ସୁସ୍ଥତା ହାର ୯୮.୮୦ ପ୍ରତିଶତ, ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ ପରାମର୍ଶ…

ନୂଆଦିଲ୍ଲୀ, ୨୧।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମି ବଢ଼ି ୧୫୦ ତଳେ ରହିଛି। ଏହା ୧୩୦ ଛୁଇଁଛି। ଗୋଟିଏ ଦିନ ତଳେ ଏହା ୧୪୫ ଥିଲା। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧ ରେ ପହଞ୍ଚିଛି। ଗୋଟିଏ ଦିନ ତଳେ ଏହା ୨ ଥିଲା। ଏହି ସମୟରେ ସକ୍ରିୟ ମାମଲା କମି ୧ ହଜାର ୯୪୦ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୧୩୫ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୩୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୧ ହଜାର ୭୮୧ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୪୯ ହଜାର ୧୧୧ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁଯାୟ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୧୦ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଚାଇନାରେ ଆତଙ୍କ ସୃଷ୍ଟି କରିଥିବା ବିଏଫ୍‌.୭ ଭାରିଆଣ୍ଟ ନେଇ ସତର୍କ ରହିବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି। ତେବେ ଭାରତରେ ସଂକ୍ରମଣ ହେବାର କୌଣସି ଆଶଙ୍କା ନ ଥିବା ବିଶେଷଜ୍ଞ ମତପୋଷଣ କରିଛନ୍ତି। ମାସ୍କ ପିନ୍ଧିବା ଅଧିକରୁ ଅଧିକ ନମୁନା ପରୀକ୍ଷା କରିବା ଏବଂ ଟିକାକରଣକୁ ବଢ଼ାଇବା ପାଇଁ ସରକାରଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସରକାରଙ୍କ ପକ୍ଷରୁ ସ୍ଥିତି ଉପରେ ତୀକ୍ଷ୍‌ଣ ନଜର ରଖାଯାଇଛି। ଦୈନିକ ସଂକ୍ରମଣ-ସକ୍ରିୟ ମାମଲାକୁ ନେଇ ସରକାର ଚିନ୍ତାରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri