ସୁସ୍ଥ ହେବା ହାର ୯୭.୧୮ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୭।୭: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛିରେ ଲଗାମ୍‌ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ୨ଦିନ ଧରି ୪୦ ହଜାର ତଳେ ରହିବା ପରେ ଏହା ପୁଣି ବଢ଼ିଛି। ମଙ୍ଗଳବାର ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ହଜାର ୭୦୩ ଥିବାବେଳେ କରୋନାରେ ୫୫୩ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୩ ହଜାର ୭୩୩ ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୯୩୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୪୭ ହଜାର ୨୪୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ବଢ଼ିବାରେ ଲାଗିଛି। ଏହା ୯୭.୧୮ ପ୍ରତିଶତ ଛୁଇଁଛି। ଅପରପକ୍ଷରେ ୪ ଲକ୍ଷ ୫୯ ହଜାର ୯୨୦ ଜଣ ଚିକିତ୍ସିତ ହେଉଛନ୍ତି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୪ ହଜାର ୨୧୧ ଛୁଇଁଛି। ବର୍ତ୍ତମାନ ସୁଦ୍ଧା ୩୬ କୋଟି ୧୩ ଲକ୍ଷ ୨୩ ହଜାର ୫୪୮ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି। ଅପରପକ୍ଷରେ ଇତିମଧ୍ୟରେ ୪୨ କୋଟି ୩୩ ଲକ୍ଷ ୩୨ ହଜାର ୯୭ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

ରାତିରେ ହେଲା ସ୍ବାମୀ-ସ୍ତ୍ରୀ ପାଟିତୁଣ୍ଡ: ସକାଳୁ ମିଳିଲା…

ଲାଞ୍ଜିଗଡ, ୩୧।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ ଥାନା ଅନ୍ତର୍ଗତ ଭାଟଗୁଡ଼ା ଗ୍ରାମରେ ଏକ ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବାବେଳେ ମୃତ୍ୟୁର…

ଝିଆରୀଙ୍କୁ ଲିଫ୍ଟ ଦେଇ ବଳାତ୍କାର ଉଦ୍ୟମ କଲେ ଦାଦା: ବାନ୍ଧିଲା ପୋଲିସ

ପାଟଣା,୩୧।୮(ବୀର କିଶୋର ଦାଶ): ଯୁକ୍ତ୨ ପଢୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ସମ୍ପର୍କୀୟ ଦାଦା ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। ସୋମବାର ପାଟଣା ପୋଲିସ ଦାଦାଙ୍କୁ…

ପୁଟିନ- ମୋଦିଙ୍କ ମଧ୍ୟରେ ବୈଠକ: ଆଲୋଚନା ଭିତରେ ଆସିଲା ବଡ଼ ଖବର

ନୂଆଦିଲ୍ଲୀ, ୩୧।୮: ଦୁଇ ଦିନିଆ କିର୍ଗିଜସ୍ତାନ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶକେକ୍‌ରେ ପହଞ୍ଚିବା ପରେ ସୋମବାର ସାଂଘାଇ ସହଯୋଗ ସଂଗଠନ (SCO) ବୈଠକରେ ଯୋଗଦେଇଛନ୍ତି।…

ଭଞ୍ଜନଗର ସହରର ବିକାଶ ଉପରେ ଗୁରୁତ୍ୱ: ବିଧାୟକ କହିଲେ, ମିଳିତ ପ୍ରୟାସ ଆବଶ୍ୟକ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ଭଞ୍ଜନଗର ମ୍ୟୁନିସିପାଲିଟି ପକ୍ଷରୁ ସୋମବାର ସ୍ବାୟତ୍ତ ଶାସନ ଦିବସ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହୋଇଛି। ଏହି ଅବସରରେ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ…

ପ୍ରକାଶ ପାଇଲା ଚିଠା ଭୋଟର ତାଲିକା: ଦିଲ୍ଲୀରେ ବାଦ୍‌ ପଡିଛନ୍ତି ୪୭ ଲକ୍ଷରୁ ଊର୍ଦ୍ଧ୍ୱ ଭୋଟର

ନୂଆଦିଲ୍ଲୀ,୩୧ା୮: ଦିଲ୍ଲୀରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଚିଠା ଭୋଟର ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ଦିଲ୍ଲୀର ମୋଟ ୧.୪୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri