Posted inଜାତୀୟ

ସୁସ୍ଥତା ହାର ୯୮.୮୧ ପ୍ରତିଶତ, ଶହେ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୧: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା କମିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦ୍ୱାରା ଜାରି ପ୍ରେସ ବିଜ୍ଞପ୍ତି ଅନୁସାରେ ଦେଶରେ ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୧ ପ୍ରତିଶତ ରହିଛି। ସେହିପରି ସକ୍ରିୟ ମାମଲା ୦.୦୧ ପ୍ରତିଶତ ରହିଛି। ଦୈନିକ ସଂକ୍ରମଣ ୦.୧୧ ପ୍ରତିଶତ ଏବଂ ସାପ୍ତାହିକ ସଂକ୍ରମଣ ୦.୮ ପ୍ରତିଶତ ରହିଛି। ଅପରପକ୍ଷରେ ମୃତ୍ୟୁ ହାର କମି ୧.୧୯ ପ୍ରତିଶତରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଶହେ ତଳେ ରହିଛି। ଏହା ୮୦ ଛୁଇଁଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ଶୂନରେ ପହଞ୍ଚିଛି। ଏହି ସମୟରେ ସକ୍ରିୟ ମାମଲା ୨ ହଜାର ତଳେ ରହିଛି। ଏହା ୧ ହଜାର ୮୪୮ ରେ ପହଞ୍ଚିଛି। ସେହିପରି ୨୪ ଘଣ୍ଟାରେ ୭୪ ଜଣ ସୁସ୍ଥ ହୋଇଛନ୍ତି। ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୩୦ ହଜାର ୭୪୦ ଛୁଇଁଛି। ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୪୬ ଲକ୍ଷ ୮୨ ହଜାର ୭୧୯ ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୪୧ ଲକ୍ଷ ୫୦ ହଜାର ୧୩୧ ଜଣ ସୁସ୍ଥ ହୋଇ ସାରିଛନ୍ତି।
ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ ସୁସ୍ଥତା ହାରରେ ମଧ୍ୟ ଉନ୍ନତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri