ଆହୁରି ଛେଚିବ: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମପଶ୍ଚିମ ଦିଗରେ ଉତ୍ତର ଓ ଉତ୍ତର ଛତିଶଗ ଓ ମଧ୍ୟପ୍ରଦେଶ ଦେଇ ଗତି କରିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ଆସନ୍ତା ୨୪ ଘଣ୍ଟା ପାଇଁ ବିଭିନ୍ନ ଜିଲା ପାଇଁ ରେଡ, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ସମ୍ବଲପୁର, ଦେବଗଡ ଅନୁଗୋଳ, ସୋନପୁର ଓ ବରଗଡ ଜିଲାର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ୨୦ ସେମି) ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସବୁ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତି ଭୀଷଣ (୨୦ ସେମି ପାଖାପାଖି) ବର୍ଷା ହୋଇପାରେ। ସେଥିପାଇଁ ଏହି ୫ ଜିଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ୧୦ଟି ଜିଲା- ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଓ କଟକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୯ଟି ଜିଲାରେ କିଛି କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲା ଗୁଡିକ ହେଉଛି- ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଚାଲିଥିଲା ପୂଜା, ହଠାତ ବନ୍ଧୁକ ଧରି ଗୁଳି ଚଳାଇଲେ ନାବାଳକ, ଚୂଡ଼ାମଣି ସାମୁଦ୍ରିକ ଥାନା କର୍ମଚାରୀ…

ବାସୁଦେବପୁର, ୨୫।୩(ନାରାୟଣ ପ୍ରସାଦ ବାରିକ): ବାସୁଦେବପୁର ବ୍ଲକ ଶାଶୁ ଭୁଆସୁଣୀ ଗ୍ରାମରେ ବୁଧବାର ଅପରାହ୍ନରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ନାବାଳକଙ୍କ ଦ୍ୱାରା ହୋଇଥିବା ଗୁଳି…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri