ଅକ୍ଟୋବର ୭ରୁ ଅଗ୍ନିପଥ ଯୋଜନାରେ ନିଯୁକ୍ତି ରାଲି

କଟକ ଅଫିସ, ୧୦ା୮: ଭାରତ ସରକାରଙ୍କ ଅଗ୍ନିପଥ ଯୋଜନାରେ ସୈନ୍ୟ ବାହିନୀରେ ନିଯୁକ୍ତି ରାଲି ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଆସନ୍ତା ଅକ୍ଟୋବର ୭ରୁ ୧୪ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଣୁ ପ୍ରାର୍ଥୀମାନେ ଅଗଷ୍ଟ ୧ରୁ ୩୦ ତାରିଖ ମଧ୍ୟରେ ଆବେଦନ କରିପାରିବେ। ଅନ୍‌ଲାଇନରେ ଫର୍ମପୂରଣ ନିମନ୍ତେ ପ୍ରାର୍ଥୀମାନେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ କଟକ ସୈନ୍ୟ ବାହିନୀ ନିଯୁକ୍ତି କାର୍ଯ୍ୟାଳୟର ସହାୟତା ନେଇପାରିବେ ବୋଲି ସୈନ୍ୟବାହିନୀ ନିଯୁକ୍ତି ଅଧିକାରୀ କହିଛନ୍ତି। ଏହି ରାଲିରେ ଅଗ୍ନିବୀର ସାଧାରଣ ସେବା, ଅଗ୍ନିବୀର ବୈଷୟିକ ସେବା, ଅଗ୍ନିବୀର ବ୍ୟବସାୟିକ ସେବା, ଅଗ୍ନିବୀର କିରାଣୀ/ଭଣ୍ଡାର ରକ୍ଷକ ବୈଷୟିକ ସେବା ଆଦି ପଦବୀ ପାଇଁ ନିଯୁକ୍ତି ଦିଆଯିବ। ସମସ୍ତ ପଦବୀ ନିମନ୍ତେ ପ୍ରାର୍ଥୀଙ୍କ ବୟସ ୧୭ ବର୍ଷ ୬ ମାସରୁ ୨୩ ବର୍ଷ ମଧ୍ୟରେ ହୋଇଥିବା ଦରକାର। ଅଗ୍ନିବୀର ପଦବୀ ନିଯୁକ୍ତି ପ୍ରକ୍ରିୟାରେ ପୂର୍ବତନ ସାମରିକ କର୍ମଚାରୀଙ୍କ ସନ୍ତାନଙ୍କୁ ଉଚ୍ଚତା, ଛାତି ଏବଂ ଓଜନ ଆଦି ଶାରୀରିକ ପରୀକ୍ଷାରେ ସରକାରଙ୍କ ନୀତି ଅନୁଯାୟୀ କୋହଳ ପ୍ରଦାନ କରାଯିବ। ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲା ପରେ ପ୍ରାର୍ଥୀମାନଙ୍କର ସ୍ବାସ୍ଥ୍ୟ ପରୀକ୍ଷା ହେବ। ଏହାପରେ ସାଧାରଣ ଲିଖିତ ପରୀକ୍ଷା କରାଯିବ। ପ୍ରାର୍ଥୀମାନଙ୍କର ସମର ଶିକ୍ଷାର୍ଥୀ ବାହିନୀ (ଏନ୍‌ସିସି) ଏ, ବି, ସି ସାର୍ଟିଫିକେଟ ଥିଲେ ସେମାନଙ୍କୁ ଲିଖିତ ପରୀକ୍ଷାରେ ଅଗ୍ରାଧିକାର ଦିଆଯିବ। ଏ ସମ୍ପର୍କିତ ସମସ୍ତ ବିବରଣୀ ୱେବ୍‌ସାଇଟ୍‌ www.joinindianarmy.nic.inରେ ଉପଲବ୍ଧ ରହିଛି। ଏଥିସହ ବିସ୍ତୃତ ବିବରଣୀ ନିମନ୍ତେ ପ୍ରାର୍ଥୀମାନେ ସୈନ୍ୟ ବାହିନୀ ନିଯୁକ୍ତି କାର୍ଯ୍ୟାଳୟ କଟକ ଫୋନ ନମ୍ବର ୦୬୭୧-୨୩୦୫୨୮୦/୯୪୩୭୧୬୨୨୮୦ ରେ ଯୋଗାଯୋଗ କରିବାକୁ କଟକ ଜିଲା ପ୍ରଶାସନ ପକ୍ଷରୁ ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲଲାଟେନ୍ଦୁ ମହାପାତ୍ର ବୁଧବାର ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅନ୍ତୋଷ, ଟିପିଏସ୍‌ଓଡିଏଲ୍‌ କାର୍ଯ୍ୟାଳୟ ଘେରାଉ ଚେତାବନୀ ତେଜିଲା

ହିଞ୍ଜିଳିକାଟୁ,୧୨।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଅଞ୍ଚଳରେ ବିଦ୍ୟୁତ୍‌ ସେବାକୁ ନେଇ ଦିନକୁ ଦିନ ଅସନ୍ତୋଷ ତୀବ୍ର ହେବାରେ ଲାଗିଛି। ବିନା ସୂଚନାରେ ପ୍ରତିଦିନ ୨ରୁ ୫…

ସେବା ସେତୁରେ ଲୋକଙ୍କ ଗୁହାରି ଶୁଣିଲା ପ୍ରଶାସନ, ସମାଧାନର ଭରସା ଦେଲେ ଅଧିକାରୀ

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ପାଟଣା ବ୍ଲକ ଅନ୍ତର୍ଗତ ଖିରେଇଟାଙ୍ଗିରୀ ପଞ୍ଚାୟତ ପରିସରରେ ସୋମବାର ‘ସେବା ସେତୁ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ…

ବଳାତ୍କାର ମାମଲାରେ ଆସିଲା ବଡ଼ ରାୟ: ପୀଡ଼ିତାଙ୍କୁ…

ନବରଙ୍ଗପୁର, ୧୨/୧୦ (ସଦାଶିବ ପ୍ରହରାଜ): ଏକ ବଳାତ୍କାର ମାମଲାର ବିଚାର କରି ନବରଙ୍ଗପୁର ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ ବାସୁଦେବ ଆଚାର୍ଯ୍ୟ ଅଭିଯୁକ୍ତ ଡେଭିଡ୍ ଗରଡ଼ାଙ୍କୁ…

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?