କନଷ୍ଟେବଲ ନିଯୁକ୍ତି ମାମଲା: ହାଇକୋର୍ଟଙ୍କ ରାୟ ଉପରେ ନିର୍ଭର କରିବ ନିଯୁକ୍ତି

କଟକ ଅଫିସ,୩୦ା୩: ରାଜ୍ୟରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟାକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାଏର ୫ଟି ମାମଲାର ଏକତ୍ର ଶୁଣାଣି ବୁଧବାର ହୋଇଛି। ବିଚାରପତି ଆଦିତ୍ୟ କୁମାର ମହାପାତ୍ରଙ୍କ ଖଣ୍ଡପୀଠ ମାମଲାଗୁଡ଼ିକର ଶୁଣାଣି କରି ହାଇକୋର୍ଟଙ୍କ ରାୟ ଉପରେ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟା ଚୂଡ଼ାନ୍ତ ହେବ ବୋଲି ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ରାଜୀବ ରଥ ମାମଲା ପରିଚାଳନା କରୁଥିଲେ।
ମାମଲାର ବିବରଣୀରୁ ପ୍ରକାଶ, ରାଜ୍ୟରେ ୪୭୯୦ କନ୍‌ଷ୍ଟେବଲ ପଦବୀରେ ନିଯୁକ୍ତି ପାଇଁ ଗୃହ ବିଭାଗ ପକ୍ଷରୁ ୨୦୨୨ ଡିସେମ୍ବର ୩୦ରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଆବେଦନକାରୀଙ୍କ ମଧ୍ୟରେ ଲିଖିତ ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ପୁରୀ ସମେତ ୪ଟି ଜିଲାରେ ହୋମଗାର୍ଡ ଭାବେ କାର୍ଯ୍ୟରତ କେତେଜଣ ଆବେଦନକାରୀ ଏହି ଲିଖିତ ପରୀକ୍ଷା ଦେଇଥିଲେ। ସେମାନେ ୩ରୁ ୬ ବର୍ଷ ପର୍ଯ୍ୟନ୍ତ ହୋମଗାର୍ଡ ଭାବେ ଚାକିରି କରିଥିଲେ ବି ତାଙ୍କୁ କନ୍‌ଷ୍ଟେବଲ ପଦବୀରେ ନିଯୁକ୍ତି ପ୍ରକ୍ରିୟାରୁ ବାଦ୍‌ ଦିଆଯାଇଥିଲା। କନ୍‌ଷ୍ଟେବଲ ନିଯୁକ୍ତିରେ ହୋମଗାର୍ଡ ଓ ଗ୍ରୁପ୍‌-ଡି କର୍ମଚାରୀଙ୍କ ନିମନ୍ତେ ୧୦% ଲେଖାଏ ସଂରକ୍ଷଣ ରହିବା କଥା, ଯାହା ଏଠାରେ ହୋଇନାହିଁ। ୨୦୨୨ ଜାନୁୟାରୀ ୧ ତାରିଖ ସୁଦ୍ଧା ହୋମଗାର୍ଡମାନଙ୍କ ବୟସ ୨୮ ବର୍ଷରୁ ଅଧିକ ହୋଇ ନ ଥିବା ଏବଂ ଗ୍ରୁପ୍‌-ଡି କର୍ମଚାରୀଙ୍କ ବୟସ ୪୩ରୁ ଅଧିକ ହୋଇ ନ ଥିବା ନିୟମ ରହିଛି। ତେବେ ସାରା ରାଜ୍ୟରୁ ପୋଲିସ ବିଭାଗରେ କାର୍ଯ୍ୟରତ ଗ୍ରୁପ୍‌-ଡି କର୍ମଚାରୀମାନେ ଏଥି ନିମନ୍ତେ ଆବେଦନ କରିଥିଲେ। ହେଲେ ଲିଖିତ ପରୀକ୍ଷା ପରେ କଟ୍‌ ଅଫ୍‌ ମାର୍କ ରହିବା କଥା, ମାତ୍ର ଏଠାରେ କଟ୍‌ ଅଫ୍‌ ମାର୍କ ପରୀକ୍ଷା ପୂର୍ବରୁ ରଖାଯାଇଛି। ତେଣୁ ଏହି ନିଯୁକ୍ତି ପ୍ରକ୍ରିୟା ନିମନ୍ତେ ହୋଇଥିବା ଗାଇଡ୍‌ ଲାଇନ୍‌ ଓ ପଦ୍ଧତି ତ୍ରୁଟିପୂର୍ଣ୍ଣ ଥିବା ଦର୍ଶାଇ ସେମାନଙ୍କୁ କନ୍‌ଷ୍ଟେବଲ ନିଯୁକ୍ତି ପ୍ରକ୍ରିୟାରେ ସାମିଲ କରିବା ନିମନ୍ତେ ନିର୍ଦ୍ଦେଶ ଦେବାକୁ ନିବେଦନ କରି ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ରାଜ୍ୟ ସରକାରଙ୍କ ପ୍ରମୁଖ ଶାସନ ସଚିବ, ଡିଜିପି, ଆଇଜି ପୋଲିସ ଏବଂ ଓଡ଼ିଶା ଷ୍ଟେଟ୍‌ ସିଲେକସନ୍‌ ବୋର୍ଡର ଚେୟାରମ୍ୟାନ୍‌ଙ୍କୁ ମାମଲାରେ ପକ୍ଷଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri