୨୦୩ ସହକାରୀ ପ୍ରଫେସରଙ୍କୁ ନିଯୁକ୍ତି

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ): ମେଡିକାଲ ଏଜୁକେଶନ ସର୍ଭିସରେ ଶୁକ୍ରବାର ୨୦୩ଜଣ ସହକାରୀ ପ୍ରଫେସର ନିଯୁକ୍ତି ପାଇଛନ୍ତି। ରାଜ୍ୟର ବିଭିନ୍ନ ସରକାରୀ ମେଡିକାଲ କଲେଜରେ ନବନିଯୁକ୍ତ ଏହି ସହକାରୀ ପ୍ରଫେସରଙ୍କୁ ଦିଗ୍‌ଦର୍ଶନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଲୋକସେବା ଭବନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ନୂତନ ସହକାରୀ ପ୍ରଫେସରଙ୍କୁ ଶୁଭେଚ୍ଛା ଜଣାଇବା ସହ ୫-ଟି ମନ୍ତ୍ର ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ସ୍ବାସ୍ଥ୍ୟସେବାକୁ ସବୁବେଳେ ପ୍ରାଥମିକତା ଦେଇଆସୁଛନ୍ତି। ପ୍ରତି ଜୀବନ ମୂଲ୍ୟବାନ୍‌। ସେଥିପାଇଁ ରାଜ୍ୟ ସରକାର ସବୁବେଳେ ‘ସୁସ୍ଥ ଓଡ଼ିଶା, ସୁଖୀ ଓଡ଼ିଶା’ ଉପରେ ବିଶ୍ବାସ ରଖନ୍ତି। ଟ୍ରାନ୍ସପରେନ୍ସି, ଟେକ୍ନୋଲୋଜି, ଟିମ୍‌ଓ୍ବାର୍କ, ଟାଇମ ଓ ଟ୍ରାନ୍ସଫରମେଶନ କ୍ୟାରିୟରରେ ସବୁଠାରୁ ଅଧିକ ମହତ୍ତ୍ବ ରଖେ ବୋଲି କହିଛନ୍ତି। ଲୋକଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ଯୋଗାଇଦେବା ଲକ୍ଷ୍ୟରେ ଗତ ୩ ବର୍ଷ ମଧ୍ୟରେ ସ୍ବାସ୍ଥ୍ୟ ବଜେଟ ଦୁଇଗୁଣା କରାଯାଇଛି। ରାଜ୍ୟ ବଜେଟର ୬ ପ୍ରତିଶତରୁ ଅଧିକ ସ୍ବାସ୍ଥ୍ୟକ୍ଷେତ୍ରରେ ବ୍ୟୟ କରାଯାଉଛି। ନବନିଯୁକ୍ତ ସହକାରୀ ପ୍ରଫେସରମାନଙ୍କୁ ଦିଗ୍‌ଦର୍ଶନ ଦେବା ସହ ସେମାନଙ୍କ ନୈତିକତା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ସଚେତନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri