ସୁସ୍ଥତା ହାର ୯୭.୪୦ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଲଗାତାର ୩ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ଲଗାତାର ୨ ଦିନ ଧରି ୫ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏହି ସମୟ ମଧ୍ୟରେ ୩୫ ହଜାର ୪୯୯ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୪୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୬୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ୪ ଲକ୍ଷ ୨ ହଜାର ୧୮୮ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୬ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୩୦୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ କୋଟି ୮୬ ଲକ୍ଷ ୬୪ ହଜାର ୭୫୯ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୮ କୋଟି ୧୭ ଲକ୍ଷ ୬୭ ହଜାର ୨୩୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୭୧ ହଜାର ୮୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୧ ଲକ୍ଷ ୩୯ ହଜାର ୪୫୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା ଗାନ୍ଧୀଙ୍କ ବୋହୂ ଅଭିଭାଙ୍କ ସମ୍ପତ୍ତି କେତେ? ଏମିତି କରନ୍ତି ମୋଟା ଅଙ୍କର ରୋଜଗାର

ନୂଆଦିଲ୍ଲୀ,୩୦।୧୨: ଦେଶର ପ୍ରମୁଖ ରାଜନୈତିକ ପରିବାର ମଧ୍ୟରୁ ଗୋଟିଏ ଗାନ୍ଧୀ-ଭଦ୍ରା ପରିବାର ଖୁବ ଶୀଘ୍ର ବିବାହ ଘୋଷଣା କରିବାକୁ ଯାଉଛନ୍ତି। ପ୍ରସ୍ତୁତି ଚାଲିଛି, ଏବଂ ବିବାହ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Bank Holiday: ଜାନୁଆରୀରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ, ଚେକ୍ କରନ୍ତୁ ଲିଷ୍ଟ

ନୂଆଦିଲ୍ଲୀ,୩୦।୧୨: ଯଦି ଆପଣଙ୍କର ନୂତନ ବର୍ଷରେ ବ୍ୟାଙ୍କିଂ କାମ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ବହୁତ ଗୁରୁତ୍ୱପୂର୍ଣ୍ଣ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)...

ବଡ଼ ଭବିଷ୍ୟବାଣୀ କଲେ ଶାହା: ‘୨୦୨୬ରେ ପଶ୍ଚିମବଙ୍ଗରେ ବିପୁଳ ବହୁମତ ସହିତ ସରକାର ଗଢିବ ଭାଜପା’

ନୂଆଦିଲ୍ଲୀ,୩୦।୧୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଲକାତାରେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏହି ସମୟରେସେ କହିଛନ୍ତି ଯେ ଏହି ଦିନଟି ସମସ୍ତ ଭାରତୀୟଙ୍କ...

8th Pay Commission: କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ବଡ଼ ଖବର: ଜାନୁଆରୀ ୧ରୁ ବୃଦ୍ଧି ପାଇବ ଦରମା, ପେନସନ! ଜାଣନ୍ତୁ ଅପଡେଟ୍‌

ନୂଆଦିଲ୍ଲୀ,୩୦।୧୨: ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ଏହି ସପ୍ତାହ ୨୦୨୬ର ଆରମ୍ଭ। ଏହି ବର୍ଷ ଅନେକ ଦିଗରେ ଅନେକ ପରିବର୍ତ୍ତନ ଆଣିଛି। କେନ୍ଦ୍ର ସରକାରୀ...

ପେଟ୍ରୋଲ ପମ୍ପ ସ୍ଥାନରେ ଧାନ ଚାଷ: ସାଟେଲାଇଟ ସର୍ଭେରେ ଧରାପଡିଲା ଗୁମର

ଛତ୍ରପୁର,୩୦।୧୨(ଦିଲ୍ଲୀପ ସାମଲ): ପେଟ୍ରୋଲ ପମ୍ପ ଅଛି, କିନ୍ତୁ ଧାନ ଚାଷ ହୋଇଥିବା ନେଇ ଚାଷୀ କରିଛି ପଞ୍ଜିକରଣ। ଶେଷରେ ରାଜ୍ୟ ସରକାରଙ୍କ ଓଡିଶା ରାଜ୍ୟ କମ୍ପ୍ୟୁଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri