ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ ହେବା ପରେ ବର୍ତ୍ତମାନ ଭାରତରେ ମଧ୍ୟ ସମାନ ପରିସ୍ଥିତି ସୃଷ୍ଟି ହେବାରେ ଲାଗିଛି। ପ୍ରଥମ ଥର ପାଇଁ ଦେଶର ସର୍ବୋଚ୍ଚ ଆଇଟି କମ୍ପାନୀଗୁଡ଼ିକ ୧ ହଜାରରୁ ଅଧିକ କର୍ମଚାରୀ ଛଟେଇ କରିଛନ୍ତି। ଦେଶର ତିନୋଟି ବଡ଼ ଆଇଟି କମ୍ପାନୀ ଟିସିଏସ୍‌, ଇନ୍‌ଫୋସିସ ଏବଂ ୱିପ୍ରୋ ମାର୍ଚ୍ଚ ତ୍ରୈମାସିକ ପାଇଁ ଆର୍ଥିକ ଫଳାଫଳ ପ୍ରକାଶ କରିଛନ୍ତି। ଏଥିରେ ପ୍ରକାଶ ପାଇଛି ଯେ, ୨୦୨୩-୨୪ ଆର୍ଥିକ ବର୍ଷରେ ସେମାନେ ପ୍ରାୟ ୬୪ ହଜାର କର୍ମଚାରୀଙ୍କୁ ଛଟେଇ କରିଛନ୍ତି। ପ୍ରଥମ ଥର ପାଇଁ ବୃହତ୍‌ ଆଇଟି କମ୍ପାନୀଗୁଡ଼ିକ ଗୋଟିଏ ଆର୍ଥିକ ବର୍ଷରେ ଏତେ ପରିମାଣରେ ସେମାନଙ୍କର କର୍ମଚାରୀ ହ୍ରାସ କରିଛନ୍ତି। ସର୍ବବୃହତ ଆଇଟି ସଂସ୍ଥା ତଥା ଦେଶର ଦ୍ୱିତୀୟ ବୃହତ୍ତମ ତାଲିକାଭୁକ୍ତ କମ୍ପାନୀ ଟିସିଏସ୍‌ ମାର୍ଚ୍ଚ ତ୍ରୈମାସରେ ୧,୭୫୯ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଥିବାବେଳେ ସମଗ୍ର ଆର୍ଥିକ ବର୍ଷରେ ଟିସିଏସ୍‌ କର୍ମଚାରୀଙ୍କ ସଂଖ୍ୟା ୧୩,୨୪୯ ହ୍ରାସ ପାଇଛି। ସେହିଭଳି ଇନ୍‌ଫୋସିସ୍‌ ଏହି ଅବଧି ମଧ୍ୟରେ ୫,୪୨୩ କର୍ମଚାରୀ ଏବଂ ସମଗ୍ର ଆର୍ଥିକ ବର୍ଷରେ ୨୫,୯୯୪ କର୍ମଚାରୀଙ୍କୁ ଛଟେଇ କରିଛି। ୱିପ୍ରୋ ତ୍ରୈମାସିକରେ ୬,୧୮୦ ଏବଂ ସମଗ୍ର ଆର୍ଥିକ ବର୍ଷରେ ୨୪,୫୧୬ କର୍ମଚାରୀ ଛଟେଇ କରିଛି। ବିଶେଷଜ୍ଞଙ୍କ ଆକଳନ ଅନୁସାରେ, ୨୦୨୩-୨୪ ଆର୍ଥିକ ବର୍ଷରେ ଏହି ବଡ଼ ବଡ଼ ଆଇଟି କମ୍ପାନୀର କର୍ମଚାରୀଙ୍କ ସଂଖ୍ୟାରେ ଏକ ବଡ଼ ହ୍ରାସ ଘଟିଛି। ଆର୍ଥିକ ବର୍ଷ ଶେଷ ହେବା ପରେ ଟିସିଏସ୍‌ର ମୋଟ କର୍ମଚାରୀଙ୍କ ସଂଖ୍ୟା ୬ ଲକ୍ଷ ୧ ହଜାର ୫୪୬ କୁ ଖସି ଆସିଛି। ସେହିଭଳି ବର୍ତ୍ତମାନ ଇନ୍‌ଫୋସିସରେ ମୋଟ କର୍ମଚାରୀଙ୍କ ସଂଖ୍ୟା ୩ ଲକ୍ଷ ୧୭ ହଜାର ୨୪୦ ଥିବାବେଳେ ୱିପ୍ରୋର ମୋଟ କର୍ମଚାରୀଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇଛି। କର୍ମଚାରୀଙ୍କ ସଂଖ୍ୟା କମିବା ସହ ଚଳିତ ଆର୍ଥିକ ବର୍ଷର ପ୍ରଦର୍ଶନ ନିରାଶଜନକ ଅଟେ। ଗତ ଆର୍ଥିକ ବର୍ଷରେ ମଧ୍ୟ ଆଇଟି କମ୍ପାନୀଗୁଡ଼ିକ ସମାନ ପରିସ୍ଥିତି ଦେଇ ଗତି କରିଥିବାବେଳେ ଆସନ୍ତା ବର୍ଷ ପାଇଁ କମ୍ପାନୀଗୁଡ଼ିକର ସମାନ ସ୍ଥିତି ଆକଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ।…

ବରଗଡ଼ରେ ଶନିବାର ସକାଳ ୮ଟାରୁ ବିଦ୍ୟୁତ୍ କାଟ୍: ଏସବୁ ଅଞ୍ଚଳରେ ୬ ଘଣ୍ଟା ବନ୍ଦ ରହିବ ବିଦ୍ୟୁତ୍ ସେବା

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଡିଭିଜନ୍-୨ ଗ୍ରୀଡ୍ ଅନ୍ତର୍ଗତ ୧୧କେଭି ଟେଲିଫୋନ୍ ଏକ୍ସଚେଞ୍ଜ୍ ଫିଡର୍ରେ ଜରୁରୀକାଳୀନ ମରାମତି କାର୍ଯ୍ୟ ଯୋଗୁ ଆସନ୍ତାକାଲି (ଶନିବାର) ସକାଳ ୮ଟାରୁ ଅପରାହ୍ନ ୨ଟା…

ବର୍ଷୀୟାନ ସଂଗଠକଙ୍କୁ ଝୁରୁଛି ଗାଁ ମାଟି ….

ପାଟଣା,୨୮/୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସର ପ୍ରାପ୍ତ ଶିକ୍ଷକ ଓ ବିଶିଷ୍ଟ ସଂଗଠକ ରବୀନ୍ଦ୍ର ବେଜଙ୍କ…

ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପରିଦର୍ଶନ କଲେ ଜିଲାସ୍ତରୀୟ ଟିମ୍‌

ଛତ୍ରପୁର,୭ା୮(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଶ୍ରୀକାନ୍ତ ସାହୁ ନେତୃତ୍ୱରେ ଏକ ଜିଲାସ୍ତରୀୟ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୭ା୮ (ଯୁଧିଷ୍ଠିର ମହାପାତ୍ର): ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ…

ଭଞ୍ଜନଗରରେ ପ୍ରବଳ ବର୍ଷା: ଜନଜୀବନ ଅସ୍ତବ୍ୟସ୍ତ, କୁଲାଡରେ ଗୁହାଳ ଘର ଭୁଶୁଡ଼ି ୧୫ରୁ ଅଧିକ ଛେଳି ମୃତ

ଭଞ୍ଜନଗର,୭।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବିଗତ କିଛି ଦିନ ହେବ ଅପରାହ୍ନ ଏବଂ ରାତିରେ ଲାଗିରହିଥିବା ପ୍ରବଳ ବର୍ଷା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

ଜିଆର୍‌ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍‌ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ…

ଜିଲା ପରିଷଦ ସୋମନାଥଙ୍କ ଉଦ୍ୟମ ସଫଳ ହେଲା, ବଉଳା ନାଳ ଉପରେ ପୋଲ ନିର୍ମାଣ ପାଇଁ ମିଳିଲା ଅନୁମତି

ହାଟଡିହୀ/ଛେନାପଦୀ,୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳକୁ ଯୋଗାଯୋଗ ପାଇଁ ରାସ୍ତା ନିର୍ମାଣ ସମ୍ପୂର୍ଣ୍ଣ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri