ନୂଆଦିଲ୍ଲୀ,୩୧।୧୦: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ଦିନେ କମିଲେ ପୁଣି ବଢୁଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨ ହଜାର ୮୩୦ ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ ଦେଶରେ କରୋନାରେ ୪୪୬ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।  ସେହିପରି ଏହି ସମୟ ମଧ୍ୟରେ ୧୪ ହଜାର ୬୬୭ ଜଣ ସୁସ୍ଥ ହୋଇଛନ୍ତି।

ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୮.୨୦ ପ୍ରତିଶତ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା ୧ ଲକ୍ଷ ୫୯ ହଜାର ୨୭୨ ରହିଛି। ୨୪୭ ଦିନ ପରେ ଏହା ସର୍ବନିମ୍ନ ଅଛି। ସାପ୍ତାହିକ ପଜିଟିଭ୍‌ ହାର ୧ ପ୍ରତିଶତରୁ କମ୍‌ ରହିଛି। ଦୈନିକ ପଜିଟିଭିଟି ହାର ୧.୧୩ ପ୍ରତିଶତ ରହିଛି। ସକ୍ରିୟ ମାମଲା ୦.୪୬ ପ୍ରତିଶତରେ ପହଞ୍ଚିଛି। ୨୦୨୦ ମାର୍ଚ୍ଚ ପରେ ଏହା ସର୍ବନିମ୍ନସ୍ତରରେ ପହଞ୍ଚିଛି।

ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୧୮୬ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୩ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୧୦୬ କୋଟି ୧୪ ଲକ୍ଷ ୪୦ ହଜାର ୩୩୫ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ ଜଣ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।

ଗତ ୨୪ ଘଣ୍ଟାରେ ୧୧ ଲକ୍ଷ ୩୫ ହଜାର ୧୪୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୩୬ ଲକ୍ଷ ୫୫ ହଜାର ୮୪୨ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି। ସେହିପରି ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୭୩ ହଜାର ୩୦୦ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କେରଳରେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କେରଳରେ ଗତ ୨୪ ଘଣ୍ଟାରେ ୭,୪୨୭ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ ହୋଇଛନ୍ତି। ସେହିପରି ୬୨ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

ତ୍ରିରଙ୍ଗା ଉଡ଼ାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ମୋଦିଙ୍କ ହାତରେ ଦେଶ ଆଜି ସୁରକ୍ଷିତ

ଭୁବନେଶ୍ୱର,୧୫।୮: ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜାତୀୟ ପତାକା ଉତ୍ତୋଳନ କକରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ…

ସେମିକଣ୍ଡକ୍ଟର, ପରମାଣୁ ଶକ୍ତି, ଭୋକାଲ ଫର୍‌ ଲୋକାଲ… ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣର ୧୦ଟି ବଡ଼ କଥା

ନୂଆଦିଲ୍ଲୀ,୧୫।୮: ଆଜି ଦେଶ ସ୍ବାଧୀନତାର ୮୦ ବର୍ଷ ପୂରଣ କରୁଛି। ଅଗଷ୍ଟ ୧୫ ଅବସରରେ, ପ୍ରଧାନମନ୍ତ୍ରୀ ମୋଦି ଲଗାତାର 13 ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ…

Video: ଇଣ୍ଡୋନେସିଆରେ ଭୂକମ୍ପର ଶକ୍ତ ଝଟକା, ସୁନାମି ଆଲର୍ଟ

ଜାକର୍ତ୍ତା,୧୫।୮: ଶନିବାର ସକାଳେ ଇଣ୍ଡୋନେସିଆର ପୂର୍ବ ଭାଗରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଫ୍ଲୋରେସ ଦ୍ୱୀପ ନିକଟରେ ୭.୭ ତୀବ୍ରତାର ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି…

ସରକାରୀ ପୋଲ ପୋତି ଦେବାରୁ ରାସ୍ତାରେ ଜମୁଛି ପାଣି: ବିପଦ ଆଶଙ୍କା

କେସିଙ୍ଗା, ୧୫/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ତାଲଭଅଁରା ସାହାଜପାଟି ଗ୍ରାମ ନିକଟ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କରେ ଥିବା ସରକାରୀ ପୋଲକୁ ମାଟି ପକାଇ…

ପତାକା ଉତ୍ତୋଳନ ପାଇଁ ଲୁହା ପାଇପ୍‌ ଆଣୁଥିଲେ ଶିକ୍ଷକ, ବାଜିଲା ବିଦ୍ୟୁତ ତାର: ଆଉ ତା’ପରେ ଘଟିଲା…

ସିମୁଳିଆ, ୧୫।୮(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ ମଇତାପୁର ଅଞ୍ଚଳରେ ପ୍ରତିଷ୍ଠିତ ରୟାଲ ହାଇସ୍କୁଲ ଓ ରୟାଲ ପବ୍ଲିକ ସ୍କୁଲ ନାମକ ଏକ ଘରୋଇ…

Gen Zଙ୍କ ସହ Gen Alphaଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି, ମାଗଣାରେ ମିଳିବ…

ନୂଆଦିଲ୍ଲୀ,୧୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ Gen Z ଏବଂ Gen Alphaଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ…

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri