ସୁସ୍ଥତା ହାର ୯୭.୪୦ ପ୍ରତିଶତ ଛୁଇଁଲା…

ନୂଆଦିଲ୍ଲୀ,୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ସଂକ୍ରମଣ ବଢୁଥିବାରୁ ତୃତୀୟ ଲହର ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। ଦେଶର କେତେକ ଅଞ୍ଚଳରେ ଅନ୍‌ଲକ୍‌ ଯୋଗୁ ଲୋକଙ୍କ ଭିଡ଼ ବଢ଼ିବାରେ ଲାଗିଛି। କରୋନା ମାର୍ଗଦର୍ଶିକା ପାଳନ ନ କରାଯାଉଥିବାରୁ ସଂକ୍ରମଣ ବୃଦ୍ଧି ପାଉଛି। ଲଗାତାର ୩ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ ରହିଛି। ସେହିପରି ଦୈନିକ ମୃତ୍ୟୁ ସଂଖ୍ୟା ଲଗାତାର ୨ ଦିନ ଧରି ୫ ଶହ ତଳେ ରହିଛି। ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏହି ସମୟ ମଧ୍ୟରେ ୩୫ ହଜାର ୪୯୯ରେ ପହଞ୍ଚିଛି। ଏହି ସମୟ ମଧ୍ୟରେ କରୋନାରେ ୪୪୭ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ସମୟ ମଧ୍ୟରେ ୩୯ ହଜାର ୬୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ଆକ୍ରାନ୍ତଙ୍କ ସୁସ୍ଥତା ହାର ୯୭.୪୦ ପ୍ରତିଶତ ରହିଛି। ଅପରପକ୍ଷରେ ୪ ଲକ୍ଷ ୨ ହଜାର ୧୮୮ ଜଣ ଚିକିତ୍ସିତ ହେଉଛନ୍ତି। ଦୈନିକ ପଜିଟିଭ୍‌ ହାର ୧.୩୦ ପ୍ରତିଶତ ରହିଛି। ସକ୍ରିୟ ମାମଲା ୧.୨୬ପ୍ରତିଶତରେ ପହଞ୍ଚିଛି। ସେହିପରି ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୪ ଲକ୍ଷ ୨୮ ହଜାର ୩୦୯ ଛୁଇଁଥିବାବେଳେ ମୃତ୍ୟୁ ହାର ୧.୩୪ ପ୍ରତିଶତ ରହିଛି। ବର୍ତ୍ତମାନ ସୁଦ୍ଧା ୫୦ କୋଟି ୮୬ ଲକ୍ଷ ୬୪ ହଜାର ୭୫୯ ଜଣଙ୍କୁ ଟିକାଦାନ ସରିଛି। ଅପରପକ୍ଷରେ ଇତିମଧ୍ୟରେ ୪୮ କୋଟି ୧୭ ଲକ୍ଷ ୬୭ ହଜାର ୨୩୨ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ୧୩ ଲକ୍ଷ ୭୧ ହଜାର ୮୭୧ ଜଣଙ୍କ ନମୁନା ପରୀକ୍ଷା କରାଯାଇଛି। ସଂକ୍ରମଣ ଆରମ୍ଭରୁ ବର୍ତ୍ତମାନ ସୁଦ୍ଧା ୩ କୋଟି ୧୧ ଲକ୍ଷ ୩୯ ହଜାର ୪୫୭ ଜଣ ଲୋକ ସୁସ୍ଥ ହୋଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

ଶୁଭେନ୍ଦୁଙ୍କ ବଡ଼ ଆକ୍ସନ, ମମତାଙ୍କୁ ଲାଗିବ ଶକ୍ତ ଧକ୍କା

କୋଲକାତା,୨୩।୫: କୋଲକାତାର ପ୍ରସିଦ୍ଧ ସଲ୍ଟ ଲେକ ଷ୍ଟାଡିୟମ ବାହାରେ ଅବସ୍ଥିତ ଏକ ବିବାଦୀୟ ପ୍ରତିମୂର୍ତ୍ତିକୁ ଭାଙ୍ଗି ଦିଆଯାଇଛି। ଏହି ମୂର୍ତ୍ତିରେ ଫୁଟବଲ ଉପରେ ଦୁଇଟି ଅସ୍ଥିର ଗୋଡ଼କୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ରାଘବ ଚଢାଙ୍କୁ ରାଜ୍ୟ ସଭାରେ ବଡ଼ ଦାୟିତ୍ୱ, ଭାଜପାର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୩।୫: ଆମ ଆଦମୀ ପାର୍ଟି ଛାଡି ଭାଜପାରେ ଯୋଗଦେବା ପରେ ତୁରନ୍ତ ରାଜ୍ୟ ସଭା ଏମପି ରାଘବ ଚଢାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି। ତାଙ୍କୁ ରାଜ୍ୟ…

ହୋଟେଲରୁ ଧରାପଡ଼ିଲେ ପ୍ରେମୀଯୁଗଳ, ପୋଲିସ ନେଲା ଏମିତି ନିଷ୍ପତ୍ତି, ପ୍ରେମିକ କହିଲେ ମୋ’ ପ୍ରତି…

ପାଟ୍‌ନା,୨୩ା୫: ବିହାରର ରାଜଧାନୀ ପାଟନାର ଜକନପୁର ଥାନା ଅଞ୍ଚଳରୁ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ପୋଲିସ କିଛି ଦିନ ଧରି ଏକ ହୋଟେଲରେ ରହୁଥିବା ପ୍ରେମୀଯୁଗଳଙ୍କୁ…

ମୋଦିଙ୍କୁ ଭେଟିଲେ ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ, ହ୍ବାଇଟ ହାଉସ ଗସ୍ତ ପାଇଁ କଲେ ନିମନ୍ତ୍ରଣ

ନୂଆଦିଲ୍ଲୀ,୨୩।୫: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ଗସ୍ତ ପାଇଁ ଭାରତ ଆସିଥିବା ଆମେରିକୀୟ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସହ ସାକ୍ଷାତ କରିଛନ୍ତି। ସାକ୍ଷାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri