ଆହୁରି ଛେଚିବ: ୫ ଜିଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର,୧୩।୯(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇ ଚାନ୍ଦବାଲି ଦେଇ ଆଜି ସକାଳେ ସ୍ଥଳପଥ ଅତିକ୍ରମ କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-ଉତ୍ତମପଶ୍ଚିମ ଦିଗରେ ଉତ୍ତର ଓ ଉତ୍ତର ଛତିଶଗ ଓ ମଧ୍ୟପ୍ରଦେଶ ଦେଇ ଗତି କରିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହା ସହିତ ଆସନ୍ତା ୨୪ ଘଣ୍ଟା ପାଇଁ ବିଭିନ୍ନ ଜିଲା ପାଇଁ ରେଡ, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି। ମିଳିଥିବା ସୂଚନା ଅନୁଯାୟୀ, ଆସନ୍ତା ୨୪ ଘଣ୍ଟାରେ ସମ୍ବଲପୁର, ଦେବଗଡ ଅନୁଗୋଳ, ସୋନପୁର ଓ ବରଗଡ ଜିଲାର ଅଳ୍ପ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ (୧୨ରୁ୨୦ ସେମି) ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସବୁ ଜିଲାର ଗୋଟିଏରୁ ଦୁଇଟି ସ୍ଥାନରେ ଅତି ଭୀଷଣ (୨୦ ସେମି ପାଖାପାଖି) ବର୍ଷା ହୋଇପାରେ। ସେଥିପାଇଁ ଏହି ୫ ଜିଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟାରେ ୧୦ଟି ଜିଲା- ବଲାଙ୍ଗିର, ଝାରସୁଗୁଡା, ସୁନ୍ଦରଗଡ, ବୌଦ୍ଧ, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଜଗତସିଂହପୁର, ପୁରୀ ଓ କଟକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୯ଟି ଜିଲାରେ କିଛି କିଛି ସ୍ଥାନରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ହୋଇପାରେ। ସେଥିପାଇଁ ଏହି ସବୁ ଜିଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲା ଗୁଡିକ ହେଉଛି- ନୂଆପଡା, କଳାହାଣ୍ଡି, କନ୍ଧମାଳ, ନୟାଗଡ, କେନ୍ଦ୍ରାପଡା, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri