ସୁସ୍ଥତା ହାର ୯୮.୮୦ ପ୍ରତିଶତ, ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୮।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ମାମଲା ବଢ଼ିଛି। ଲଗାତାର ଦୁଇ ଦିନ ଧରି ଦୈନିକ ସଂକ୍ରମଣ ବୃଦ୍ଧି ପାଇବା ପରେ ପୁଣି କମିଛି। ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୨ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୨ଶହ ତଳେ ରହିଛି। ଏହା ୧୬୧ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୨୧୨ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୨ ହଜାର ୪୨୩ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ହଜାର ୫୦୯ ଥିଲା। ସେହିପରି ୨୪ ଘଣ୍ଟାରେ ୨୪୭ ଜଣ ସୁସ୍ଥ ହୋଇଛନ୍ତି। ଗୋଟିଏ ଦିନ ତଳେ ଏହା ୨୦୪ ଥିଲା।

ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।

ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୨୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୭୯ ହଜାର ୯୨୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୬ ହଜାର ୭୮୧ଜଣ ସୁସ୍ଥ ହୋଇ ସାରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ଗଣମାଧ୍ୟମରେ ଓଡ଼ିଶାକୁ ନେଇ ମୋଦିଙ୍କ ବଡ଼ ବୟାନ, କହିଲେ ଏଥର…

ଭୁବନେଶ୍ୱର, ୧୦।୫: ପ୍ରଧାନମନ୍ତ୍ରୀ ମୋଦିଙ୍କ ବଡ଼ ବୟାନ।

କେଜରିଓ୍ବାଲଙ୍କୁ ଜାମିନ ମିଳିବା ନେଇ ଶାହାଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ମିଳିଛି ଜାମିନ। ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ କେଜରିଓ୍ବାଲଙ୍କୁ ସୁପ୍ରିମକୋର୍ଟରୁ ଆନ୍ତରୀଣ ଜାମିନ ମିଳିଛି। ତେବେ ଏହାକୁ ନେଇ...

ଜେଲ୍‌ରୁ ବାହାରିବା ପରେ କେଜରିଓ୍ବାଲଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ଅବକାରୀ ଦୂର୍ନୀତି ମାମଲାରେ ଦିଲ୍ଲୀ ସିଏମ ଅରବିନ୍ଦ କେଜରିୱାଲଙ୍କୁ ଶେଷରେ ଜାମିନ ମିଳିଛି। ତାଙ୍କୁ ଜୁନ ୨ ପର୍ଯ୍ୟନ୍ତ ସୁପ୍ରିମକୋର୍ଟ ମଧ୍ୟବର୍ତ୍ତୀକାଳୀନ ଜାମିନ...

ବ୍ରିଜଭୂଷଣ ସିଂହଙ୍କୁ ଝଟ୍‌କା, ଚାର୍ଜଫ୍ରେମ କଲେ କୋର୍ଟ

ନୂଆଦିଲ୍ଲୀ,୧୦।୫: ବଢିଲା ବିଜେପି ଭାଜପା ଏମପି ତଥା କୁସ୍ତି ମହାସଂଘର ପୂର୍ବତନ ସଭାପତି ବ୍ରିଜଭୂଷଣ ଶରଣ ସିଂହଙ୍କ ଅଡୁଆ। ଶୁକ୍ରବାର ଯୌନ ନିର୍ଯାତନା ମାମଲାରେ ଦିଲ୍ଲୀର...

ଛତିଶଗଡରେ ବଡ଼ ଏନକାଉଣ୍ଟର, ୮ ମାଓବାଦୀ ନିହତ

ବିଜାପୁର,୧୦।୫: ଛତିଶଗଡ ବିଜାପୁରରେ ବଡ଼ ଏନକାଉଣ୍ଟର । ଯବାନଙ୍କ ଗୁଳିରେ ନିହତ ହୋଇଛନ୍ତି ୮ ମାଓବାଦୀ । ଦାର୍ଘ ୧୧ଘଣ୍ଟା ଧରି ଏହି ଏନକାଉଣ୍ଟର ଚାଲିଥିଲା...

ପ୍ରଧାନମନ୍ତ୍ରୀଙ୍କୁ ଜିତାଇବା ଲାଗି ମୋଦି-ଯୋଗୀଙ୍କ ନାମର ମେହେନ୍ଦୀ ଲଗାଇଲେ ମୁସଲମାନ ମହିଳା, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୫: ଲୋକ ସଭା ନିର୍ବାଚନ ୨୦୨୪ର ୩ ପର୍ଯ୍ୟାୟ ଶେଷ ହୋଇଛି। ଏସବୁ ମଧ୍ୟରେ ଚତୁର୍ଥ ପର୍ଯ୍ୟାୟକୁ ନେଇ ଦଳଗୁଡ଼ିକ ପକ୍ଷରୁ ଜୋରଦାର ନିର୍ବାଚନୀ ପ୍ରଚାର...

ସଚିବାଳୟ, ମୁଖ୍ୟମନ୍ତ୍ରୀଙ୍କ ଅଫିସ ଯାଇପାରିବେନି କେଜରିଓ୍ବାଲ, ରହିଛି ଅନେକ ସର୍ତ୍ତ

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିବା ସହିତ ସୁପ୍ରିମକୋର୍ଟ ଅନେକ କଡା ସର୍ତ୍ତ ରଖିଛନ୍ତି। କେଜରିୱାଲଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ...

ପୋଟଳି ନେଇ କଲେକ୍ଟରଙ୍କ ଅଫିସ ପହଞ୍ଚିଲେ ବିଧାୟକ, ଖୋଲିବା ପରେ ସମସ୍ତେ ହେଲେ ଆଶ୍ଚର୍ଯ୍ୟ

ବାରାଣସୀ,୧୦।୫: ବାରାଣାସୀ ଲୋକ ସଭା ଆସନରେ ଏକ ଅଜବ ଚିତ୍ର ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ସ୍ବାଧୀନ ପ୍ରାର୍ଥୀ କଏନ ନେଇ ନାମାଙ୍କନ ଫର୍ମ ଫି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri